ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା ‘ଚ଼ିଠା ଭୋଟର ତାଲିକା’ ରବିବାର ପ୍ରକାଶିତ କରାଯାଇଛି । ଉପଖଣ୍ଡରେ ସମୁଦାୟ ୩୬,୩୪୨ ଜଣଙ୍କ ନାମ ମୃତ୍ୟୁ, ସ୍ଥାୟୀ ସ୍ଥାନାନ୍ତରଣ, ଅନ୍ୟତ୍ର ନାମ ପଞ୍ଜୀକରଣ, ଅନୁପସ୍ଥିତି ଏବଂ ଅନ୍ୟାନ୍ୟ କାରଣରୁ ଚିଠା ଭୋଟର ତାଲିକାରୁ ବାଦ ଦିଆଯାଇଛି । ଭଞ୍ଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୩,୭୩୮ ଜଣ ଭୋଟର ତାଲିକାରୁ ବାଦ୍ ପଡ଼ିଥିବା ବେଳେ ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୨,୨୯୩ ଏବଂ ସୋରଡା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୦,୩୧୧ ଜଣଙ୍କ ନାମ ଚିଠା ଭୋଟର ତାଲିକାରୁ ବାଦ ଦିଆଯାଇଛି। ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ, ନିର୍ଭୁଲ ଓ ବିଶ୍ୱସନୀୟ କରିବା ସହ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍.) କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ଚିଠା ଭୋଟର ତାଲିକା ପ୍ରକାଶ ଅବସରରେ ଆଜି ଭଞ୍ଜନଗର ସ୍ଥିତ ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଥିଲା। ସଭା ପ୍ରାରମ୍ଭରେ ଇ.ଆର୍.ଓ ତଥା ଉପଜିଲାପାଳ ଉମାଶଙ୍କର ବେହେରା ଉପସ୍ଥିତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ସମ୍ବୋଧନ କରିଥିଲେ ।

ଉପଜିଲାପାଳ କହିଥିଲେ ଯେ, ପରିଗଣନା ଫର୍ମ ସଂଗ୍ରହ କାର୍ଯ୍ୟ ସଫଳତାର ସହ ସମ୍ପନ୍ନ ହୋଇଥିବା ବେଳେ ସେଗୁଡ଼ିକର ଡିଜିଟାଇଜେସନ ସମ୍ପନ୍ନ ଓ ଚିଠା ଭୋଟର ତାଲିକା ପ୍ରକାଶ ପାଇଥିବାରୁ ସମସ୍ତ ମତଦାତାଙ୍କୁ ନିଜ ନାମ ଓ ବିବରଣୀ ଯାଞ୍ଚ କରିବା ସହ ଜୁଲାଇ ୫ରୁ ଅଗଷ୍ଟ ୪, ୨୦୨୬ ମଧ୍ୟରେ ଦାବି ଓ ଆପତ୍ତି ଦାଖଲ କରିବାକୁ ଅନୁରୋଧ କରିଥିଲେ। ୧ ଜୁଲାଇ ୨୦୨୬ ସୁଦ୍ଧା ୧୮ ବର୍ଷ ବୟସ ପୂରଣ କରିଥିବା ଯୋଗ୍ୟ ନାଗରିକମାନେ ଫର୍ମ–୬ ପୂରଣ କରି ବି.ଏଲ୍‌.ଓ.ଙ୍କ ନିକଟରେ ଦାଖଲ କରିପାରିବେ ବୋଲି ସେ ସୂଚନା ଦେଇଥିଲେ। ଉପଜିଲାପାଳ ଆହୁରି ମଧ୍ୟ କହିଥିଲେ ଯେ, ଯୋଗ୍ୟ ମତଦାତାଙ୍କୁ ଭୋଟର ତାଲିକାରେ ସାମିଲ କରିବା ଏବଂ ମୃତ, ଅଯୋଗ୍ୟ ଓ ସ୍ଥାୟୀ ଭାବେ ସ୍ଥାନାନ୍ତରିତ ମତଦାତାଙ୍କ ନାମ ବିଲୋପ କରି ଏକ ସ୍ୱଚ୍ଛ ଓ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତ କରିବା ହିଁ ଏସ୍‌.ଆଇ.ଆର୍.ର ମୂଳ ଲକ୍ଷ୍ୟ। ଏହି ପ୍ରକ୍ରିୟାରେ କୌଣସି ଯୋଗ୍ୟ ମତଦାତା ଯେପରି ବାଦ ନ ପଡ଼ନ୍ତି ଏବଂ କୌଣସି ଅଯୋଗ୍ୟ ବ୍ୟକ୍ତିଙ୍କ ନାମ ସାମିଲ ନ ହୁଏ, ସେଥିପ୍ରତି ସର୍ବୋଚ୍ଚ ଗୁରୁତ୍ୱ ଦିଆଯାଉଛି।

ସୂଚନା ଦିଆଯାଇଥିଲା ଯେ, ଗତ ମେ’ ୩୦ ତାରିଖରୁ ଆରମ୍ଭ ହୋଇଥିବା ପରିଗଣନା ଫର୍ମ ପୂରଣ କାର୍ଯ୍ୟ ଜୁନ୍ ୨୮ ତାରିଖରେ ସଫଳତାର ସହ ସମାପ୍ତ ହୋଇଛି । ଜୁଲାଇ ୫ରୁ ଅଗଷ୍ଟ ୪ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ଗ୍ରହଣ କରାଯିବ। ସେପ୍ଟେମ୍ବର ୨ ସୁଦ୍ଧା ସମସ୍ତ ଦାବି ଓ ଆପତ୍ତିର ଶୁଣାଣି ଶେଷ କରାଯିବ ଏବଂ ସେପ୍ଟେମ୍ବର ୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଏହି ଅବସରରେ ଇ.ଆର୍.ଓ ଆସ୍କା ତଥା ଅତିରିକ୍ତ ଉପଜିଲ୍ଲାପାଳ ଭଞ୍ଜନଗର ପ୍ରଧାନ ଟୁଲିଆମ୍ମା ଏବଂ ଇ.ଆର୍.ଓ ସୋରଡ଼ା ବସନ୍ତ କୁମାର ବେହେରା ବୈଠକରେ ଉପସ୍ଥିତ ଥିଲେ ।
ରାଜନୈତିକ ପ୍ରତିନିଧିଙ୍କ ଦ୍ୱାରା ପ୍ରଶ୍ନର ଉତ୍ତର ଦେବା ସହ ସେମାନଙ୍କ ସନ୍ଦେହ ଦୂର କରିବା ସହ ଅଭିଯୋଗ ଗୁଡିକର ତତ୍କାଳ ସମାଧାନ ନିମନ୍ତେ ତାଙ୍କର ବ୍ୟକ୍ତିଗତ ପ୍ରୟାସ ରହିବ ବୋଲି ଉପଜିଲାପାଳ ଆଶ୍ୱାସନା ଦେବା ସହ ସେ ସମସ୍ତ ରାଜନୈତିକ ଦଳର ପ୍ରତିନିଧି ଓ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?