୨୦୨୫ ପାଇଁ ପ୍ରକାଶ ପାଇଲା ସରକାରୀ ଛୁଟି ତାଲିକା, ଜାଣନ୍ତୁ କେତେଦିନ ମିଳିବ ଛୁଟି…

ଭୁବନେଶ୍ୱର,୧୨।୧୧: ଆସନ୍ତାବର୍ଷ ୨୦୨୫ ପାଇଁ ସରକାରୀ ଛୁଟି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହିତ ଜାତୀୟ ଦିବସ ଆଦିକୁ ମିଶାଇ ମୋଟ ୨୬ ଟି ସରକାରୀ ଛୁଟି ରହିଛି। ଆଜି ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୨୦୨୫ କ୍ୟାଲେଣ୍ଡର ବର୍ଷ ପାଇଁ ଆଜି ଛୁଟି ତାଲିକା ଜାରି ହୋଇଛି । ତାଲିକାରେ ୨୬ଟି ସରକାରୀ ଛୁଟି ଦିବସ ଓ ୮ଟିଇଚ୍ଛାଧୀନ ଛୁଟି ଦିବସ ରହିଛି ।

govt of odisha 2025 calendar

ଅନ୍ୟପଟେ ୨୦୨୫ ବର୍ଷ ପାଇଁ ଥିବା ୩୦ଟି ସରକାରୀ ଛୁଟି ୧୪ ଜାନୁଆରୀ ମକର ସଂକ୍ରାନ୍ତିରୁ ଆରମ୍ଭ ହୋଇ ୨୫ ଡିସେମ୍ବର ବ ଦିନ ପଯ୍ୟନ୍ତ ରହିଛି। ଏହି ଦିନଗୁଡିକ ସରକାରୀ କାର୍ଯ୍ୟାଳୟ ସମେତ ରାଜସ୍ବ ଓ ମାଜିଷ୍ଟ୍ରେଟ କୋର୍ଟ ମଧ୍ୟ ବନ୍ଦ ରହିବ। ସେପଟେ ଜାନୁଆରୀ ୬ରେ ଗୁରୁଗୋବିନ୍ଦ ସିଂଙ୍କ ଜନ୍ମଦିନ, ଜାନୁୟାରୀ ୨୫ରେ ବ୍ରାହ୍ମସମାଜ ପ୍ରତିଷ୍ଠା ଦିବସ, ମାର୍ଚ୍ଚ ୨୮ରେ ଶବ-ଇ-କାଦର, ଏପ୍ରିଲ ୧୯ରେ ଇଷ୍ଟର, ମେ’ ୨୨ରେ ରାଜା ରାମମୋହନ ରାୟ ଜନ୍ମଦିନ, ଜୁଲାଇ ୫ରେ ବାହୁ ଯାତ୍ରା, ଅଗଷ୍ଟ ୩୧ ଅଁଳା ନବମୀ, ନଭେମ୍ବର ୧୨ ପ୍ରଥମାଷ୍ଟମୀ ଏବଂ ଡିସେମ୍ବର ୨୫ ଖ୍ରୀଷ୍ଟମାସ ପର୍ବକୁ ଇଚ୍ଛାଧୀନ ଛୁଟି ଭାବେ ସରକାର ଘୋଷଣା କରିଛନ୍ତି ।

govt of odisha 2025 calendar

ରାଜ୍ୟରେ ସରକାର ଜାରି କରିଥିବା ତାଲିକା ଅନୁଯାୟୀ ୮ଟି ଇଚ୍ଛାଧୀନ ଛୁଟି ମଧ୍ୟରୁ ଯେକୌଣସି ଗୋଟିଏରେ ସରକାରୀ କର୍ମଚାରୀମାନେ ଇଚ୍ଛାଧୀନ ଭାବେ ଛୁଟି ନେଇପାରିବେ। ବିଭାଗୀୟ ମୁଖ୍ୟଙ୍କଠାରୁ ଆବଶ୍ୟକୀୟ ଅନୁମତି ନେଇ ଏହି ଛୁଟି ନେଇପାରିବେ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri