ସାହିତ୍ୟିକା ପ୍ରତିଭା ରାୟଙ୍କୁ ପଦ୍ମ ଭୂଷଣ, ବାବା ବଳିଆ- ପ୍ରମୋଦ ପାଇବେ ପଦ୍ମଶ୍ରୀ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୨୧ ବର୍ଷ ପାଇଁ ମଙ୍ଗଳବାର ସମ୍ମାନଜନକ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାରୁ ୭ ଜଣ ଅଛନ୍ତି। ବିଶିଷ୍ଟ ଓଡ଼ିଆ ସାହିତି୍ୟକା ପ୍ରତିଭା ରାୟଙ୍କୁ ପଦ୍ମ ଭୂଷଣ ସମ୍ମାନ ପ୍ରଦାନ କରାଯିବ। ସେହିଭଳି ପାରା ଆଥଲେଟ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ, ସମାଜସେବା ପାଇଁ ଶିଶୁ ଅନନ୍ତ ମଠର ମହନ୍ତ ମହାରାଜ ଶ୍ରୀମଦ ବାବା ବଳିଆଙ୍କୁ ପଦ୍ମଶ୍ରୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ପାଇଁ ଆଦିତ୍ୟ ପ୍ରସାଦ ଦାଶଙ୍କୁ ପଦ୍ମଶ୍ରୀ, କଳା କ୍ଷେତ୍ରରେ ଅବଦାନ ପାଇଁ ଶ୍ୟାମାମଣୀ ଦେବୀଙ୍କୁ ପଦ୍ମଶ୍ରୀ, ସାହିତ୍ୟ ଓ ଶିକ୍ଷା ପାଇଁ ନରସିଂହ ପ୍ରସାଦ ଗୁରୁଙ୍କୁ ପଦ୍ମଶ୍ରୀ, ସିଭିଲ ସର୍ଭିସ ପାଇଁ ଗୁରୁପ୍ରସାଦ ମହାପାତ୍ରଙ୍କୁ ମରଣୋତ୍ତର ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରଯିବ।

ପ୍ରକାଶ ଯେ, ଚଳିତ ବର୍ଷ ପଦ୍ମ ବିଭୂଷଣ ପାଇଁ ମୋଟ ୪ଜଣଙ୍କ ନାମ ଚୟନ ହୋଇଥିବା ବେଳେ ପଦ୍ମଭୂଷଣ ପାଇଁ ୧୭ ଏବଂ ୧୦୭ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ। ଭାରତର ପ୍ରଥମ ସିଡିଏସ୍‌ ବିପିନ ରାଓ୍ବତଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ରାଧେ ଶ୍ୟାମ ଖେମକାଙ୍କୁ ସାହିତ୍ୟ ପାଇଁ ମରଣୋତ୍ତର ପଦ୍ମ ବିଭୂଷଣ, କଳା କ୍ଷେତ୍ରରେ ଅବଦାନ ପାଇଁ ପ୍ରଭା ଆଟ୍ରେଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରାଯିବ। ଗୁଲାମ ନବୀ ଆଜାଦ, ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ ପଦ୍ମଭୂଷଣ, ପାରା ଆଥଲେଟ ଦେବେନ୍ଦ୍ର ଝାଝାରିଆ, ସୁନ୍ଦର ପିଚାଇଙ୍କୁ ପଦ୍ମଭୂଷଣ, ସାଇରସ ପୁନାଓୱାଲାଙ୍କୁ ପଦ୍ମଭୂଷଣ ସମ୍ମାନ, ଆଥଲେଟ ସୁମିତ ଅଣ୍ଟିଲ, ନୀରଜ ଚୋପ୍ରା, ବନ୍ଦନା କାଟରିଆଙ୍କୁ ପଦ୍ମଶ୍ରୀ, କଳା କ୍ଷେତ୍ର ପାଇଁ ଚନ୍ଦ୍ର ପ୍ରକାଶ ଦ୍ୱିବେଦୀଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିବ।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri