ପାକିସ୍ତାନରୁ ଭାରତ ଆସିଥାଏ ଏସବୁ ଉତ୍ପାଦ, କିଛି ପ୍ରାୟ ପ୍ରତି ଘରେ ହୋଇଥାଏ ବ୍ୟବହୃତ; ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧୦: ବର୍ତ୍ତମାନ ସମୟରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସୁସମ୍ପର୍କ ନାହିଁ। ଉଭୟ ଦେଶ ଆତଙ୍କବାଦ ଏବଂ ଅନ୍ୟାନ୍ୟ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହେଉଛନ୍ତି। ଏସବୁ ମଧ୍ୟରେ ଦୁଇ ଦେଶ ମଧ୍ୟରେ ଅନେକ ଦ୍ରବ୍ୟର ଆମଦାନୀ-ରପ୍ତାନୀ ଜାରି ରହିଛି। ପାକିସ୍ତାନରୁ ଭାରତକୁ ଆମଦାନୀ ହେଉଥିବା ସାମଗ୍ରୀ ମଧ୍ୟରେ ରହିଛି ବହୁଳ ବ୍ୟବହୃତ ବିନାନୀ ସିମେଣ୍ଟ। ପ୍ରାୟ ସମସ୍ତ ଭାରତୀୟଙ୍କ ଘରେ ବ୍ୟବହାର ହେଉଥିବା ସୈନ୍ଧବ ଲବଣ ମଧ୍ୟ ପାକିସ୍ତାନରୁ ଆସିଥାଏ। ତ୍ୱଚାକୁ ଚମକାଇବା ଲାଗି ଉପଯୋଗ କରାଯାଉଥିବା ମୁଲତାନୀ ମାଟି ମଧ୍ୟ ପାକିସ୍ତାନରୁ ଅଧିକ ମାତ୍ରାରେ ଆମଦାନୀ ହୋଇଥାଏ।

ଲାହୋରର କୁର୍ତ୍ତା ଏବଂ ପେଶାବରୀ ଚପଲକୁ ଭାରତୀୟମାନେ ବେଶ ପସନ୍ଦ କରନ୍ତି। ଏମିତିରେ ଉଭୟକୁ ପାକିସ୍ତାନରୁ ଆମଦାନୀ କରାଯାଏ। କପା ତୁଳା, ଚମଡ଼ା ଜାତୀୟ ଉତ୍ପାଦ ବ୍ୟତିତ ପଡ଼ୋଶୀ ଦେଶରୁ କିଛି ଚିକିତ୍ସା ଉପକରଣ ଏବଂ ଚଷମାରେ ବ୍ୟବହାର କରାଯାଉଥିବା କିଛି ଅପ୍ଟିକ୍ସ ମଧ୍ୟ ଭାରତ କ୍ରୟ କରିଥାଏ।

ଲୋକ ସଭାରେ ଏକ ଲିଖିତ ଉତ୍ତରରେ ବାଣିଜ୍ୟ ଏବଂ ଉଦ୍ୟୋଗ ରାଜ୍ୟ ମନ୍ତ୍ରୀ ଅନୁପ୍ରିୟା ପଟେଲ ମଧ୍ୟ ଦୁଇ ପଡୋଶୀ ଦେଶ ମଧ୍ୟରେ ଦ୍ୱିପାକ୍ଷୀୟ ବ୍ୟାପାର ଏପ୍ରିଲ-ଡିସେମ୍ବର ୨୦୨୨ ସମୟରେ ବଢ଼ି ୧.୩୫ ବିଲିୟନ ଆମେରିକୀୟ ଡଲାର, ୨୦୨୧-୨୨ରେ ଏହା ୫୧୬.୩୫ ମିଲିୟନ ଆମେରିକୀୟ ଡଲାର ଥିଲା ବୋଲି କହିଥିଲେ।

ପ୍ରକାଶ ଯେ, ୧୯୯୬ରେ ଭାରତ ପାକିସ୍ତାନକୁ ଏମ୍‌ଏଫ୍‌ଏନ୍‌ ମାନ୍ୟତା ଦେଇଥିଲା। ୨୦୦୦ ଦଶକ ଆରମ୍ଭରେ ନୂଆଦିଲ୍ଲୀ ଏବଂ ଇସଲାମାବାଦ ମଧ୍ୟରେ ବ୍ୟାପାର ମଧ୍ୟ ବୃଦ୍ଧି ପାଇଥିଲା। ମାତ୍ର ୨୦୧୯ ଫେବୃୟାରୀ ୧୪ରେ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନକୁ ଦିଆଯାଇଥିବା ଏମ୍‌ଏଫ୍‌ଏନ୍‌ ଯୋଗ୍ୟତାକୁ ରଦ୍ଦ କରିଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?