ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି । ଏହି ଉଦ୍ଦେଶ୍ୟରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବରଗଡ଼ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗଦେଇ ଚିଠା ଭୋଟର ତାଲିକା ଉନ୍ମୋଚନ କରିଥିଲେ । ଏହା ସହିତ ଏହାକୁ ସେ ପ୍ରାଞ୍ଜଳ ଭାବରେ ଉପସ୍ଥାପନ କରିଥିଲେ । ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ସ୍ୱତନ୍ତ୍ର ସଂଘନ ସଂଶୋଧନ ପ୍ରକ୍ରିୟାର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ବିଷୟରେ ଉପସ୍ଥିତ ସମସ୍ତ ସଦସ୍ୟଙ୍କୁ ସବିଶେଷ ସୂଚନା ପ୍ରଦାନ କରି ଅବଗତ କରାଇଥିଲେ। ସାଧାରଣ ଜନସାଧାରଣଙ୍କ ପାଇଁ ଦାବି ଓ ଆପତ୍ତି ଦାଖଲ କରିବାର ସମୟସୀମା ରବିବାରଠାରୁ ଆରମ୍ଭ ହୋଇଥିବାବେଳେ ଆସନ୍ତା ଅଗଷ୍ଟ ମାସ ୪ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜିଲାପାଳ ଗୋୟଲ ସୂଚନା ଦେଇଥିଲେ ।

ଏହି ଚିଠା ପ୍ରକାଶନ ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ୱ) ମହେନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲାପାଳ (ସାଧାରଣ) ମଧୁଛନ୍ଦା ସାହୁ, ବରଗଡ଼ ଉପ ଜିଲାପାଳ ପ୍ରସନ୍ନ ପାଣ୍ଡେ ଏବଂ ପଦ୍ମପୁର ଉପ ଜିଲାପାଳ ହେମସାଗର ଭୋଇ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଡେପୁଟି କଲେକ୍ଟର ସୂର୍ଯ୍ୟମଣି ଭୋଇ, ଏଚଆରଏମଏସ ସଂଯୋଜକ ଶ୍ରୀକାନ୍ତ ତ୍ରିପାଠୀ ଏବଂ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନେ ଉପସ୍ଥିତ ରହି ଏହି ନିର୍ବାଚନ ପ୍ରକ୍ରିୟା ସମ୍ପର୍କରେ ନିଜ ନିଜର ମତାମତ ରଖିଥିଲେ ।

ତଥ୍ଯ ଅନୁସାରେ ବରଗଡ଼ ଜିଲାର ସମୁଦାୟ ୫ଟି ନିର୍ବାଚନ ମଣ୍ଡଳୀରେ ମୋଟ ଭୋଟରଙ୍କ ସଂଖ୍ୟା ୧୧ଲକ୍ଷ ୮୧ହଜାର ୨୮୧ ଥିଲା। ଏହି ସମସ୍ତ ଭୋଟରଙ୍କ କ୍ଷେତ୍ରରେ ୧୦୦ ପ୍ରତିଶତ ପଞ୍ଜୀକରଣ ଫର୍ମ ବଣ୍ଟନ ଶେଷ ହୋଇଥିବା ବେଳେ ସେଥିମଧ୍ୟରୁ ୯୩.୭୦ ପ୍ରତିଶତ ଅର୍ଥାତ୍ ୧୧ଲକ୍ଷ ୬ହଜାର ୮୭୬ର ଡିଜିଟାଇଜେସନ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ଚିଠା ପ୍ରସ୍ତୁତ ହୋଇଛି ।‌ ବୈଠକରେ ସୂଚନା ଦିଆଯାଇଛି ଯେ, ଏହି ସ୍ୱତନ୍ତ୍ର ସଂଶୋଧନ ଅବଧି ମଧ୍ୟରେ ସମସ୍ତ ଯୋଗ୍ୟ ନୂତନ ଭୋଟରଙ୍କ ନାମ ସାମିଲ କରିବା, ମୃତ କିମ୍ବା ସ୍ଥାନାନ୍ତରିତ ଭୋଟରଙ୍କ ନାମ ବାଦ୍ ଦେବା ଏବଂ ତାଲିକାରେ ଥିବା ଯେକୌଣସି ତୃଟିର ସଂଶୋଧନ କରାଯାଇଛି। ପ୍ରକାଶିତ ଚିଠା ଭୋଟର ତାଲିକାକୁ ନେଇ କୌଣସି ଆପତ୍ତି କିମ୍ବା ଅଭିଯୋଗ ଥିଲେ, ଜନସାଧାରଣ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପୃକ୍ତ ଫର୍ମ ଜରିଆରେ ଆବେଦନ କରିପାରିବେ ବୋଲି ଜିଲା ନିର୍ବାଚନ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?