ତାଲିକାରେ ନାମ ଥାଇ ବି ମିଳୁନି ଆବାସ ଗୃହ

ଖଣ୍ଡପଡ଼ା,୧୩ା୮(ଅଜୟ କୁମାର ମହାରଣା)ଖଣ୍ଡପଡା ବ୍ଳକ ଅଧୀନ ୨୨ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ବ୍ଳକ ପ୍ରଶାସନ ନିକଟରେ ପ୍ରତ୍ୟେହ ଅଭିଯୋଗପତ୍ର ପହଞ୍ଚତ୍ବାରେ ଲାଗିଛି ା ବ୍ଳକ ପ୍ରଶାସନ ଅଭିଯୋଗଗୁଡିକ ପ୍ରତି ଦୃଷ୍ଟି ନ ଦେଇ ନୀରବଦ୍ରଷ୍ଟା ସାଜି ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବିଭିନ୍ନ ଅଞ୍ଚଳରେ ଏହାକୁ ନେଇ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟରେ ଧାରଣା, ଆନ୍ଦୋଳନ ଚାଲୁଥିବା ବେଳେ ଖଣ୍ଡପଡ଼ା ବ୍ଳକର ଆଦିବାସୀ ଅଧ୍ୟୂଷିତ କିଆଝର ପଞ୍ଚାୟତ ଅଧୀନ ପଣସପଦର ଗ୍ରାମର ବିପ୍ର ନାଏକଙ୍କୁ ଯୋଗ୍ୟ ହିତାଧିକାରୀ ଭାବେ ତାଙ୍କ ନାମ ହିତାଧିକାରୀ ତାଲିକାର କ୍ରମିକ ସଂଖ୍ୟା-୮୧ରେ ଥିଲେ ମଧ୍ୟ ବ୍ଳକ ପ୍ରଶାସନ ସଂପୃକ୍ତ ହିତାଧିକାରୀଙ୍କୁ ଗୃହ ନିର୍ମାଣ ନିମନ୍ତେ କାର୍ଯ୍ୟାଦେଶପତ୍ର ବିଭିନ୍ନ ଆଳ ଦର୍ଶାଇ ପ୍ରଦାନ କରୁ ନ ଥିବା ସେ ଅଭିଯୋଗ କରିଛନ୍ତି ା ତାଙ୍କର ପରିବାରବର୍ଗ ଏକ ଝାଟିମାଟି ନୂଆଣିଆ ଚାଳ ଛପର ଘରେ ସପରିବାର ସହ ବର୍ଷ ବର୍ଷ ଧରି ରହୁଛନ୍ତି ା ଆବାସ ଯୋଜନାରେ ବାସଗୃହ ଖଣ୍ଡେ ପାଇବା ପାଇଁ ସେ ଦୀର୍ଘ ୧୦ ବର୍ଷ ଧରି ସଂଗ୍ରାମ ଜାରି ରଖିଛନ୍ତି। ବହୁବାର ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଳକ କାର୍ଯ୍ୟାଳୟକୁ ଦୌଡି ପ୍ରଶାସନିକ ଅଧିକାରୀମାନଙ୍କୁ ଭେଟି ଦୁଃଖ ଜଣାଇଛନ୍ତି ା ଆବାସ ଯୋଜନାରେ ଗୃହ ପାଇବାରୁ ବଞ୍ଚତ୍ତ ହିତାଧିକାରୀ ଜଣଙ୍କ ଏ ସମ୍ପର୍କରେ ନୟାଗଡ଼ ଜିଲାପାଳଙ୍କୁ ଜଣାଇଛନ୍ତି। ପ୍ରଶାନ ପକ୍ଷରୁ ନ୍ୟାୟ ନମିଳିଲେ ସେ ବାଧ୍ୟ ହୋଇ ଆଇନର ଆଶ୍ରୟ ନେବେ ବୋଲି ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?