ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. କୁବେର ମହନ୍ତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୬୬ ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୪୨ଟି ବ୍ୟକ୍ତିଗତ ଏବଂ ୨୪ଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଅତିରିକ୍ତ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

Dharitri – Odisha’s No.1 Odia Daily

Share