ସାହିତି୍ୟକ ଇନ୍ଦୁଭୂଷଣ କରଙ୍କ ପରଲୋକ

ଭୁବନେଶ୍ୱର, ୭।୮(ବ୍ୟୁରୋ): ସାହିତି୍ୟକ ଇନ୍ଦୁଭୂଷଣ କରଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ବର୍ଷ ବୟସ ହୋଇଥିଲା। ୧୯୩୫ ମସିହାରେ ବାଲେଶ୍ୱର ଜିଲା ଭୋଗରାଇ ସନ୍ନିକଟ ଚଣ୍ଡୀପୁର ଗ୍ରାମରେ ସେ ଜନ୍ମଗ୍ରହଣ କରିଥିଲେ। ପ୍ରଖ୍ୟାତ ଲେଖକ ସ୍ବର୍ଗତ ମନୋଜ ଦାସଙ୍କ ସେ ଥିଲେ ବାଲ୍ୟବନ୍ଧୁ । ଇନ୍ଦୁଭୂଷଣ ଦୀର୍ଘଦିନ ଧରି ପରିବାର ସହ ଭୁବନେଶ୍ୱରରେ ରହୁଥିଲେ। ୧୯୫୯ରେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଉପାଧି ହାସଲ କରି ଓଡ଼ିଶା ପ୍ରଶାସନିକ ସେବାରେ ଜଣେ ଅଧିକାରୀ ଭାବେ କର୍ମମୟ ଜୀବନ ଆରମ୍ଭ କରିଥିଲେ। ୧୯୯୧ରେ ତାଙ୍କର ପ୍ରଥମ କବିତା ଗ୍ରନ୍ଥ ‘ନିସଙ୍ଗ ଆକାଶ’ ପ୍ରକାଶିତ ହୋଇଥିଲା। ତାଙ୍କ ଦ୍ୱାରା ରଚିତ ପୁସ୍ତକ ମଧ୍ୟରେ ସାହିତ୍ୟ, ସମାଜ ଓ ସଂସ୍କୃତି, ଶବ୍ଦେର ଆକାଶ, ଯାଇପାରେ କାହିଁକି ଯିବି?, ଉଲଙ୍ଗରାଜା ଆଦି ଉଲ୍ଲେଖନୀୟ ସାରସ୍ବତ ସୃଷ୍ଟି। ୧୯୯୦ରୁ ୧୯୯୪ ପର୍ଯ୍ୟନ୍ତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଭାବେ କାର୍ଯ୍ୟ କରି ନିଜର ସାରସ୍ବତ ପରାକାଷ୍ଠା ଓ ପ୍ରଶାସନିକ ଦକ୍ଷତାର ପରିଚୟ ପ୍ରଦାନ କରିଥିଲେ। ଓଡ଼ିଆ ସାହିତ୍ୟ ପାଇଁ ସ୍ବର୍ଗତ କରଙ୍କ ଅବଦାନ ଅତୁଳନୀୟ। ସାହିତି୍ୟକ ଇନ୍ଦୁଭୂଷଣଙ୍କ ଆବର୍ତ୍ତମାନରେ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି ଘଟିଛି ବୋଲି ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କୁହାଯାଇଛି। ସାରସ୍ବତ ସାଧକଙ୍କ ମହାପ୍ରୟାଣ ଅବସରରେ ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏକାଡେମୀ ପକ୍ଷରୁ ସଭାପତି ଡ. ହୃଷୀକେଶ ମଲ୍ଲିକ, ଉପସଭାପତି ଡ. ସଂଗ୍ରାମ ଜେନା ଓ ସଚିବ ପ୍ରବୋଧ କୁମାର ରାଉତ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri