ସାହିତି୍ୟକ ଇନ୍ଦୁଭୂଷଣ କରଙ୍କ ପରଲୋକ

ଭୁବନେଶ୍ୱର, ୭।୮(ବ୍ୟୁରୋ): ସାହିତି୍ୟକ ଇନ୍ଦୁଭୂଷଣ କରଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ବର୍ଷ ବୟସ ହୋଇଥିଲା। ୧୯୩୫ ମସିହାରେ ବାଲେଶ୍ୱର ଜିଲା ଭୋଗରାଇ ସନ୍ନିକଟ ଚଣ୍ଡୀପୁର ଗ୍ରାମରେ ସେ ଜନ୍ମଗ୍ରହଣ କରିଥିଲେ। ପ୍ରଖ୍ୟାତ ଲେଖକ ସ୍ବର୍ଗତ ମନୋଜ ଦାସଙ୍କ ସେ ଥିଲେ ବାଲ୍ୟବନ୍ଧୁ । ଇନ୍ଦୁଭୂଷଣ ଦୀର୍ଘଦିନ ଧରି ପରିବାର ସହ ଭୁବନେଶ୍ୱରରେ ରହୁଥିଲେ। ୧୯୫୯ରେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଉପାଧି ହାସଲ କରି ଓଡ଼ିଶା ପ୍ରଶାସନିକ ସେବାରେ ଜଣେ ଅଧିକାରୀ ଭାବେ କର୍ମମୟ ଜୀବନ ଆରମ୍ଭ କରିଥିଲେ। ୧୯୯୧ରେ ତାଙ୍କର ପ୍ରଥମ କବିତା ଗ୍ରନ୍ଥ ‘ନିସଙ୍ଗ ଆକାଶ’ ପ୍ରକାଶିତ ହୋଇଥିଲା। ତାଙ୍କ ଦ୍ୱାରା ରଚିତ ପୁସ୍ତକ ମଧ୍ୟରେ ସାହିତ୍ୟ, ସମାଜ ଓ ସଂସ୍କୃତି, ଶବ୍ଦେର ଆକାଶ, ଯାଇପାରେ କାହିଁକି ଯିବି?, ଉଲଙ୍ଗରାଜା ଆଦି ଉଲ୍ଲେଖନୀୟ ସାରସ୍ବତ ସୃଷ୍ଟି। ୧୯୯୦ରୁ ୧୯୯୪ ପର୍ଯ୍ୟନ୍ତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ ଭାବେ କାର୍ଯ୍ୟ କରି ନିଜର ସାରସ୍ବତ ପରାକାଷ୍ଠା ଓ ପ୍ରଶାସନିକ ଦକ୍ଷତାର ପରିଚୟ ପ୍ରଦାନ କରିଥିଲେ। ଓଡ଼ିଆ ସାହିତ୍ୟ ପାଇଁ ସ୍ବର୍ଗତ କରଙ୍କ ଅବଦାନ ଅତୁଳନୀୟ। ସାହିତି୍ୟକ ଇନ୍ଦୁଭୂଷଣଙ୍କ ଆବର୍ତ୍ତମାନରେ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି ଘଟିଛି ବୋଲି ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କୁହାଯାଇଛି। ସାରସ୍ବତ ସାଧକଙ୍କ ମହାପ୍ରୟାଣ ଅବସରରେ ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏକାଡେମୀ ପକ୍ଷରୁ ସଭାପତି ଡ. ହୃଷୀକେଶ ମଲ୍ଲିକ, ଉପସଭାପତି ଡ. ସଂଗ୍ରାମ ଜେନା ଓ ସଚିବ ପ୍ରବୋଧ କୁମାର ରାଉତ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri