ଛତ୍ରପୁର,୯ା୯(ଡି.ଏନ୍.ଏ.): ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଏଥିରେ ଦର୍ଶାଯାଇଛି ଯେ, କେନ୍ଦ୍ର ସରକାରଙ୍କ ଅନଲକ୍ ୪ ଗାଇଡ୍ଲାଇନ ଅବମାନନା କରି ରାଜ୍ୟ ସରକାରଙ୍କ ସୁପାରିସ କ୍ରମେ ବ୍ରହ୍ମପୁର ଗଞ୍ଜାମ, ଛତ୍ରପୁର, ବାଲୁଗାଁ ଷ୍ଟେଶନରେ ସ୍ପେଶାଲ ଟ୍ରେନ୍ ଫାଲ୍କନାମା, କୋଣାର୍କ ଏକ୍ସପ୍ରେସ ଟ୍ରେନ ଚଳାଚଳ ରହଣି ଉପରେ ରେଲଓ୍ବେ ବୋର୍ଡ ଚେୟାରମ୍ୟାନ୍ ସ୍ଥଗିତାଦେଶ ପ୍ରଦାନ କରିଛନ୍ତି। ଏଥିସହ ବ୍ରହ୍ମପୁରରୁ ଭୁବନେଶ୍ୱର ଦୈନିକ ଯାତାୟାତ କରୁଥିବା ସ୍ପେଶାଲ ପାସେଞ୍ଜର ଟ୍ରେନ ଚଳାଚଳ ବାତିଲ ମଧ୍ୟ କରାଯାଇଛି। ବର୍ତ୍ତମାନ ଓଡ଼ିଶାର ଖୋର୍ଦ୍ଧା ଜିଲାରେ ଦୈନିକ ୧ ହଜାର କରୋନା ରୋଗୀ ଚିହ୍ନଟ ହେଉଥିଲେ ମଧ୍ୟ ଖୋର୍ଦ୍ଧା ଓ ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ ଚଳାଚଳ ବାତିଲ କରାଯାଇନାହିଁ। ଏଥିରୁ ସ୍ପଷ୍ଟ ହୁଏ ରାଜ୍ୟ ଓ କେନ୍ଦ୍ର ସରକାର ଗଞ୍ଜାମ ଜିଲାପ୍ରତି ବୈମାତୃକ ମନୋଭାବ ପୋଷଣ କରୁଛନ୍ତି। ଟ୍ରେନ ଚଳାଚଳ ସ୍ବାଭାବିକ ନ ହେବାରୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଟ୍ରେନ ନ ଚଳାଇବାରୁ ପ୍ରବାସୀ ଓଡ଼ିଆ ଶ୍ରମିକମାନେ ବାଧ୍ୟ ହୋଇ ବସ୍ରେ ସୁରଟ ଯାଉଥିବା ବେଳେ ଦୁର୍ଘଟଣା ହୋଇ ୮ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଏଥିପାଇଁ ରେଲଓ୍ବେ ବିଭାଗ ଓ ମୁଖ୍ୟ ଶାସନ ସଚିବ ଓଡ଼ିଶା ଓ ଗଞ୍ଜାମ ଜିଲାପାଳ ଦାୟୀ ଅଟନ୍ତି। ଉକ୍ତ ଜନସ୍ବାର୍ଥ ମାମଲାରେ ମାନ୍ୟବର ନ୍ୟାୟାଳୟଙ୍କୁ ଅନୁରୋଧ କରାଯାଇଛି ଯେ, ତୁରନ୍ତ ଟ୍ରେନ ଚଳାଚଳକୁ ଅନୁମତି ଏବଂ ବ୍ରହ୍ମପୁର, ଛତ୍ରପୁର ଗଞ୍ଜାମ, ବାଲୁଗାଁ ଷ୍ଟେଶନରେ ଟ୍ରେନ ରହଣି ପୂର୍ବ ଅନୁଯାୟୀ ରହୁ। ଏଥିରେ ଓଡ଼ିଶା ବିପର୍ଯ୍ୟୟ ପରିଚାଳନା ଚେୟାରମ୍ୟାନ, ସଚିବ ଗୃହ ବିଭାଗ କେନ୍ଦ୍ର ସରକାର, ଚେୟାରମ୍ୟାନ୍ ରେଲୱେ ବୋର୍ଡ ନୂଆଦିଲ୍ଲୀ, ମୁଖ୍ୟ ଶାସନ ସଚିବ ଓଡ଼ିଶା, ଏସ୍ଆରସି, ଭୁବନେଶ୍ୱର ଇଷ୍ଟକୋଷ୍ଟ ରେଲଓ୍ବେ ମ୍ୟାନେଜର, ଖୋର୍ଦ୍ଧା ଇଷ୍ଟକୋଷ୍ଟ ରେଲଓ୍ବେ ଡିଆରଏମ, ଗଞ୍ଜାମ ଜିଲାପାଳଙ୍କୁ ପକ୍ଷଭୁକ୍ତ କରି ମାମଲା ରୁଜୁ କରାଯାଇଛି। ଉକ୍ତ ମକଦ୍ଦମାକୁ ଆଇନଜୀବୀ ଗୋପାଳ ପ୍ରସାଦ ଜେନା ପରିଚାଳନା କରୁଛନ୍ତି।
Posted inHome, ଆମ ଜିଲା ଖବର, ଗଞ୍ଜାମ View All
ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
Archives

