ଆଇସ୍‌କ୍ରିମ କାଠିରେ କୁନି ଗଣେଶ

ପୁରୀ ଅଫିସ,୨୦ା୮: ଆଇସ୍‌କ୍ରିମ କାଠିକୁ ନେଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁ। ସ୍ଥାନିତ କରିସାରିଥିବା ପୁରୀ କୁମୁଟିପାଟଣାର ୧୯ ବର୍ଷୀୟ ଛାତ୍ର ବିଶ୍ୱଜିତ ନାୟକଙ୍କ ନଜର ଏବେ ଏସିଆ ବୁକ୍‌ ଅଫ୍‌ ରେକଡର୍‌ସ ଉପରେ। ଏଥିରେ ନିଜ ନଁ।କୁ ସାମିଲ କରିବା ପାଇଁ ପୁଣି ଆଇସ୍‌କ୍ରିମ କାଠିରେ ତିଆରି କରିଛନ୍ତି କୁନି ଗଣେଶ। ସେ ୫,୫୭୫ ଖଣ୍ଡ ଆଇସ୍‌କ୍ରିମ୍‌ କାଠିରେ ଅତି ସୁ୍‌ନ୍ଦର ଗଣେଶ ତିଆରି କରି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି। ଏସିଆ ବୁକ୍‌ ଅଫ୍‌ ରେକଡର୍‌ସ ପାଇଁ ସେ ଆବେଦନ କରିଥିବା ବିଶ୍ୱଜିତ ସୂଚନା ଦେଇଛନ୍ତି।
ଏ ସମ୍ପର୍କରେ ଡିପ୍ଲୋମା ଦ୍ୱିତୀୟ ବର୍ଷର ଛାତ୍ର ବିଶ୍ୱଜିତ୍‌ କହିଛନ୍ତି, ପୂର୍ବରୁ ଗତ ଜୁନ୍‌ ମାସରେ ୨,୫୭୫ଟି ଆଇସ୍‌କ୍ରିମ କାଠିରେ ୨୭ ଇଞ୍ଚ ଉଚ୍ଚତା ଓ ୨୨ ଇଞ୍ଚ ଚଉଡ଼ା ବିଶିଷ୍ଟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷୁଦ୍ର ନନ୍ଦିଘୋଷ ରଥ ତିଆରି କରିଥିଲେ। ଏହାକୁ ସମ୍ପୂର୍ଣ୍ଣ କରିବାକୁ ତାଙ୍କୁ ୧୦ ଦିନ ସମୟ ଲାଗିଥିଲା। ଏଥିପାଇଁ ସେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁ। ସାମିଲ କରିସାରିଛନ୍ତି। ତେଣୁ ଏସିଆ ବୁକ୍‌ ଅଫ୍‌ ରେକଡର୍‌ସ ପାଇଁ ସେ ୫,୫୭୫ ଖଣ୍ଡ ଆଇସ୍‌କ୍ରିମ୍‌ କାଠିରେ ୫୫ ଇଞ୍ଚ ଉଚ୍ଚତା ଏବଂ ୩୩ ଇଞ୍ଚ ଚଉଡ଼ାର ଗଣେଶ ତିଆରି କରିଛନ୍ତି। ଏଥିପାଇଁ ତାଙ୍କୁ ୩୦ ଦିନ ସମୟ ଲାଗିଛି। ଏସିଆ ବୁକ୍‌ ଅଫ୍‌ ରେକଡର୍‌ସ ପାଇଁ ସେ ଆବେଦନ କରିଛନ୍ତି। ତାଙ୍କୁ ତଥ୍ୟ ପ୍ରମାଣ ମଗାଗଲେ ସେ ପ୍ରଦାନ କରିବେ ବୋଲି ବିଶ୍ୱଜିତ କହିଛନ୍ତି। ସୂଚନାଥାଉ କି, ସପ୍ତମ ଶ୍ରେଣୀରେ ବିଶ୍ୱଜିତ ପଢୁଥିବାବେଳେ ଆଇସ୍‌କ୍ରିମ୍‌ କାଠିରେ ସିଂହାସନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ବସାଇଥିଲେ ଯାହା ବେଶ୍‌ ଆକର୍ଷଣୀୟ ହୋଇଥିଲା। ପରିବାର, ସମ୍ପର୍କୀୟ ଏହାକୁ ଦେଖିବା ପରେ ତାଙ୍କୁ ପ୍ରେରଣା ଦେଇଥିଲେ। ତେଣୁ ସେ ଆଗକୁ ବଢିବାକୁ ସ୍ବପ୍ନ ଦେଖିଥିଲେ ବୋଲି ବିଶ୍ୱଜିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri