Posted inଅପରାଧ

ପ୍ରେମିକ ସହ ଆପତ୍ତିଜନକ ଅବସ୍ଥାରେ ଧରାପଡ଼ିବା ପରେ ଶ୍ୱଶୁରକୁ ହତ୍ୟା କଲା ସାନ ବୋହୂ

ବାଗପତ୍‌, ୨୧।୧୦: ଉତ୍ତର ପ୍ରଦେଶ ବାଗପତ୍‌ ଜିଲାରେ ଅକ୍ଟୋବର ୯ରେ ଘଟିଥିବା ଜଣେ ବୃଦ୍ଧଙ୍କ ହତ୍ୟା ମାମଲାରେ ପୋଲିସ ଚଳିତ କଲା ଭଳି ଖୁଲାସା କରିଛି। ପୋଲିସର ସୂଚନା ଅନୁଯାୟୀ, ବୃଦ୍ଧଙ୍କ ହତ୍ୟା ଆଉ କେହି ନୁହେଁ ବରଂ ତାଙ୍କ ସାନ ବୋହୂ ନିଜ ପ୍ରେମିକ ସହ ମିଶି କରିଛି। ବୃଦ୍ଧଜଣଙ୍କ ବୋହୂ ଓ ତା’ର ପ୍ରେମିକକୁ ଆପତ୍ତିଜନକ ଅବସ୍ଥାରେ ଦେଖି ଦେଇଥିଲେ। ତେବେ ଘଟଣା ପ୍ରଘଟ ହୋଇଯିବା ଭୟରେ ପ୍ରେମିକ ସହ ମିଶି ବୋହୂ ନିଜ ଶ୍ୱଶୁରକୁ ହତ୍ୟା କରିଥିଲା। ପୋଲିସ ଏହି ଘଟଣାରେ ବୋହୂ ସମେତ ତାଙ୍କ ପ୍ରେମିକକୁ ଗିରଫ କରିଛି।
ଏହି ଘଟଣା ଗତ ୯ରେ ଖେକଡ଼ା ଥାନା ଅଞ୍ଚଳରେ ଘଟିଥିଲା। ସୁଖବୀର ନାମକ ଜଣେ ବୃଦ୍ଧଙ୍କୁ କେହି ଗୁଳି କରି ମାରି ଦେଇଥିଲେ। ଏନେଇ ପରିବାର ପକ୍ଷରୁ ପୋଲିସ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାର ତଦନ୍ତ କରୁ୍‌ଥିବାବେଳେ ପୋଲିସକୁ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିଲା। ଘଟଣା ଘଟିବା ଦିନ ରାତିରେ ସୁଖବୀରଙ୍କ ଘର ପାଖରେ ରାଜୀବ ନାମକ ଜଣେ ଟେଲରଙ୍କୁ ଲୋକ ଦେଖିଥିଲେ। ଯେତେବେଳେ ପୋଲିସ ରାଜୀବକୁ ପଚରାଉଚରା କରିଥିଲା ଜାଣିବାକୁ ପାଇଲା, ସୁଖବୀରଙ୍କ ସାନ ବୋହୂ ଜ୍ୟୋତି ସହ ତା’ର ପ୍ରେମ ସମ୍ପର୍କ ରହିଛି। ରାଜୀବ ମଧ୍ୟ ପୋଲିସ ସାମ୍ନାରେ ନିଜ ଦୋଷ ସ୍ବୀକାର କରିନେଇଥିଲା। ଘଟଣା ଦିନ ରାତିରେ ଭେଟିବା ଲାଗି ଜ୍ୟୋତିକୁ ରାଜୀବ ବିଲକୁ ଡାକିଥିଲା। ଏହି ସମୟରେ ସୁଖବୀର ବିଲରେ ପହଞ୍ଚି ବୋହୂ ଓ ରାଜୀବଙ୍କୁ ଆପତ୍ତିଜନକ ଅବସ୍ଥାରେ ଦେଖି ଦେଇଥିଲେ। ତେବେ ଅପବାଦ ଭୟରେ ଉଭୟ ସୁଖବୀରଙ୍କୁ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri