ଅମିତାଭଙ୍କ ପାଇଁ ନିଆରା ଢ଼ଙ୍ଗରେ ଆଶୁ ଆରୋଗ୍ୟ କାମନା କଲେ ଏହି କୁନି ପ୍ରଶଂସକ

ଭୋପାଳ,୧୧।୭: ବଲିଉଡ୍‌ର ମହାନାୟକ ଅଭିତାଭ ବଚ୍ଚନ ଓ ତାଙ୍କ ପରିବାରର ୪ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅମିତାଭ କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ସମର୍ଥକ ଓ ପ୍ରଶଂସକମାନେ ନିଜ ନିଜ ଅନ୍ଦାଜରେ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଇତିମଧ୍ୟରେ ତାଙ୍କର ଏକ କୁନି ପ୍ରଶଂସକ ମଧ୍ୟ ନିଆରା ଅନ୍ଦାଜରେ ଆଶୁ ଆରୋଗ୍ୟ କାମନା କରିଥିବା ଦେଖିବାକୁ ମିଳିଛି। ମଧ୍ୟପ୍ରଦେଶର ପନ୍ନାରେ ରହୁଥିବା କମ୍‌ ବୟସର ପ୍ରଶଂସକ ନବେଲି ନିଆରା ଅନ୍ଦାଜରେ ଗୀତ ଗାଇ ଅମିତାଭଙ୍କ ଉତ୍ସାହ ବଢ଼ାଇବା ସହ ଶୀଘ୍ର ସୁସ୍ଥ ହେବା ପାଇଁ ପ୍ରାର୍ଥନା କରିଛନ୍ତି।

ନବେଲି ହେଉଛନ୍ତି ସେହି ଶିଶୁ ଯାହାଙ୍କର ଅମିତାଭ ନାମକରଣ କରିଥିଲେ। ସୂଚନା ମୁତାବକ ୨୦୧୪ରେ ‘କୌନ ବନେଗା କରୋଡ଼ପତି’ କାର୍ଯ୍ୟକ୍ରମରେ ପନ୍ନା ଜିଲା ଅଜୟଗଡ଼ର ଖୁସବୁ ସିଂହ ନାମକ ଜଣେ ମହିଳା ଖେଳିବାକୁ ଆସିଥିଲେ। ସେହି ସମୟରେ ଅମିତାଭ ତାଙ୍କ ଝିଅଙ୍କ ନାମକରଣ କରି ନବେଲି ରଖିଥିଲେ। ନବେଲିଙ୍କ ମା’ ଖୁସବୁ ଏହି କାର୍ଯ୍ୟକ୍ରମରେ ୬ଲକ୍ଷ ୪୦ହଜାର ଟଙ୍କା ଜିତିଥିଲେ।

ଏଥିସହ ଅମିତାଭ ତାଙ୍କୁ ସୁନାର ଚୁଡି ମଧ୍ୟ ଉପହାର ଦେଇଥିଲେ। ଏହା ପୂର୍ବରୁ ନବେଲିଙ୍କ ପିତା ମହେନ୍ଦ୍ର ସିଂହ ରାଠୋର ମଧ୍ୟ ୨୦୧୧ରେ ‘କୌନ ବନେଗା କରୋଡ଼ପତି’ କାର୍ଯ୍ୟକ୍ରମକୁ ଆସି ୫୦ଲକ୍ଷ ଟଙ୍କା ଜିତିଥିଲେ। ତେବେ ନବେଲିଙ୍କ ଏହି ଗୀତ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri