Posted inଜାତୀୟ

ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଭେଟିବାକୁ ୩ ଦିନ ଦୌଡିବେ କୁନି ଧାବିକା

ଲକ୍ଷ୍ନୌ,୧୧ ।୪: ପ୍ରତିଯୋଗୀତାରେ ବିଜୟ ଅପେକ୍ଷା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ ଏଥିରେ ଭାଗ ନେବା । ହେଲେ ଖେଳାଳୀଙ୍କୁ ଯେତେବେଳେ ସେମାନଙ୍କୁ ସେମାନଙ୍କର ଉଚିତ ସମ୍ମାନ ମିଳି ନଥାଏ ସେତେବେଳେ ସେମାନେ ନିରାଶ ହୋଇଯାଇଥାଆନ୍ତି । ଏମିତି କିଛି ଘଟଣା ଘଟିଛି କୁନି ଧାବିକା କାଜଲ ନିଷାଦଙ୍କ ସହ । ଗତ ବର୍ଷ ମାରାଥନରେ ଅଂଶ ଗ୍ରହଣ କରିବା ପରେ ବି ଯେତେବେଳେ ତାଙ୍କ ମେଧାକୁ ଉଚିତ ସମ୍ମାନ ମିଳିଲା ନାହିଁ ସେତେବେଳେ ସେ ଏହାକୁ ନେଇ ଗୁହାରି କରିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିବାକୁ ଦୌଡି ଦୌଡି ଲକ୍ଷ୍ନୌ ବାହାରିଥିଲେ ।

କାଜଲ କୁହନ୍ତି ରାତି ରହଣି ପରେ ସେ ୩ଦିନ ମଧ୍ୟରେ ଲକ୍ଷ୍ନୌ ପହଞ୍ଚିବେ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ କ୍ରିଡା ଅଧିକାରୀଙ୍କୁ ଏସମ୍ପର୍କରେ ଜଣାଇବେ । କାଜଲ ତାଙ୍କର ଏହି ଯାତ୍ରାକୁ ପ୍ରୟାଗରାଜ ଟୁ ଲକ୍ଷ୍ନୌ ଅଲଟ୍ରା ମାରାଥନ ନାମ ଦେଇଛନ୍ତି । ଇନ୍ଦିରା ମାରାଥନରେ ବଡ ବଡ ଧାବକଙ୍କୁ ପଛରେ ପକାଇ କାଜଲ ୪ ଘଣ୍ଟା ୨୨ ମିନିଟରେ ୪୨ କିଲୋମିଟର ଦୌଡିଥିବା ବେଳେ ସେତେବେଳେ ତାଙ୍କୁ ଖୁବ୍ ପ୍ରଶଂସା କରାଯାଇଥିଲା । ହେଲେ ଏହାକୁ ନେଇ ପ୍ରଶାସନ ପକ୍ଷରୁ କୌଣସି ପ୍ରୋତ୍ସାହନ ରାଶି ବା ସମ୍ମାନ ମିଳି ନ ଥିବରୁ ସେ ନିରାଶ ହୋଇଛନ୍ତି । ମାଣ୍ଡାରେ ରହୁଥିବା କାଜଲ ଏହା ପୂର୍ବରୁ ପ୍ରୟାଗରାଜର ସୁଭାଷ ଚୌକରୁ ୧୬ ଦିନରେ ଦିଲ୍ଲୀର ଇଣ୍ଡିଆ ଗେଟ ପହଞ୍ଚି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri