Posted inଜାତୀୟ

ଲିଭ୍‌-ଇନ୍‌ ଯୋଡ଼ି ପଞ୍ଜୀକରଣ ଆବେଦନ ଖାରଜ

ନୂଆଦିଲ୍ଲୀ, ୨୧ା୩ : ଲିଭ୍‌-ଇନ୍‌ ରିଲେଶନରେ ରହୁଥିବା ଯୋଡ଼ିମାନଙ୍କର ପଞ୍ଜୀକରଣ ଲାଗି ଦାଏର ପିଟିଶନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ଏହା ଚଞ୍ଚଳମନା ଚିନ୍ତାଧାରା ବୋଲି ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ କହିଛନ୍ତି। ଲିଭ୍‌-ଇନ୍‌ ଯୋଡ଼ିମାନଙ୍କ ପାଇଁ ଗାଇଡ୍‌ଲାଇନ ଜାରି ସହ ସେମାନଙ୍କ ନିମନ୍ତେ ପଞ୍ଜୀକରଣ ବାଧ୍ୟତାମୂଳକ କରିବା ଲାଗି ନିର୍ଦ୍ଦେଶ ଦେବାକୁ ସର୍ବୋଚ୍ଚ ଅଦାଲତରେ ଜଣେ ଆଇନଜୀବୀ ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ଏକାଠି ରହୁଥିବା ଏଭଳି ଯୋଡ଼ିଙ୍କୁ ସାମାଜିକ ସୁରକ୍ଷା ଯୋଗାଇଦେବାକୁ ପିଟିଶନରେ ନିବେଦନ କରାଯାଇଥିଲା। ସିଜେଆଇ ଏଥିରେ ବିରକ୍ତି ପ୍ରକାଶ କରି କହିଛନ୍ତି, ଯେକେହି ବ୍ୟକ୍ତି ଯେକୌଣସି ପ୍ରସଙ୍ଗ ନେଇ ଶୀର୍ଷ ଅଦାଲତକୁ ଚାଲିଆସୁଛନ୍ତି। କ’ଣ କେନ୍ଦ୍ର ସରକାରରେ ପଞ୍ଜୀକରଣ ହେବ? ଲିଭ୍‌-ଇନ୍‌ରେ ରହୁଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର କ’ଣ କରିବେ ବୋଲି ସିଜେଆଇ ପ୍ରଶ୍ନ କରିଥିଲେ। ଏହା ଚଞ୍ଚଳ ମାନସିକତା। ଅଦାଲତଙ୍କ ସମୟ ବରବାଦ କରିଥିବାରୁ ଅର୍ଥ ଭରିବାକୁ ପଡ଼ିବ ବୋଲି କହି ସିଜେଆଇ ପିଟିଶନକୁ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri