ପ୍ରେମିକାଙ୍କୁ ହତ୍ୟା କଲେ ଲିଭ୍‌-ଇନ୍‌-ପାର୍ଟନର

ଥିରୁଭାନନ୍ତପୁରମ୍‌,୧୫ା୧୨: କେରଳରେ ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କୁ ହତ୍ୟା କରିଛନ୍ତି। ଏହି ମାମଲା ସମ୍ପର୍କରେ ପୋଲିସ କହିଛି, ଗୁରୁବାର ସକାଳେ ଓ୍ବାଝାଲିଆ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ୪୭ ବର୍ଷୀୟା ମହିଳାଙ୍କୁ ତାଙ୍କ ଲିଭ୍‌-ଇନ୍‌-ପାର୍ଟନର ହତ୍ୟା କରିଛନ୍ତି। ସିନ୍ଧୁ ନାମକ ମୃତା ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିଲା। ଅଭିଯୁକ୍ତ ରାଜେଶ (୪୬) ବୋଲି ଜଣାପଡ଼ିଛି। ସିନ୍ଧୁ ଏକ ଦୋକାନ ନିକଟରେ ଠିଆ ହୋଇଥିବା ବେଳେ ରାଜେଶ ତାଙ୍କୁ ଆକ୍ରମଣ କରିଥିଲେ।

ପୋଲିସର ସୂଚନାନୁସାରେ, ସିନ୍ଧୁଙ୍କ ବେକ, ମୁଣ୍ଡ ଏବଂ ହାତରେ ଆଘାତ ଲାଗିଥିଲା। ପରେ ପୋଲିସ ତାଙ୍କୁ ସରକାରୀ ମେଡିକାଲ କଲେଜ ଡାକ୍ତରଖାନାକୁ ନେଇଥିଲା। କିନ୍ତୁ ସେଠାରେ ତାଙ୍କର ଜୀବନ ଚାଲିଯାଇଛି। ଅଭିଯୁକ୍ତ ଗତ ୧୨ ବର୍ଷ ଧରି ତାଙ୍କ ପରିବାରକୁ ପଠାନମଥିଟାରେ ଛାଡ଼ିବା ପରେ ଓ୍ବାଝାଲିଆର ବାସିନ୍ଦା ସିନ୍ଧୁଙ୍କ ସହ ରହୁଥିଲେ।

ଜଣେ ପୋଲିସ ଅଧିକାରୀ କହିଛନ୍ତି, ଦୁହିଁଙ୍କର କିଛି ସମୟ ଧରି ଝଗଡ଼ା ହୋଇଥିଲା। ନିକଟରେ ସିନ୍ଧୁ ରାଜେଶଙ୍କଠାରୁ ଦୂରରେ ରହିବା ପାଇଁ ଅନ୍ୟ ଏକ ଘରକୁ ଯାଇଥିଲେ। ଏହି ସମୟରେ ଗୁରୁବାର ସକାଳେ ରାଜେଶ ସିନ୍ଧୁ ଯାତ୍ରା କରୁଥିବା ସେହି ବସ୍‌ରେ ଚଢ଼ିଥିଲେ। ମଝିରେ ଦୁହିଁଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା ଏବଂ ତା’ପରେ ଉଭୟ ସମାନ ବସ୍‌ଷ୍ଟପ୍‌ରେ ଓହ୍ଲାଇଥିଲେ। ଏହି ସମୟରେ ରାଗରେ ଏକ ଦୋକାନ ନିକଟରେ ଠିଆ ହୋଇଥିବା ସିନ୍ଧୁଙ୍କୁ ତୀକ୍ଷ୍ଣ ଅସ୍ତ୍ରରେ ଆକ୍ରମଣ କରିଥିଲେ ରାଜେଶ। ବର୍ତ୍ତମାନ ପୋଲିସ ଅଭିଯୁକ୍ତ ରାଜେଶଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri