ଆଫଗାନିସ୍ତାନ ଆତଙ୍କବାଦୀଙ୍କ ଭୂସ୍ବର୍ଗ ନ ହେଉ

ଓ୍ବାଶିଂଟନ, ୩୦।୧୦(ପି.ଟି.): ଆଫଗାନିସ୍ତାନ ଯେପରି ଆତଙ୍କବାଦୀମାନଙ୍କ ଭୂସ୍ବର୍ଗ ନ ପାଲଟେ ତାହା ସୁନିଶ୍ଚିତ କରିବାକୁ ଭାରତ ଓ ଆମେରିକା ତାଲିବାନକୁ ଆହ୍ବାନ ଦେଇଛନ୍ତି। ଆତଙ୍କବାଦର ମୁକାବିଲା ଦିଗରେ ଦୁଇ ଦେଶ ମଧ୍ୟରେ ସହଯୋଗ ବଢ଼ାଇବା ଉପରେ ଆୟୋଜିତ ଅଫିସର ସ୍ତରୀୟ ମିଳିତ ଆଲୋଚନା ଶେଷରେ ଉପରୋକ୍ତ ଆହ୍ବାନ ଦିଆଯାଇଛି। ଜାତିସଂଘ ସୁରକ୍ଷା ପରିଷଦ ତାଲିକାରେ ଥିବା ଅଲ୍‌-କାଏଦା, ଆଇଏସ୍‌ଆଇଏସ୍‌/ଡାଏସ୍‌, ଲଶ୍କର-ଇ-ତୋଇବା, ଜୈଶ-ଇ-ମହମ୍ମଦ ସମେତ ସମସ୍ତ ଆତଙ୍କବାଦୀ ସଂଗଠନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଉଭୟ ଦେଶ ମିଳିତ ବିବୃତିରେ ଆହ୍ବାନ ଦେଇଛନ୍ତି। ଆତଙ୍କବାଦ ମୁକାବିଲା ସହଯୋଗ ଭାରତ-ଆମେରିକା ବିସ୍ତୃତ ସାମରିକ ସହଯୋଗିତାର ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ। ଉଭୟ ପକ୍ଷ ଆଇନ କାର୍ଯ୍ୟକାରିତା, ସୂଚନା ଆଦାନପ୍ରଦାନ ଆଦି ଉପରେ ସହଯୋଗ ବଢ଼ାଇବାକୁ ପ୍ରତିଶ୍ରୁତି ଦେଇଛନ୍ତି। ୨୬-୨୭ ଦୁଇଦିନ ଧରି ଚାଲିଥିବା ଆଲୋଚନାରେ ଆମେରିକା ଆତଙ୍କବାଦ ମୁକାବିଲାରେ ଭାରତ ସରକାର ଓ ଜନସାଧାରଣଙ୍କ ସହ ଛିଡ଼ା ହେବା ପାଇଁ ପ୍ରତିଶ୍ରୁତିକୁ ଦୋହରାଇଥିଲା।

ଆମେରିକା ଦେଲା ୧୪୪ ନିୟୁତ ଡଲାର ସହାୟତା

ଆଫଗାନିସ୍ତାନ ପାଇଁ ଆମେରିକା ୧୪୪ ନିୟୁତ ଡଲାର ମାନବୀୟ ସହାୟତା ଘୋଷଣା କରିଛି। ଏହାକୁ ମିଶାଇ ଚଳିତ ବର୍ଷ ଆଫଗାନିସ୍ତାନକୁ ମୋଟ ୪୭୪ ନିୟୁତ ଡଲାର ସହାୟତା ଯୋଗାଇ ଦିଆଯିବ। ଆଫଗାନ ଜନସାଧାରଣ ଓ ଉକ୍ତ ଅଞ୍ଚଳରେ ରହୁଥିବା ଆଫଗାନ ଶରଣାର୍ଥୀଙ୍କ ପାଇଁ ଏହି ସହାୟତା ଉଦ୍ଦିଷ୍ଟ ବୋଲି ଆମେରିକା ପରରାଷ୍ଟ୍ର ବିଭାଗ ପକ୍ଷରୁ କୁହାଯାଇଛି। ଏହି ସହାୟତା ସିଧାସଳଖ ଭାବେ ଜାତିସଂଘ ଶରଣାର୍ଥୀ ସଂସ୍ଥା (ୟୁଏନ୍‌-ଏଚ୍‌ସିଆର୍‌), ୟୁନିସେଫ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ, ଅନ୍ତର୍ଜାତୀୟ ଦେଶାନ୍ତର ସଂଗଠନ ଓ ଅନ୍ୟାନ୍ୟ ଅନ୍ତର୍ଜାତୀୟ ତଥା ସ୍ବେଚ୍ଛାସେବୀ ସଂଗଠନକୁ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri