ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍ ବାକି ଥାଇ ଏହି ବିଜୟ ଲକ୍ଷ୍ୟ ହାସଲ କରିଛନ୍ତି। ଫଳରେ ଭାରତ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍ରେ ୨-୧ରେ ଅଗ୍ରଣୀ ହାସଲ କରିଛି।
ମ୍ୟାଚ୍ରେ ଟିମ୍ ଇଣ୍ଡିଆ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଦକ୍ଷିଣ ଆଫ୍ରିକା ବ୍ୟାଟିଂ ଆରମ୍ଭ କରିଥିଲା। ଆରମ୍ଭରୁ ଉଇକେଟ ହରାଇ ଦକ୍ଷିଣ ଆଫ୍ରିକା ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଫଳରେ ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୧୧୭ ରନ୍ କରି ଅଲ୍ଆଉଟ ହୋଇଯାଇଥିଲା। ଜବାବରେ, ଭାରତୀୟ ବ୍ୟାଟର ୨୫ ବଲ ବାକି ଥାଇ ୧୧୮ ରନ୍ର ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲେ।

