୨୦ରୁ ଜୀ-ସାର୍ଥକରେ ରଥଯାତ୍ରାର ସିଧା ପ୍ରସାରଣ

ଭୁବନେଶ୍ୱର,୧୯।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୀ-ସାର୍ଥକରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ହେବ। ଏପରିକି ଜୁନ୍‌ ୨୦ ସକାଳ ୬ ଘଟିକାରୁ ସା ୫ ଘଟିକା ପର୍ଯ୍ୟନ୍ତ ରଥଯାତ୍ରାର ସିଧା ପ୍ରସାରଣ ହେବ ବୋଲି ଚ୍ୟାନେଲ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଜୁନ୍‌ ୨୮ରେ ବାହୁଡା ଯାତ୍ରା। ସକାଳ ୬ ଘଟିକାରୁ ସା ୫ ଘଟିକା ପର୍ଯ୍ୟନ୍ତ ପ୍ରସାରିତ ହେବାକୁ ଥିବାବେଳେ ଜୁନ୍‌ ୨୯ରେ ସୁନାବେଶ ଏବଂ ଜୁଲାଇ ୧ରେ ନୀଳାନ୍ଦ୍ରି ବିଜେର ମଧ୍ୟ ସିଧା ପ୍ରସାରଣ ହେବ। ବିଶେଷକରି ସୁନାବେଶ ଦିନ ୨ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏବଂ ନୀଳାଦ୍ରି ବିଜେ ରାତି ୧୦ଟା ୩୦ରୁ ସିଧା ପ୍ରାସାରଣ ହେବ ବୋଲି ଚ୍ୟାନେଲ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ରଥଯାତ୍ରାର ସମ୍ପୂର୍ଣ୍ଣ ଧାରାବିବରଣୀ ସହିତ ଭକ୍ତିପୂର୍ଣ୍ଣ ଭଜନ ଓ ସମସ୍ତ ରୀତିନୀତିର ପ୍ରକୃତ ଅର୍ଥ ଜୀ-ସାର୍ଥକରେ ଦେଖିବାକୁ ପାଇବେ। ଏପରିକି ଚଳିତ ଥର ଅଭିନେତ୍ରୀ ନୈନା ଦାସ ଉପସ୍ଥାପିକା ଭାବେ ଦ୍ୱାୟିତ୍ୱ ନିର୍ବାହ କରୁଥିବା ବେଳେ ଓଡ଼ିଶାର ଜଣାଶୁଣା ଗାୟକ ଓ ଗାୟିକାମାନେ ଭଜନ ପରିବେଷଣ କରିବେ। ଯେଉଁମାନଙ୍କ ମଧ୍ୟରେ ମନ୍ମଥ ମିଶ୍ର, ସୁବାସ ଦାସ, ଶରତ ନାୟକ, ଦୀପ୍ତିରେଖା ପାଢ଼ୀ, ଅସୀମା ପଣ୍ଡା, ବିଷ୍ଣୁମୋହନ କବି, କୁଲଦୀପ ପଟ୍ଟନାୟକ ଓ ବସନ୍ତ ପାତ୍ର ପ୍ରମୁଖ ସାମିଲ ଅଛନ୍ତି। ସେହିପରି ପ୍ରବଚକ ମଧ୍ୟ ଅବିରତ ଧାରାବିବରଣୀ ଜାରି ରଖିବେ। ଯେଉଁମାନଙ୍କ ମଧ୍ୟରେ ଗୁରୁପ୍ରସାଦ ମହାପାତ୍ର, ସୂର୍ଯ୍ୟନାରାୟଣ ରଥଶର୍ମା, ଶାଶ୍ୱତୀ ସୌମ୍ୟା ମିଶ୍ର ଓ ପାର୍ଥସାରଥୀ ମହାନ୍ତି ପ୍ରମୁଖ ଅନ୍ତର୍ଭୁକ୍ତ ଅଛନ୍ତି। ଏ ସମ୍ପର୍କରେ ଜୀ-ସାର୍ଥକର ଚିଫ କ୍ଲଷ୍ଟର ହେଡ୍‌ ସମ୍ରାଟ ଘୋଷ ଏବଂ ଚ୍ୟାନେଲ ହେଡ୍‌ ପ୍ରତୀକ ସିଲ୍‌ କହିଛନ୍ତି, ଓଡ଼ିଶାର କଳା,ସଂସ୍କୃତି ଓ ପରମ୍ପରା ଆଦିକୁ ପ୍ରାଧାନ୍ୟ ଦେଇଥାଏ। ବିଶେଷ କରି ରଥଯାତ୍ରାର ସିଧା ପ୍ରସାରଣ ସହିତ ଉଚ୍ଚକୋଟୀର ଧାରା ବିବରଣୀ ଓ ଭଜନର ଆୟୋଜନ କରି ଆମେ ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri