Posted inଜାତୀୟ

୨୭ରୁ ସାମ୍ବିଧାନିକ ପୀଠ ଶୁଣାଣିର ସିଧା ପ୍ରସାରଣ

ନୂଆଦିଲ୍ଲୀ,୨୩।୯(ପି.ଟି.): ସୁପ୍ରିମକୋର୍ଟ କାର୍ଯ୍ୟରେ ସ୍ବଚ୍ଛତା ବଢ଼ାଇବା ସହ ସମସ୍ତଙ୍କ ପାଖରେ ପହଞ୍ଚାଇବା ଲାଗି ଆସନ୍ତା ୨୭ ତାରିଖରୁ ସମସ୍ତ ସାମ୍ବିଧାନିକ ପୀଠର ଶୁଣାଣି ସିଧା ପ୍ରସାରଣ କରାଯିବାକୁ ନିଷ୍ପତ୍ତି ହୋଇଛି। ଠିକ୍‌ ୪ ବର୍ଷ ପୂର୍ବେ ୨୦୧୮ରେ ସୁପ୍ରିମକୋର୍ଟ ସ୍ବପ୍ନିଳ ତ୍ରିପାଠୀ ମାମଲାରେ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଥିଲେ। ମଙ୍ଗଳବାର ସିଜେଆଇ ୟୁ.ୟୁ. ଲଲିତଙ୍କ ଅଧ୍ୟକ୍ଷତାରେ ସର୍ବୋଚ୍ଚ ଅଦାଲତର ସମସ୍ତ ୩୦ ବିଚାରପତିଙ୍କ ବୈଠକ ବସି ୨୦୧୮ର ଉକ୍ତ ରାୟକୁ କାର୍ଯ୍ୟକାରୀ କରିବା ପାଇଁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଥିଲା। ସୂଚନାଯୋଗ୍ୟ, ଗତ ଅଗଷ୍ଟ ୨୬ରେ ପ୍ରଥମ ଥର ପାଇଁ ତତ୍କାଳୀନ ସିଜେଆଇ ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠର ଶୁଣାଣିକୁ ଓ୍ବେବ୍‌କାଷ୍ଟ ପୋର୍ଟାଲରେ ଲିଭ୍‌ ଷ୍ଟ୍ରିମିଂ କରାଯାଇଥିଲା। ସେହିଦିନ ଜଷ୍ଟିସ ରମନା ଅବସର ନେଉଥିବାରୁ ଏହା ବିଦାୟ ଉତ୍ସବର ପ୍ରୋସିଡିଂ ଥିଲା।
ସୂଚନାଯୋଗ୍ୟ,ସାମ୍ବିଧାନିକ ଏବଂ ଜାତୀୟ ଗୁରୁତ୍ୱ ଥିବା ମାମଲାଗୁଡ଼ିକର ଶୁଣାଣିକୁ ସିଧା ପ୍ରସାରଣ କରି ନ୍ୟାୟପାଳିକାର କାର୍ଯ୍ୟକୁ ସ୍ବଚ୍ଛ କରିବା ଲାଗି ୨୦୧୮ ସେପ୍ଟେମ୍ବର ୨୬ରେ ଅଦାଲତ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଥିଲେ। ତେବେ ବୈବାହିକ ବିବାଦ କିମ୍ବା ଯୌନ ଅପରାଧ ଭଳି ସମ୍ବେଦନଶୀଳ ମାମଲାଗୁଡ଼ିକର ଶୁଣାଣିକୁ ସିଧା ପ୍ରସାରଣ କରାଯିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଥିଲେ। ଆସନ୍ତା ସପ୍ତାହରେ ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ପୀଠରେ କେତେକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରାଯିବ। ସେଗୁଡ଼ିକ ମଧ୍ୟରେ ରହିଛି, ଆର୍ଥିକ ଦୁର୍ବଳ ଶ୍ରେଣୀଙ୍କୁ ୧୦ ପ୍ରତିଶତ କୋଟା ପ୍ରଦାନ ଲାଗି ସମ୍ବିଧାନର ୧୦୩ତମ ସଂଶୋଧନର ବୈଧତା ଏବଂ ନାଗରିକତ୍ୱ ସଂଶୋଧନ ଆଇନର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri