ଟେରାକୋଟା ଶିଳ୍ପୀଙ୍କୁ ଜୀବିକା ଚିନ୍ତା

ଭଦ୍ରକ ଅଫିସ, ୬।୬- କରୋନା ଯୋଗୁ ସମସ୍ତ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଛୋଟ ବଡ଼ ବ୍ୟବସାୟୀମାନେ ମୁଣ୍ଡରେ ହାତ ଦେଲେଣି। ଲକ୍‌ଡାଉନ ଓ ଶଟ୍‌ଡାଉନ କାରଣରୁ ପ୍ରାୟ ଦୁଇମାସ ଧରି ବିଭିନ୍ନ ବେପାର ବାଣିଜ୍ୟ ଉପରେ ପ୍ରଶାସନ ପକ୍ଷରୁ ପ୍ରତିବନ୍ଧକ ଲଗାଯାଇଛି। ଫଳରେ ସାଧାରଣ ଜୀବନ ଜୀବିକା ଦୁର୍ବିସହ ହୋଇପଡ଼ିଛି। ମହିଳା ସ୍ବୟଂସହାୟିକା ଗୋଷ୍ଠୀ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ଗୋଷ୍ଠୀର କର୍ମକର୍ତ୍ତା ଜୀବିକାକୁ ନେଇ ଏବେ ଚିନ୍ତାରେ ପଡ଼ିଛନ୍ତି। ଏହି ପରିସ୍ଥିତିରେ ଟେରାକୋଟା ଶିଳ୍ପୀମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ସେମାନେ ସରକାରଙ୍କ ବିଭିନ୍ନ ଯୋଜନା ଜରିଆରେ ସ୍ବାବଲମ୍ବୀ ହୋଇଆସୁଥିଲେ। କିନ୍ତୁ ଲକ୍‌ଡାଉନ ସେମାନଙ୍କ ଜୀବନଶୈଳୀ ସମ୍ପୂର୍ଣ୍ଣ ବଦଳାଇ ଦେଇଛି।
ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ଆଗରପଡ଼ା ମହାନ୍ତିପଡ଼ା ପଞ୍ଚାୟତ ତ୍ରିଶାଲିଆ ଗ୍ରାମର ବରଡ଼େଶ୍ୱର ଓ ମା’ ତାରିଣୀ ସ୍ବୟଂସହାୟକ ଗୋଷ୍ଠୀର ଟେରାକୋଟା ଶିଳ୍ପୀଙ୍କୁ ଏବେ ଜୀବିକା ଚିନ୍ତା ଘାରିଛି। ଗୋଷ୍ଠୀର ପ୍ରତ୍ୟେକ ୧୫ଜଣ ଲେଖାଏ ମହିଳା ନିଜ ଗଁାରେ ଟେରାକୋଟା ଶିଳ୍ପ ଆରମ୍ଭ କରିଥିଲେ। ଜିଲା ପ୍ରଶାସନ ପକ୍ଷରୁ ତାଲିମ ଦିଆଯିବା ପରେ ସେମାନେ ମାଟିରେ ବିଭିନ୍ନ ମୂର୍ତ୍ତି ତିଆରି କରିଆସୁଥିଲେ। ମାଟିରେ ବିଭିନ୍ନ ମୂର୍ତ୍ତି ସାଙ୍ଗକୁ ହାତୀ, ଘୋଡ଼ା, ଗଛ, ମଣିଷ, ଫୁଲଦାନୀ, ଫୁଲକୁଣ୍ଡ ଆଦି ତିଆରି କରି ରୋଜଗାର କରୁଥିଲେ। ନିଜେ ସ୍ବାବଲମ୍ବୀ ହେବା ସହ ସେମାନେ ପରିବାର ମଧ୍ୟ ଚଳାଉଥିଲେ। କିନ୍ତୁ ଏବେ ଲକ୍‌ଡାଉନ ଯୋଗୁ ନା କିଛି ମୂର୍ତ୍ତି ତିଆରି କରିପାରୁଛନ୍ତି ନା ବିକ୍ରି ହୋଇପାରୁଛି। ଫଳରେ ପରିବାର ଚଳାଇବା ସେମାନଙ୍କ ପକ୍ଷେ କଷ୍ଟକର ହୋଇପଡ଼ିଛି ବୋଲି ଟେରାକୋଟା ଶିଳ୍ପୀ ସୁଜଳା ରଣା ଓ କମଳା ପାଢ଼ୀ କହିଛନ୍ତି। ଅପରପକ୍ଷେ ଲକ୍‌ଡାଉନ କାରଣରୁ ବିଭିନ୍ନ ଜିଲାରେ ହେଉଥିବା ମହୋତ୍ସବ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିଛି। ଷ୍ଟଲ ପକାଇ ମହିଳା ସଙ୍ଗଠନର କର୍ମକର୍ତ୍ତା କରୁଥିବା ବିକ୍ରିବଟା ଉପରେ ଏହାର ପ୍ରଭାବ ପଡ଼ିଛି। ଫଳରେ ଶିଳ୍ପୀମାନେ ନାହିଁ ନ ଥିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତିଆରି ହୋଇଥିବା କିଛି ମୂର୍ତ୍ତି ମଧ୍ୟ ଭାଙ୍ଗିରୁଜି ଯିବା ସହ ନଷ୍ଟ ହେବାକୁ ବସିଛି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ପରିବାର ଚଳାଇବା କଷ୍ଟକର ହେଉଥିବାରୁ ସେମାନଙ୍କୁ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ କରାଯାଉ ବୋଲି ଦାବି କରିଛନ୍ତି ଶିଳ୍ପୀ ନିରୁପମା ସାହୁ। ସ୍ବାଭାବିକ ଅବସ୍ଥା ଫେରିଆସିବା ପରେ ଜିଲା ଶିଳ୍ପ ବିଭାଗ ପକ୍ଷରୁ ସେମାନଙ୍କ ଟେରାକୋଟା ମୂର୍ତ୍ତି ବେପାର କରିବା ପାଇଁ ବ୍ୟବସ୍ଥା କରାଯିବ ବୋଲି ଜିଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନଜେର ପୀତାମ୍ବର ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri