ଆଦିବାସୀଙ୍କ ଜୀବନ ଜୀବିକା ବିକାଶର ଆବଶ୍ୟକତା ରହିଛି

ଫୁଲବାଣୀ ଅଫିସ, ୧୧ା୩ : କନ୍ଧମାଳ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ(ଏସ୍‌ଡିସି)ର ନୂତନ ଭାବେ ମନୋନୀତ ସଭ୍ୟଙ୍କ ପାଇଁ ଏକ ସମ୍ବର୍ଦ୍ଧନା ସଭା ଫୁଲବାଣୀ କରୋନେସନ ପଡ଼ିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝି ଏଥିରେ ଯୋଗଦେଇ ନୂତନ ଭାବେ ମନୋନୀତ ସଭ୍ୟମାନେ ଜାଗ୍ରତ ପ୍ରହରୀ ଭାବେ ଆଦିବାସୀ ସମାଜର ଉନ୍ନତି ପାଇଁ କାର୍ଯ୍ୟ କରିବେ। ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନର ଉଦ୍ଦେଶ୍ୟ,ଏହାର କାର୍ଯ୍ୟ ଖସଡ଼ା ଏବଂ ଆଦବାସୀ ସମାଜର ଦାୟିତ୍ୱ ଉପରେ ପ୍ରଚାର ପ୍ରସାରର ଆବଶ୍ୟକତା ରହିଛି। କେବଳ ବିଲୁପ୍ତ ହୋଇ ଯାଇଥିବା ଆଦିବାସୀ କଳା, ସଂସ୍କୃତି, ପରମ୍ପରା, ଜାନିଯାତ୍ରା, ପୂଜା ପୀଠ, ସାଂସ୍କୃତିକ କାର୍ଯ୍ୟକ୍ରମର ପୁନରୁଦ୍ଧାର କରିଦେଲେ ଆଦିବାସୀ ସମାଜର ଉନ୍ନତି ହୋଇଯିବ ନାହିଁ। ସେମାନଙ୍କ ଜୀବନ ଜୀବିକାର ଉନ୍ନତି ହେବାର ଆବଶ୍ୟକତା ମଧ୍ୟ ରହିଛି ବୋଲି କହିଥିଲେ ା
ସେହିପରି ଯୁବ ଗୋଷ୍ଠୀଙ୍କୁ କୁସଂସ୍କାରରୁ ଦୂରେଇ ରଖିବା ପାଇଁ ସଚେତନ କରିବା, ସେମାନଙ୍କର ଦକ୍ଷତା ବୃଦ୍ଧି ପାଇଁ ତାଲିମ ପ୍ରଦାନ, ରାଜ୍ୟ ଓ ବାହାରେ ତଥା ବିଦେଶରେ ଉଚ୍ଚ ଶିକ୍ଷା ପାଇଁ ମାଗଣା କୋଚିଂର ବ୍ୟବସ୍ଥା କରିବା, ରାଜ୍ୟର ସମସ୍ତ ଅନୁସୂଚିତ ଜନଜାତି ବର୍ଗଙ୍କୁ ୧୦ଲକ୍ଷ ଟଙ୍କାର ବାସଗୃହ ଯୋଗାଇ ଦେବା, ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପାଦନ ପାଇଁ ୩୫ଲକ୍ଷ ଟଙ୍କା ଅନୁଦାନର ଗୃହ ନିର୍ମାଣ, ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଇ-କମର୍ସ ଆପ୍‌ ଯୋଗେ ନିଜ ନିଜର ଉପତ୍ାଦକୁ ବିକ୍ରୟ କରିବା ହେଉଛି ସ୍ବତନ୍ତ୍ର ଉନ୍ନୟନ ପରିଷଦର ମୁଖ୍ୟ କାର୍ଯ୍ୟବୋଲି ମାଝି ସୂଚନା ଦେଇଥିଲେ।ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ରୋଦନ ମଲ୍ଲିକ, ଉପାଧ୍ୟକ୍ଷ ନଳିନୀ କହଁର ଯୋଗଦେଇ ଆଦିବାସୀମାନଙ୍କର ସର୍ବାଙ୍ଗୀନ ଉନ୍ନତି ପାଇଁ ଗଠିତ ଏହି ପରିଷଦ ଆଗାମୀ ଦିନରେ ଭଲ କାମ କରିବ ବୋଲି କହିଥିଲେ। ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲା ପରିଷଦ ଉପାଧ୍ୟକ୍ଷା ସାଧବାଣୀ ନାୟକ, ଫୁଲବାଣୀ ବ୍ଲକ ଅଧ୍ୟକ୍ଷା ସୁସ୍ମିତା କହଁର, ଖଜୁରିପଡ଼ା ବ୍ଲକ ଅଧ୍ୟକ୍ଷା ଅନିମା କହଁର ଉପସ୍ଥିତ ଥିଲେ। ଏହି ଅବସରରେ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ନୂତନ ଭାବେ ମନୋନୀତ ସଭ୍ୟମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ନରେଶ ଚନ୍ଦ୍ର ଶବର ସ୍ବାଗତ ଭାଷଣ ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri