ଆଦିବାସୀଙ୍କ ଜୀବନ ଜୀବିକା ବିକାଶର ଆବଶ୍ୟକତା ରହିଛି

ଫୁଲବାଣୀ ଅଫିସ, ୧୧ା୩ : କନ୍ଧମାଳ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ(ଏସ୍‌ଡିସି)ର ନୂତନ ଭାବେ ମନୋନୀତ ସଭ୍ୟଙ୍କ ପାଇଁ ଏକ ସମ୍ବର୍ଦ୍ଧନା ସଭା ଫୁଲବାଣୀ କରୋନେସନ ପଡ଼ିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝି ଏଥିରେ ଯୋଗଦେଇ ନୂତନ ଭାବେ ମନୋନୀତ ସଭ୍ୟମାନେ ଜାଗ୍ରତ ପ୍ରହରୀ ଭାବେ ଆଦିବାସୀ ସମାଜର ଉନ୍ନତି ପାଇଁ କାର୍ଯ୍ୟ କରିବେ। ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନର ଉଦ୍ଦେଶ୍ୟ,ଏହାର କାର୍ଯ୍ୟ ଖସଡ଼ା ଏବଂ ଆଦବାସୀ ସମାଜର ଦାୟିତ୍ୱ ଉପରେ ପ୍ରଚାର ପ୍ରସାରର ଆବଶ୍ୟକତା ରହିଛି। କେବଳ ବିଲୁପ୍ତ ହୋଇ ଯାଇଥିବା ଆଦିବାସୀ କଳା, ସଂସ୍କୃତି, ପରମ୍ପରା, ଜାନିଯାତ୍ରା, ପୂଜା ପୀଠ, ସାଂସ୍କୃତିକ କାର୍ଯ୍ୟକ୍ରମର ପୁନରୁଦ୍ଧାର କରିଦେଲେ ଆଦିବାସୀ ସମାଜର ଉନ୍ନତି ହୋଇଯିବ ନାହିଁ। ସେମାନଙ୍କ ଜୀବନ ଜୀବିକାର ଉନ୍ନତି ହେବାର ଆବଶ୍ୟକତା ମଧ୍ୟ ରହିଛି ବୋଲି କହିଥିଲେ ା
ସେହିପରି ଯୁବ ଗୋଷ୍ଠୀଙ୍କୁ କୁସଂସ୍କାରରୁ ଦୂରେଇ ରଖିବା ପାଇଁ ସଚେତନ କରିବା, ସେମାନଙ୍କର ଦକ୍ଷତା ବୃଦ୍ଧି ପାଇଁ ତାଲିମ ପ୍ରଦାନ, ରାଜ୍ୟ ଓ ବାହାରେ ତଥା ବିଦେଶରେ ଉଚ୍ଚ ଶିକ୍ଷା ପାଇଁ ମାଗଣା କୋଚିଂର ବ୍ୟବସ୍ଥା କରିବା, ରାଜ୍ୟର ସମସ୍ତ ଅନୁସୂଚିତ ଜନଜାତି ବର୍ଗଙ୍କୁ ୧୦ଲକ୍ଷ ଟଙ୍କାର ବାସଗୃହ ଯୋଗାଇ ଦେବା, ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପାଦନ ପାଇଁ ୩୫ଲକ୍ଷ ଟଙ୍କା ଅନୁଦାନର ଗୃହ ନିର୍ମାଣ, ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଇ-କମର୍ସ ଆପ୍‌ ଯୋଗେ ନିଜ ନିଜର ଉପତ୍ାଦକୁ ବିକ୍ରୟ କରିବା ହେଉଛି ସ୍ବତନ୍ତ୍ର ଉନ୍ନୟନ ପରିଷଦର ମୁଖ୍ୟ କାର୍ଯ୍ୟବୋଲି ମାଝି ସୂଚନା ଦେଇଥିଲେ।ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ରୋଦନ ମଲ୍ଲିକ, ଉପାଧ୍ୟକ୍ଷ ନଳିନୀ କହଁର ଯୋଗଦେଇ ଆଦିବାସୀମାନଙ୍କର ସର୍ବାଙ୍ଗୀନ ଉନ୍ନତି ପାଇଁ ଗଠିତ ଏହି ପରିଷଦ ଆଗାମୀ ଦିନରେ ଭଲ କାମ କରିବ ବୋଲି କହିଥିଲେ। ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲା ପରିଷଦ ଉପାଧ୍ୟକ୍ଷା ସାଧବାଣୀ ନାୟକ, ଫୁଲବାଣୀ ବ୍ଲକ ଅଧ୍ୟକ୍ଷା ସୁସ୍ମିତା କହଁର, ଖଜୁରିପଡ଼ା ବ୍ଲକ ଅଧ୍ୟକ୍ଷା ଅନିମା କହଁର ଉପସ୍ଥିତ ଥିଲେ। ଏହି ଅବସରରେ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ନୂତନ ଭାବେ ମନୋନୀତ ସଭ୍ୟମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ନରେଶ ଚନ୍ଦ୍ର ଶବର ସ୍ବାଗତ ଭାଷଣ ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri