Posted inଖେଳ

୩୦ ବର୍ଷ ପରେ ପ୍ରଥମ ପ୍ରିମିୟର ଲିଗ୍‌ ଟାଇଟଲ ଜିତିଲା ଲିଭରପୁଲ

ଲିଭରପୁଲ,୨୭।୬(ଏପି): ଦୀର୍ଘ ୩୦ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇ ଲିଭରପୁଲ ପ୍ରଥମଥର ପାଇଁ ଇଂଲିଶ୍‌ ପ୍ରିମିୟର ଲିଗ୍‌ (ଇପିଏଲ୍‌) ଟାଇଟଲ ହାସଲ କରିଛି। ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଚେଲସି ୨-୧ ଗୋଲରେ ଗତଥରର ଚାମ୍ପିୟନ ତଥା ଦ୍ୱିତୀୟ ସ୍ଥାନରେ ଥିବା ମାଞ୍ଚେଷ୍ଟର ସିଟିକୁ ପରାସ୍ତ କରିବା ପରେ ଲିଭରପୁଲ ଚାମ୍ପିୟନ ହେବା ସ୍ପଷ୍ଟ ହୋଇଥିଲା। ଲିଗ୍‌ରେ ୩୧ଟି ମ୍ୟାଚ୍‌ ଖେଳି ଲିଭରପୁଲ ୨୮ ବିଜୟ, ୨ ଡ୍ର ଓ ଗୋଟିଏ ପରାଜୟ ସହ ମୋଟ ୮୬ ପଏଣ୍ଟ ପାଇଁ ତାଲିକାର ଶୀର୍ଷରେ ରହିଛି। ଅନ୍ୟପଟେ ମାଞ୍ଚେଷ୍ଟର ସିଟି ୩୧ଟି ମ୍ୟାଚ୍‌ ଖେଳି ୨୦ ବିଜୟ, ୩ ଡ୍ର ଓ ୮ ପରାଜୟ ସହ ମୋଟ ୬୩ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି। ଆହୁରି ୭ଟି ଗେମ୍‌ ବାକି ଥିଲେ ମଧ୍ୟ ଲିଭରପୁଲ ୨୩ ପଏଣ୍ଟ ଆଗରେ ରହିଥିବାରୁ ଚାମ୍ପିୟନ ହେବା ନିଶ୍ଚିତ ହୋଇଛି। ଏହା ପରେ ସାରା ଲିଭରପୁଲ ସହରରେ ଖୁସିରେ ଝୁମି ଉଠିଥିଲା ଓ ଜବରଦସ୍ତ ଆତସବାଜି ଦେଖିବାକୁ ମିଳିଥିଲା। ପ୍ରଶଂସକମାନେ ଏକାଠି ହୋଇ ଖୁସି ମନାଇବା ବେଳେ ସୀମା ଅତିକ୍ରମ କରିଥିଲେ। ପ୍ରଶଂସକଙ୍କ ଏଭଳି ବ୍ୟବହାରକୁ ଲିଭରପୁଲ ତରଫରୁ ସମାଲୋଚନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri