Posted inଖେଳ

ଲିଭରପୁଲକୁ ମାଞ୍ଚେଷ୍ଟର ସିଟି ଗାର୍ଡ ଅଫ୍‌ ଅନର ଦେବ

ଲଣ୍ଡନ,୨୮।୬(ଏପି): ଦୀର୍ଘ ୩୦ ବର୍ଷପରେ ଇଂଲିଶ୍‌ ପ୍ରିମିୟର ଲିଗ୍‌ ଟାଇଟଲ ହାସଲ କରିଥିବା ଲିଭରପୁଲ କ୍ଲବକୁ ମାଞ୍ଚେଷ୍ଟର ସିଟି ଗାର୍ଡ ଅଫ୍‌ ଅନର ଦେବ। ଏ ନେଇ ସିଟି ମ୍ୟାନେଜର ପେପ୍‌ ଗୁଆର୍ଡିଓଲା ସୂଚନା ଦେଇଛନ୍ତି। ଆସନ୍ତା ଗୁରୁବାର ଏହି ଦୁଇ ଦଳ ପରସ୍ପରକୁ ଭେଟିବେ। ଏହି ଅବସରରେ ସିଟି ଗାର୍ଡ ଅଫ୍‌ ଅନର ପ୍ରଦାନ କରିବ।
ଗତ ଦୁଇବର୍ଷ ହେବ ସିଟି ପ୍ରିମିୟର ଲିଗ୍‌ ଟାଇଟଲ ହାସଲ କରିଥିଲା। କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ଦୀର୍ଘ ୩ ମାସ ପରେ ପ୍ରିମିୟର ଲିଗ୍‌ ଆରମ୍ଭ ହୋଇଥିଲା। ଲିଗ୍‌ରେ ଦମ୍‌ଦାର ପ୍ରଦର୍ଶନ କରି ପଏଣ୍ଟ ତାଲିକାରେ ଶୀର୍ଷରେ ରହିଥିଲା। ଆହୁରି ୭ଟି ଗେମ୍‌ ବାକିଥିଲେ ମଧ୍ୟ ଚେଲସିଠାରୁ ସିଟି ପରାସ୍ତ ହେବା ପରେ ଲିଭରପୁଲ ଚାମ୍ପିୟନ ହେବା ନିଶ୍ଚିତ ହୋଇଥିଲା। ନୂଆ ଚାମ୍ପିୟନ ସମ୍ମାନର ହକ୍‌ଦାର ବୋଲି ଗୁଆର୍ଡିଓଲା କହିଛନ୍ତି। ଲିଭରପୁଲ୍‌କୁ ସମ୍ମାନ ଦେବା ହେଉଛି ପ୍ରକୃତ ଖେଳୁଆଡ ମନୋବୃତ୍ତି। ତେଣୁ ଆମେ ଲିଭରପୁଲକୁ ଗାର୍ଡ ଅଫ୍‌ ଅନର ଦେବାକୁ ନିଷ୍ପତ୍ତି ନେଇଛୁ। ଲିଭରପୁଲ ଚାମ୍ପିୟନ ହେବାର ହକ୍‌ଦାର। ଦ୍ୱିତୀୟ ସ୍ଥାନରେ ଥିବା ସିଟିଠାରୁ ଲିଭରପୁଲ ୨୩ ପଏଣ୍ଟ ଅଧିକ ପାଇ ଶୀର୍ଷରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

‘ମୋତେ ଏବେ ହିଁ ନିଦ ଲାଗୁଛି…’, ପ୍ରଥମ ମ୍ୟାଚ ଜିତିବା ପରେ କାହିଁକି ଏମିତି କହିଲେ ଶ୍ରେୟସ ଆୟର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ ପରେ ଶ୍ରେୟସ ଆୟର କହିଥିଲେ ଯେ ସେ ଏକ ଶତକ ହାସଲ କରିବାକୁ ସ୍ବପ୍ନ ଦେଖୁଥିଲେ ଏବଂ ସେହି…

ଟେଷ୍ଟ, ଦିନିକିଆ, ଟି-୨୦ ତିନୋଟିଯାକ ଫର୍ମାଟରେ ଶତକ ହାସଲ କରି ଏମିତି ଯୋଗ୍ୟତା ଅର୍ଜନ କଲେ ଏହି ଭାରତୀୟ ଖେଳାଳି, ଛୁଟୁଛି ପ୍ରଶଂସା

ନୂଆଦିଲ୍ଲୀ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଇତିହାସ ସୃଷ୍ଟି କରିଛନ୍ତି। ଆନ୍ତର୍ଜାତୀୟ କ୍ରିକେଟର ତିନୋଟିଯାକ ଫର୍ମାଟରେ ଶତକ ହାସଲ କରିବାରେ…

‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!

ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?