Posted inଜାତୀୟ

ରେଳଧାରଣାରେ ଯାଇଛି ୮,୭୦୦ ଜୀବନ

ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ମୃତକ ପ୍ରବାସୀ ଶ୍ରମିକ। ମଧ୍ୟପ୍ରଦେଶର ଚନ୍ଦ୍ରଶେଖର ଗୌର ସୂଚନା ଅଧିକାର ଆଇନ ବଳରେ ପଚାରିଥିବା ପ୍ରଶ୍ନ ଉପରେ ରେଲଓ୍ବେ ବୋର୍ଡ ପକ୍ଷରୁ ଉପରୋକ୍ତ ତଥ୍ୟ ଦିଆଯାଇଛି। ୨୦୨୦ ଜାନୁୟାରୀରୁ ଡିସେମ୍ବର ମଧ୍ୟରେ ରେଳଲାଇନରେ ୮,୭୩୩ ଜଣଙ୍କ ଜୀବନ ଯାଇଥିବାବେଳେ ୮୦୫ ଜଣ ଆହତ ହୋଇଥିବା ରେଲଓ୍ବେ ବୋର୍ଡ କହିଛି। ଗତବର୍ଷ ଲକ୍‌ଡାଉନ ବେଳେ ହଜାର ହଜାର ପ୍ରବାସୀ ଶ୍ରମିକ ଚାଲି ଚାଲି ଘରକୁ ଫେରିଥିଲେ। ଲକ୍‌ଡାଉନ ଥିବାରୁ କୌଣସି ଟ୍ରେନ ଆସିବନି ବୋଲି ସେମାନେ ଧରିନେଇଥିଲେ।
ଯଦିଓ ୨୦୨୦ରେ ରେଳଲାଇନ ମୃତ୍ୟୁସଂଖ୍ୟା ଏହାର ପୂର୍ବ ୪ ବର୍ଷ ତୁଳନାରେ କମ୍‌ ରହିଛି, ତେବେ ରେଳ ଚଳାଚଳ କମ୍‌ ଥିବାରୁ ସେହି ଅନୁଯାୟୀ ଦେଖିଲେ ମୃତ୍ୟୁସଂଖ୍ୟା ଯଥେଷ୍ଟ ଅଧିକ ବୋଲି କୁହାଯାଉଛି। କାରଣ ମାର୍ଚ୍ଚ ୨୫ରୁ ଦେଶରେ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଦାଦନ ଶ୍ରମିକମାନଙ୍କୁ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ମେ’ ୧ରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚାଲିଥିଲା। ଯାତ୍ରୀ ସେବା ପର୍ଯ୍ୟାୟକ୍ରମେ ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୭୦ ପ୍ରତିଶତ ଟ୍ରେନ ଚଳାଚଳ କରୁଛି। ବିଭିନ୍ନ କାରଣରୁ ଗତବର୍ଷ ରେଳଲାଇନରେ ଅଧିକାଂଶ ମୃତ୍ୟୁ ସମ୍ପର୍କରେ ରେକର୍ଡ ହୋଇପାରି ନ ଥିଲା। ଗତବର୍ଷ ମେ’ରେ ମହାରାଷ୍ଟ୍ରର ଔରଙ୍ଗାବାଦରେ ରେଳ ଧାରଣାରେ ବିଶ୍ରାମ ନେଇଥିବା ୧୬ ଦାଦନ ଶ୍ରମିକଙ୍କ ଉପରେ ଟ୍ରେନ୍‌ ମାଡ଼ିଯିବାରୁ ସେମାନଙ୍କର ମୃତ୍ୟୁ ଘଟିଥିଲା। ଲକ୍‌ଡାଉନ ଯୋଗୁ ଉକ୍ତ ଲାଇନରେ ଟ୍ରେନ୍‌ ଆସିବ ନାହିଁ ବୋଲି ସେମାନେ ଭାବିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?