Posted inଜାତୀୟ

ରେଳଧାରଣାରେ ଯାଇଛି ୮,୭୦୦ ଜୀବନ

ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ମୃତକ ପ୍ରବାସୀ ଶ୍ରମିକ। ମଧ୍ୟପ୍ରଦେଶର ଚନ୍ଦ୍ରଶେଖର ଗୌର ସୂଚନା ଅଧିକାର ଆଇନ ବଳରେ ପଚାରିଥିବା ପ୍ରଶ୍ନ ଉପରେ ରେଲଓ୍ବେ ବୋର୍ଡ ପକ୍ଷରୁ ଉପରୋକ୍ତ ତଥ୍ୟ ଦିଆଯାଇଛି। ୨୦୨୦ ଜାନୁୟାରୀରୁ ଡିସେମ୍ବର ମଧ୍ୟରେ ରେଳଲାଇନରେ ୮,୭୩୩ ଜଣଙ୍କ ଜୀବନ ଯାଇଥିବାବେଳେ ୮୦୫ ଜଣ ଆହତ ହୋଇଥିବା ରେଲଓ୍ବେ ବୋର୍ଡ କହିଛି। ଗତବର୍ଷ ଲକ୍‌ଡାଉନ ବେଳେ ହଜାର ହଜାର ପ୍ରବାସୀ ଶ୍ରମିକ ଚାଲି ଚାଲି ଘରକୁ ଫେରିଥିଲେ। ଲକ୍‌ଡାଉନ ଥିବାରୁ କୌଣସି ଟ୍ରେନ ଆସିବନି ବୋଲି ସେମାନେ ଧରିନେଇଥିଲେ।
ଯଦିଓ ୨୦୨୦ରେ ରେଳଲାଇନ ମୃତ୍ୟୁସଂଖ୍ୟା ଏହାର ପୂର୍ବ ୪ ବର୍ଷ ତୁଳନାରେ କମ୍‌ ରହିଛି, ତେବେ ରେଳ ଚଳାଚଳ କମ୍‌ ଥିବାରୁ ସେହି ଅନୁଯାୟୀ ଦେଖିଲେ ମୃତ୍ୟୁସଂଖ୍ୟା ଯଥେଷ୍ଟ ଅଧିକ ବୋଲି କୁହାଯାଉଛି। କାରଣ ମାର୍ଚ୍ଚ ୨୫ରୁ ଦେଶରେ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଦାଦନ ଶ୍ରମିକମାନଙ୍କୁ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ମେ’ ୧ରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚାଲିଥିଲା। ଯାତ୍ରୀ ସେବା ପର୍ଯ୍ୟାୟକ୍ରମେ ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୭୦ ପ୍ରତିଶତ ଟ୍ରେନ ଚଳାଚଳ କରୁଛି। ବିଭିନ୍ନ କାରଣରୁ ଗତବର୍ଷ ରେଳଲାଇନରେ ଅଧିକାଂଶ ମୃତ୍ୟୁ ସମ୍ପର୍କରେ ରେକର୍ଡ ହୋଇପାରି ନ ଥିଲା। ଗତବର୍ଷ ମେ’ରେ ମହାରାଷ୍ଟ୍ରର ଔରଙ୍ଗାବାଦରେ ରେଳ ଧାରଣାରେ ବିଶ୍ରାମ ନେଇଥିବା ୧୬ ଦାଦନ ଶ୍ରମିକଙ୍କ ଉପରେ ଟ୍ରେନ୍‌ ମାଡ଼ିଯିବାରୁ ସେମାନଙ୍କର ମୃତ୍ୟୁ ଘଟିଥିଲା। ଲକ୍‌ଡାଉନ ଯୋଗୁ ଉକ୍ତ ଲାଇନରେ ଟ୍ରେନ୍‌ ଆସିବ ନାହିଁ ବୋଲି ସେମାନେ ଭାବିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri