କନ୍ୟାକୁମାରୀରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ମଣିପୁର ଗ୍ରାମ ଡୁମାଖାଳି ହରିଜନ ସାହିର ଦାଦନ ଶ୍ରମିକ ଅଜୟ ନାୟକ(୨୦)ଙ୍କ ତାମିଲନାଡୁର କନ୍ୟାକୁମାରୀରେ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ବୁଧବାର ବିଳମ୍ବିତ ରାତିରେ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

ଖବରପାଇ ଗୁରୁବାର ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର ମିଶ୍ର, ସରପଞ୍ଚ ସୀମାଞ୍ଚଳ ପ୍ରଧାନ ବାସଭବନରେ ପହଞ୍ଚି ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶିର ଚେକ ଏବଂ ହରିଶ୍ଚନ୍ଦ୍ର ଯୋଜନାରେ ୩ ହଜାର ଟଙ୍କା ପ୍ରଦାନ କରି କରିଥିଲେ।

ସୂଚନା ଯୋଗ୍ୟ, ଅଜୟ ଏକ ଦିଆସିଲି କାରଖାନାରେ କାମ କରୁଥିଲେ। ସେ ହଠାତ୍‌ ଅସୁସ୍ଥ ହୋଇପଡ଼ିବାରୁ ଗତ ୪ ଦିନ ହେଲା ସେ ଏକ ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ। ଏପରିକି ରବିବାର ଘରକୁ ଫୋନ କରି ଚିକିତ୍ସା ପାଇଁ ୧ ହଜାର ଟଙ୍କା ପଠାଇବାକୁ ମା’ଙ୍କୁ କହିଥିଲେ। ହେଲେ ସାରେ ପୁଅ ଅଜୟଙ୍କ ମୃତ୍ୟୁ ଘଟିଥିବା ନେଇ ମେଡିକାଲ କର୍ତ୍ତୃପକ୍ଷ ମା’ଙ୍କୁ ଫୋନ କରି ଜଣାଇଥିଲେ। ଏନେଇ ଅଜୟଙ୍କ ମା’ ସ୍ଥାନୀୟ ସରପଞ୍ଚ ସୀମାଞ୍ଚଳ ପ୍ରଧାନଙ୍କୁ ଜଣାଇଥିଲେ।

ସରପଞ୍ଚ ଏନେଇ ଗଞ୍ଜାମ ଜିଲା ଶ୍ରମ ଅଧିକାରୀଙ୍କୁ ସୂଚନା ଦେବା ସହ ମୃତଦେହ ଗାଁକୁ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ଅନୁରୋଧ କରିଥିଲେ। ପରେ ଜିଲା ଶ୍ରମ ବିଭାଗ ଅଧିକାରୀ ଏବଂ ପୋଲିସ ସହାୟତାରେ ମୃତଦେହକୁ ଆମ୍ବୁଲାନ୍ସ ଯୋଗେ ଗାଁକୁ ଅଣାଯାଇଥିଲା।

ଅଜୟ ବାପାଙ୍କ ମୃତ୍ୟୁ ପରେ ମା’ ଏବଂ ଭଉଣୀଙ୍କ ସହ ଗାଁ ରେ ରହୁଥିଲେ। ଦାଦନ ଖଟି ଦୁଇ ପଇସା ରୋଜଗାର କରି ପରିବାର ଚଳାଇବା ଚିନ୍ତାରେ ସେ ଜଣେ ଦାଦନ ସର୍ଦ୍ଦାରଙ୍କ ସହ ତାମିଲନାଡୁର କନ୍ୟାକୁମାରୀ ଯାଇ ସେଠାକାର ଏକ ଦିଆସିଲି କାରଖାନାରେ ସ୍ବଳ୍ପ ମଜୁରୀରେ କାମ କରୁଥିଲେ ବୋଲି ତାଙ୍କ ଭଉଣୀ ବନିତା କହିଛନ୍ତି। ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାର ଲୋକଙ୍କୁ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri