ଅପରେଶନ ଟେବୁଲରେ ଚାଲିଗଲା ରୋଗୀଙ୍କ ଜୀବନ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୧୧ା୮(ସନାତନ ରାଉତ): ଭଦ୍ରକ ସାଳନ୍ଦୀ ହସ୍ପିଟାଲରେ ଅପରେଶନ ଟେବୁଲରେ ରୋଗୀଙ୍କ ମୃତ୍ୟୁ ହୋଇଥିବାରୁ ଉତ୍ତେଜନା ଦେଖାଦେଇଛି।

ସୂଚନାନୁଯାୟୀ, ଭଦ୍ରକ ଜିଲା ଧୂଷୁରୀ ଥାନା ଅଧିନସ୍ଥ କଟସାହି ପଞ୍ଚାୟତର ଗୁହାଳିପାଳ ଗ୍ରାମର ବସନ୍ତ ପାତ୍ରଙ୍କ ସ୍ତ୍ରୀ ସଞ୍ଜୁଲତା  ଟ୍ୟୁମର ଅପରେଶନ ପାଇଁ ଗତ ବୁଧବାର ସେ ସାଳନ୍ଦୀ ହସ୍ପିଟାଲରେ ଆଡ଼ମିଶନ ହୋଇଥିଲେ। ଗୁରୁବାର ରାତିରେ ଅପେରଶନ ଚାଲିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକ ଅଭିଯୋଗ କରିଛନ୍ତି। ଶୁକ୍ରବାର ସକାଳୁ ଏହାକୁ ନେଇ ମୃତକଙ୍କ ସମ୍ପର୍କୀୟମାନେ ହୋ-ହଲ୍ଲା କରିବା ସହ ହସ୍ପିଟାଲରେ ତୀବ୍ର ଉତ୍ତେଜନା ଦେଖା ଦେଇଥିଲା। ଖବର ପାଇ ଭଦ୍ରକ ଟାଉନ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକମାନଙ୍କ ସହ ଆଲୋଚନା କରିଛନ୍ତି। ତେବେ ଡାକ୍ତରଙ୍କ ଭୁଲ୍‌ ଚିକିତ୍ସା ପାଇଁ ରୋଗୀଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଥିବା ବେଳେ ଏହାକୁ ହସ୍ପିଟାଲ କର୍ତ୍ତୃପକ୍ଷ ଅସ୍ବୀକାର କରିଛନ୍ତି। ଉତ୍ତେଜନା ପରିସ୍ଥିତି ଜାରି ରହିଥିବା ବେଳେ ଟାଉନ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?