Posted inଜାତୀୟ

ଲିଭ୍‌ ଇନରେ ରହିବାର କରୁଣ ପରିଣତି: ହତ୍ୟା ପରେ ମୃତଦେହକୁ ଆରିରେ କାଟି ପ୍ରେସର କୁକରରେ ସିଝାଇଲେ…

ମୁମ୍ବାଇ,୮।୬ : ଦିଲ୍ଲୀର ଶ୍ରଦ୍ଧା ୱାକର ହତ୍ୟା ମାମଲା ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ବର୍ତ୍ତମାନ ମୁମ୍ବାଇରେ ମଧ୍ୟ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। ବାସ୍ତବରେ ମୁମ୍ବାଇର ମୀରା ରୋଡ ଅଞ୍ଚଳର ଆକାଶଗଙ୍ଗା ସୋସାଇଟିରେ ଜଣେ ମହିଳାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। କେବଳ ଏତିକି ନୁହେଁ, ପ୍ରମାଣ ନଷ୍ଟ କରିବା ପାଇଁ ହତ୍ୟାକାରୀ ଏକ ପ୍ରେସର କୁକରରେ ମୃତ ଶରୀରର ଖଣ୍ଡଗୁଡ଼ିକୁ ସିଝାଇଥିଲେ। ତେବେ ତାଙ୍କର ଗୋଟିଏ ଭୁଲ ହେତୁ ସେ ପୋଲିସ ଦ୍ୱାରା ଧରାପଡିଥିଲେ। ପୋଲିସ ଘଟଣାସ୍ଥଳରୁ ମହିଳାଙ୍କ ଶରୀରର ଅନେକ ଖଣ୍ଡ ଉଦ୍ଧାର କରିଛି। ପୋଲିସ କହିଛି ସେ ତାଙ୍କର ଜଣେ ବନ୍ଧୁଙ୍କ ସହ ଲାଇଭ-ଇନ ସମ୍ପର୍କରେ ରହୁଥିଲେ। ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ମହିଳାଙ୍କ ଗଳା କାଟି ହତ୍ୟା କରାଯାଇଥିଲା ଏବଂ ପରେ ତାଙ୍କ ଶରୀରକୁ ଅନେକ ଖଣ୍ଡରେ କାଟି ଦିଆଯାଇଥିଲା।

ଡିସିପି ଜୟନ୍ତ ବାଜବାଲେ କହିଛନ୍ତି ମୃତ ମହିଳା ୩୨ ବର୍ଷିୟ ସରସ୍ବତୀ ବୈଦ୍ୟ ବୋଲି ଜଣାପଡିଛି। ସେ ୫୬ ବର୍ଷ ବୟସ୍କ ବନ୍ଧୁ ମନୋଜ ସାହାଣୀଙ୍କ ସହ ଏକ ଭଡ଼ା ଘରେ ରହୁଥିଲେ।

ସମଗ୍ର ଘଟଣାର ତଦନ୍ତ ଚାଲିଛି। ଫ୍ଲାଟରୁ ବାହାରୁଥିବା ଦୁର୍ଗନ୍ଧ ପରେ ପଡୋଶୀମାନେ ପୋଲିସକୁ ସୂଚନା ଦେଇଥିଲେ। ଏହା ପରେ ଏକ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ସୋସାଇଟିର ସପ୍ତମ ମହଲାରୁ ମହିଳାଙ୍କ ମୃତଦେହ ଉଦ୍ଧାର କରିଥିଲା। ପୋଲିସ ଅଧିକାରୀ କହିଛନ୍ତି ମହିଳାଙ୍କୁ ହତ୍ୟା କରିବା ପରେ ତାଙ୍କ ଶରୀରକୁ ଆରିରେ ଖଣ୍ଡ ଖଣ୍ଡ କରି କାଟି ଦିଆଯାଇଥିଲା। ଦୁର୍ଗନ୍ଧ ନ ବ୍ୟାପିବା ପାଇଁ ଅଭିଯୁକ୍ତ ମୃତ ଶରୀରର ଖଣ୍ଡଗୁଡ଼ିକୁ ଏକ କୁକରରେ ଫୁଟାଇ ଦେଇଥିଲା। ଏହା ସତ୍ତ୍ୱେ ପଡୋଶୀମାନେ ଅଜବ ଗନ୍ଧ ଯୋଗୁଁ ବିବ୍ରତ ହୋଇଥିଲେ, ତେଣୁ ସେମାନେ ପୋଲିସ ନିକଟରେ ଅଭିଯୋଗ କରିଥିଲେ।

ପୋଲିସ ଘଟଣାସ୍ଥଳରୁ ମୃତଦେହର ଖଣ୍ଡ ମଧ୍ୟ ଜବତ କରିଛି। ଘଟଣାସ୍ଥଳରେ ଫୋରେନସିକ ଟିମ ମଧ୍ୟ ଡକାଯାଇଥିଲା ଏବଂ ଫ୍ଲାଟରୁ ଅନ୍ୟାନ୍ୟ ପ୍ରମାଣ ମଧ୍ୟ ସଂଗ୍ରହ କରାଯାଇଛି। ପୋଷ୍ଟ ମର୍ଟମ ରିପୋର୍ଟ ପରେ ହିଁ ଅଧିକ ସୂଚନା ପ୍ରକାଶ ପାଇବ। ପୋଲିସ ଫ୍ଲାଟକୁ ସିଲ କରିଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମହିଳାଙ୍କ ସାଥୀ ତାଙ୍କୁ ଅତି ର୍ନିମମ ଭାବେ ହତ୍ୟା କରିଛି ବୋଲି ପୋଲିସ ସନ୍ଦେହ କରୁଛି। ତୀକ୍ଷ୍ଣ ଛୁରୀରେ ଶରୀର କାଟି ଦିଆଯାଇଥିଲା। ଲିଭ-ଇନ ପାର୍ଟନରଙ୍କୁ ହତ୍ୟା କରିବା ଏବଂ ତାଙ୍କ ମୃତଦେହକୁ ଖଣ୍ଡ ଖଣ୍ଡ କରି କାଟିବା ଅଭିଯୋଗରେ ପୋଲିସ ମୃତକଙ୍କ ବନ୍ଧୁଙ୍କୁ ଅଟକ ରଖିଛି। ପୋଲିସର ସୂଚନାନୁସାରେ, ମହିଳାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି। ବର୍ତ୍ତମାନ ସମଗ୍ର ଘଟଣାର ଅନୁସନ୍ଧାନ କରାଯାଉଛି। କେବଳ ସେତେବେଳେ ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହେବ। ପଞ୍ଚନାମା ପୂରଣ କରିବା ପରେ ପୋଲିସ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri