୪୫ଦିନରେ ଲିଜ୍‌ ଟ୍ରସ୍‌ ଛାଡିଲେ ଗାଦି

ଲଣ୍ଡନ,୨୦।୧୦: ୪୫ ଦିନର ଦାୟିତ୍ୱ ଗ୍ରହଣ କରିବା ପରେ  ବ୍ରିଟେନ ପ୍ରଧାନମନ୍ତ୍ରୀ ଲିଜ୍‌ ଟ୍ରସ୍‌ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଅନ୍ୟ ଜଣେ ଉତ୍ତରାଧିକାରୀ ଚୟନ ନ ହେବା ପର୍ଯ୍ୟନ୍ତ ସେ ପ୍ରଧାନମନ୍ତ୍ରୀ ପଦବୀରେ ରହିବେ ବୋଲି ଟ୍ରସ୍‌ ଏକ ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କରିଛନ୍ତି। ସେ କେବଳ ୪୫ଦିନ ପାଇଁ ଦେଶରେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ତେବେ କୌଣସି ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀଙ୍କ ଏହା ସବୁଠାରୁ କମ୍‌ କାର୍ଯ୍ୟକାଳ। ଅନ୍ୟପଟେ ଇସ୍ତଫା ଦେବା ପରେ ଲିଜ୍‌ ଟ୍ରସ୍‌ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବର୍ତ୍ତମାନର ସ୍ଥିତିକୁ ଦେଖି ଅନୁଭବ କରୁଛି ଯେ, ମୁଁ ଯେଉଁ ପ୍ରତିଶ୍ରୁତି ଦେଇଥିଲି ତାହା ପୂରଣ କରିପାରିଲି ନାହିଁ। ତେଣୁ ନିଜର ପଦରୁ ଇସ୍ତଫା ଦେଇଛି। ଯେତେବେଳେ ସେ ପ୍ରଧାନମନ୍ତ୍ରୀ ହୋଇଥିଲେ ସେତେବେଳେ ଦେଶର ଆର୍ଥିକ ଅବସ୍ଥା ସ୍ଥିର ନ ଥିଲା। ତେବେ ଦେଶର ଦେଖାଦେଇଥିବା ଆର୍ଥିକ ସଙ୍କଟ ଯୋଗୁ ତାଙ୍କ ଉପରେ ଚାପ ଦିନକୁ ଦିନ ବଢିବାରେ ଲାଗିଥିଲା। ଶେଷରେ ସେ ଏଭଳି ନିଷ୍ପତ୍ତି ନେଇଥିଲେ ବୋଲି ଟ୍ରସ୍‌ କହିଛନ୍ତି। ଅନ୍ୟପଟେ ଭାରତୀୟ ବଂଶୋଦ୍ଭବ ତଥା ବ୍ରିଟେନ ସ୍ବରାଷ୍ଟ୍ର ମନ୍ତ୍ରୀ ସୁଏଲା ବ୍ରାଭରମ୍ୟାନ୍‌ ବୁଧବାର ନିଜ ପଦରୁ ଇସ୍ତଫା ଦେଇଥିଲେ। ଏଭଳି ସ୍ଥିତିରେ ଟ୍ରସ୍‌ ସରକାରଙ୍କ ଶାସନ କ୍ଷମତାକୁ ନେଇ ସଙ୍କଟ ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଜ୍ବରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ, ଅଞ୍ଚଳରେ ଶୋକର ଛାୟା

ପାତ୍ରପୁର,୧୬।୯(ଉମା ଚରଣ ନେପାକ): ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମର ପ୍ରତାପ ବାଡ଼ତ୍ୟା ଓ ତାଙ୍କ ସ୍ତ୍ରୀ ପ୍ରିୟଙ୍କା ହାଇଦ୍ରାବାଦରେ ଶ୍ରମିକ ଭାବେ କାମ କରୁଥିଲେ । ତେବେ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?