Posted inଜାତୀୟ

ନିର୍ବାଚନ ଫଳାଫଳ ପରେ ମୁଖ୍ୟମନ୍ତ୍ରୀ ଆସନରେ ବସି ପାରିବେନି ନୀତୀଶ: ଚିରାଗ

ପାଟନା,୨୯ ।୧୦: ବିହାରରେ ୩ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବିଧାନସଭା ନିର୍ବାଚନ ଲାଗି ବୁଧବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଡା ସୁରକ୍ଷା ମଧ୍ୟରେ ଓ କରୋନା କଟକଣା ସହ ଶେଷ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୭୧ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ସରିଛି । ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ଅଧ୍ୟକ୍ଷ ଚିରାଗ ପାଶୱାନ ଦାବି କରିଛନ୍ତି ଯେ ନିର୍ବାଚନ ଫଳାଫଳ ପରେ ମୁଖ୍ୟମନ୍ତ୍ରୀ ଆସନରେ ନୀତୀଶ କୁମାର ବସି ପାରିବେ ନାହିଁ । ଏଥର ଭାରତୀୟ ଜନତା ପାର୍ଟି ଓ ଲୋକ ଜନଶକ୍ତି ପାର୍ଟି ମିଶି ସରକାର ଗଠନ କରିବେ । ପାଶୱାନ କହିଛନ୍ତି ଏଥର ଜନତା ପରିବର୍ତ୍ତନ ଓ ବିକାଶ ପାଇଁ ଭୋଟ ଦେଇଛନ୍ତି । ମୋ ଦଳର ପ୍ରାର୍ଥୀ ଓ କର୍ମୀଙ୍କଠାରୁ ଯେଉଁ ପ୍ରତିକ୍ରିୟା ମିଳୁଛି ସେଥିରୁ ସ୍ପଷ୍ଟ ଜଣାପଡୁଛି କି ନିର୍ବାଚନ ଫଳାଫଳ ପରେ ନୀତୀଶ ଆଉ ମୁଖ୍ୟମନ୍ତ୍ରୀ ଆସନରେ ବସି ପାରିବେ ନାହିଁ । ସୂଚନାଯୋଗ୍ୟ, ବିହାର ବିଧାନସଭାର ୨୪୩ ଆସନ ପାଇଁ ନିର୍ବାଚନ କରାଯାଉଛି । ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ୨୮ ଅକୋ୍ଟବରରେ ଶେଷ ହୋଇଥିବା ବେଳେ ଦ୍ୱି୍‌ତୀୟ ପର୍ଯ୍ୟାୟ ନଭେମ୍ବର ୩ ଓ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ନଭେମ୍ବର ୭ରେ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri