Posted inଜାତୀୟ

ଚିରାଗଙ୍କ ପ୍ରତିଶ୍ରୁତି: ଶାସନ କ୍ଷମତା ମିଳିଲେ ତିଆରି କରିବେ ରାମ ମନ୍ଦିରଠାରୁ ବଡ଼ ସୀତା ମନ୍ଦିର

ପାଟନା,୨୫ ।୧୦: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ଅଧ୍ୟକ୍ଷ ଚିରାଗ ପାଶୱାନ ବିହାର ବିଧାନସଭା ନିର୍ବାଚନକୁ ନେଇ ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଅଯୋଧ୍ୟାରେ ନିର୍ବାଣ କରାଯାଉଥିବା ରାମ ମନ୍ଦିରଠାରୁ ବଡ ସୀତାମଢିରେ ସୀତା ମନ୍ଦିର ନିର୍ମାଣ କରାଯିବ । ଏହାସହ ରାମନ୍ଦିର ସହ ସୀତା ମନ୍ଦିରକୁ ଯୋଡିବା ପାଇଁ ଏକ କରିଡର ମଧ୍ୟ ନିର୍ମାଣ କରାଯିବ । ସୂଚନାଯୋଗ୍ୟ, ନିର୍ବାଚନ ପ୍ରଚାର ପାଇଁ ରବିବାର ଚିରାଗ ପାଶୱାନ ସୀତାମଢିରେ ରହିଛନ୍ତି । ସେଠାରେ ସେ ଗଣମାଧ୍ୟମ ପ୍ରତିନିଧିଙ୍କ ସହ କଥା ହେବା ସମୟରେ ଏହା କହିଛନ୍ତି । ତାଙ୍କ ମତରେ ରାମଙ୍କ ବିନା ସୀତା ଅସମ୍ପୂର୍ଣ୍ଣ ଓ ସୀତାଙ୍କ ବନା ରାମ ଅସମ୍ପୂର୍ଣ୍ଣ ତେଣୁ ସେ ସୀତାମଢିରେ ଏକ ସୀତା ମନ୍ଦିର ନିର୍ମାଣ କରିବା ସହ ଏହାକୁ ଯୋଡିବାର ବ୍ୟବସ୍ଥା ମଧ୍ୟ କରିବେ । ଏହାସହ ସେଠାରେ ସେ ବିହାର ଫାଷ୍ଟ ଓ ବିହାରି ଫାଷ୍ଟ ଭିଜନ ଡକ୍ୟୁମେଣ୍ଟ ଲଞ୍ଚ କରିଛନ୍ତି । ଯେଉଁଥିରେ ବିହାରର ଅନେକ ସମସ୍ୟାର ସମାଧାନ ରହିଛି । ଭାଜପାଠାରୁ ଅଲଗା ହେବା ପରେ ଏବେ ଚିରାଗ ନିଜେ ଭୋଟରଙ୍କୁ ଆକର୍ଷିତ କରି ଶାସନ କ୍ଷମତା ହାସଲ କରିବାକୁ ଲାଗି ପଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?