Posted inଜାତୀୟ

ଏନଡିଏ ବୈଠକରେ ସାମିଲ ହେବେ ଚିରାଗ ପାଶଓ୍ବାନ

ନୂଆଦିଲ୍ଲୀ,୧୫।୭: ଚିରାଗ ପାଶଓ୍ବାନ ଏନଡିଏରେ ଯୋଗ ଦେବା ଖବର ଉପରେ ଏବେ ମୋହର ଲାଗିଛି। ଏହି ବୈଠକରେ ସାମିଲ ହେବାକୁ ନେଇ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଚିରାଗ ପାଶଓ୍ବାନଙ୍କ ନିକଟକୁ ପତ୍ର ଲେଖିଛନ୍ତି।

ଏହାକୁ ସମାଚାର ଏଜେନ୍ସି ଏଏନଆଇ ଶେୟାର କରିଛି। ସୂଚନାଯୋଗ୍ୟ, ଏକ ଘରୋଇ ଟେଲିଭିଜନ ଚ୍ୟାନେଲ ଜୁଲାଇ ୬ରେ କହିଥିଲା କି ଚିରାଗ ପାସଓ୍ବାନ ଏନଡିଏ ବୈଠକରେ ଯୋଗ ଦେଉଛନ୍ତି। ଏବେ ଏହି ଖବର ଉପରେ ମୋହର ଲାଗିଛି।
ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ଏନଡିଏ ନିର୍ବାଚନକାରୀଙ୍କ ବୈଠକ ଜୁଲାଇ ୧୮ରେ ନୂଆଦିଲ୍ଲୀର ହୋଟେଲ ଅଶୋକରେ ଅନୁଷ୍ଠିତ ହେବ। ଜେପି ନଡା ଏହି ବୈଠକ ସମ୍ପର୍କରେ ନିମନ୍ତ୍ରଣ ପଠାଇଛନ୍ତି। ସେ ଚିରାଗ ପାସୱାନଙ୍କୁ ଲେଖିଥିବା ଏକ ପତ୍ରରେ ଲୋକଜନଶକ୍ତି ପାର୍ଟି (ରାମଭିଳାସ ପାସଓ୍ବାନ) କୁ ନ୍ୟାସନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ)ର ଏକ ଗୁରୁତ୍ୱପୂର୍ଣ୍ଣ ସହଯୋଗୀ ବୋଲି ବର୍ଣ୍ଣନା କରିଛନ୍ତି।
ଜେପି ନଡ୍ଡା ଚିଠିରେ ଲେଖିଛନ୍ତି, ଆପଣଙ୍କ ପାର୍ଟି ଲୋକଜନଶକ୍ତି ପାର୍ଟି (ରାମଭିଳାସ ପାସୱାନ) ଏନଡିଏର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଦେଶର ବିକାଶକୁ ତ୍ୱରାନ୍ବିତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ସେବା, ଉତ୍ତମ ଶାସନ ଏବଂ ଗରିବ କଲ୍ୟାଣ ଯାତ୍ରାରେ ଆପଣ ମଧ୍ୟ ଏକ ପ୍ରମୁଖ ସହଯୋଗୀ ଅଟନ୍ତି।
ଚିଠିରେ ଆହୁରି କୁହାଯାଇଛି ଯେ, ଏନଡିଏ ବୈଠକ ୧୮ ଜୁଲାଇ ୨୦୨୩ ମଙ୍ଗଳବାର ଅପରାହ୍ନ ୫ଟାରେ ନୂଆଦିଲ୍ଲୀର ହୋଟେଲ ଅଶୋକ ଠାରେ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହେବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସଭାରେ ଆପଣଙ୍କୁ ଆନ୍ତରିକତାର ସହିତ ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri