୬ ବର୍ଷ ବୟସରୁ ଗୀତ ଗାଇଥିଲେ ଏହି ପ୍ରସିଦ୍ଧ ଗାୟିକା, ଆଉ ଶୁଣିବାକୁ ମିଳୁନି କଣ୍ଠ ଶ୍ୱର

ଯଦି ଆପଣଙ୍କୁ ୯୦ ଦଶକର ଗୀତଗୁଡ଼ିକ ଭଲ ଲାଗେ କିମ୍ବା ଏସବୁର ପ୍ରଶଂସକ ଅଟନ୍ତି, ତେବେ ଆପଣ ନିଶ୍ଚିତ ଭାବରେ ଗାୟକ ଅଲକା ୟାଗ୍‌ନିକ୍‌ଙ୍କ ଗୀତ ଶୁଣିଥିବେ। ଆଜି ତାଙ୍କ ଜନ୍ମଦିନ। ଅଲକା କୋଲକାତାର ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ। ସେ ତାଙ୍କ ମା’ ଶୁଭା ୟାଗ୍‌ନିକ୍‌ଙ୍କଠାରୁ ଶାସ୍ତ୍ରୀୟ ସଙ୍ଗୀତ ଶିଖିବା ଆରମ୍ଭ କରିଥିଲେ। ଘରେ ସଙ୍ଗୀତର ପରିବେଶ ଯୋଗୁ ସଙ୍ଗୀତ ପ୍ରତି ତାଙ୍କର ଆଗ୍ରହ ମଧ୍ୟ ବଢ଼ିଥିଲା। ସେ ମାତ୍ର ୬ ବର୍ଷ ବୟସରେ କାମ କରିବା ଆରମ୍ଭ କରିଥିଲେ। ଅଲକା ଆକାଶବାଣୀ କୋଲକାତାରେ ଗୀତ ଗାଉଥିଲେ। ଅଲକା ୧୦ ବର୍ଷ ବୟସରେ ତାଙ୍କ ମା’ଙ୍କ ସହ ମୁମ୍ବାଇ ଯାଇ ଚଳଚ୍ଚିତ୍ର ନିର୍ମାତା ରାଜ କପୁରଙ୍କୁ ଭେଟିଥିଲେ। ରାଜ କପୁର ତାଙ୍କ ସ୍ବରକୁ ପସନ୍ଦ କରିଥିଲେ। ପରେ ତାଙ୍କୁ  ଲକ୍ଷ୍ମୀକାନ୍ତ-ପ୍ୟାରେଲାଲଙ୍କ ସହ ପରିଚିତ କରାଇଥିଲେ। ୧୪ ବର୍ଷ ବୟସରେ ଅଲକା ଫିଲ୍ମ ‘ପାୟଲ କି ଝଙ୍କାର୍‌’ର ଥିରକାତ ଅଙ୍ଗ.. ଗୀତ ଗାଇଥିଲେ। ଏହା ପରେ ସେ ୧୯୮୧ ମସିହାରେ ଫିଲ୍ମ ‘ଲାଓ୍ବାରିସରୁ’ ମେରେ ଅଙ୍ଗନେ ମେଁ’ ଗୀତ ଗାଇଥିଲେ। ଏହା ସତ୍ତ୍ୱେ ତାଙ୍କୁ ବହୁତ ସଂଘର୍ଷ କରିବାକୁ ପଡିଥିଲା। ପରେ ସେ ପ୍ଲେ ବ୍ୟାକ୍‌ ସିଙ୍ଗର ମାନ୍ୟତା ପାଇଥିଲେ। ସେ ପର୍ଯ୍ୟନ୍ତ ପ୍ରାୟ ୭୦୦ ଚଳଚ୍ଚିତ୍ରରେ ୨୦ ହଜାରରୁ ଅଧିକ ଗୀତ ଗାଇଛନ୍ତି। ଅଲକା ୧୯୮୯ରେ ନୀରଜ କପୁରଙ୍କୁ ବିବାହ କରିଥିଲେ। ହେଲେ ଗତ ୨୫ ବର୍ଷ ଧରି ତାଙ୍କ ସ୍ବାମୀଙ୍କଠାରୁ ଅଲଗା ରହୁଛନ୍ତି। ଅଲକା କିଛି ଧରି ଧରି ଗୀତ ଗାଉ ନାହାନ୍ତି। କାରଣ ଆଜିର ସଙ୍ଗୀତର ପରିବର୍ତ୍ତନ। ବଲିଉଡ ଗୀତ ଏତେ ବଦଳିଛି ଯେ, କୁମାର ଶାନୁ, ଉଦିତ୍‌ ନାରାୟଣ ଏବଂ ଅଲକାଙ୍କ ପରି ୯୦ ଦଶକର ଗାୟକମାନେ କାମ ମିଳୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri