ପରିବେଶର ଶତ୍ରୁ ବେଆଇନ ଇଟାଭାଟି

କେନ୍ଦ୍ରାପଡ଼ା ଅଫିସ,୧୦ା୧୧: ନଭେମ୍ବର ଆରମ୍ଭରୁ କେନ୍ଦ୍ରାପଡ଼ା ଜିଲାରେ ମାଟି ଇଟାଭାଟି ବଢ଼ି ଚାଲିଛି। ନଦୀ ଶଯ୍ୟାର ୫୦୦ ମିଟର ମଧ୍ୟରେ ମାଟି ଓ ବାଲି ଉଠା ପାଇଁ କଟକଣାକୁ ସ୍ଥାନୀୟ ମାଟି ଇଟା ନିର୍ମାତା ମାନୁନାହାନ୍ତି। ଏହି ବେଆଇନ ଇଟାଭାଟି ପରିବେଶର ଶତ୍ରୁ ସାଜିଛି ଓ ପ୍ଲାଏଆସ୍‌ ଇଟା ନିର୍ମାତାକାରୀଙ୍କ ମୁଣ୍ଡବିନ୍ଧାର କାରଣ ହୋଇଛି। ଏଥିସହିତ ନୂତନ ଭାବେ ପରିବହନ ହେରାଫେରି ଜିଲାରେ ବହୁଳ ଭାବେ ଦେଖିବାକୁ ମିଳୁଛି। କ୍ରେତାମାନେ ଗାଡ଼ିରୁ ଅନ୍‌ଲୋଡ ପରେ ଇଟାକୁ ଗଣିନେବାକୁ ବୁଦ୍ଧିଜୀବୀମାନେ ସଚେତନ କରାଇଛନ୍ତି।
ଏ ସମ୍ପର୍କରେ ଯୁବ ଶିଳ୍ପଦ୍ୟୋଗୀ ଦେବାଶିଷ ସାମଲ କହିଛନ୍ତି, ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ରାଜ୍ୟ ସରକାରଙ୍କ ବିନା ଅନୁମତିରେ ମାଟିରେ ଇଟା ନିର୍ମାଣ ହୋଇପାରିବ ନାହିଁ। ଏଥିପାଇଁ ପାୱାର ଥର୍ମାଲ ପ୍ଲାଣ୍ଟରୁ ନିର୍ଗତ ସି ଗ୍ରେଡ ପ୍ଲାଏ ଆସ୍‌କୁ ଇଟାରେ ପରିଣତ କରିବାକୁ ରାଜ୍ୟ ସରକାର ଜିଲା ଶିଳ୍ପ କେନ୍ଦ୍ର ମାଧ୍ୟମରେ ପ୍ରୋତ୍ସାହିତ କରୁଛନ୍ତି। ତେବେ ଏପରି କଟକଣାକୁ ଜିଲାରେ କେହି ମାନୁନାହାନ୍ତି। ମାଟି ଇଟା ନିର୍ମାଣ ଫଳରେ ସ୍ଥାନୀୟ ଅଞ୍ଚଳର ପରିବେଶ ପ୍ରଦୂଷିତ ହେଉଛି। ଏହା ଯୁବ ଶିଳ୍ପଦ୍ୟୋଗୀଙ୍କୁ ଚିନ୍ତାରେ ପକାଇଛି। ପ୍ଲାଏଆସ୍‌ ଇଟା କାରଖାନା ମାଲିକ ବ୍ୟାଙ୍କ ଋଣ ସୁଝି ପାରୁ ନ ଥିବା ସେ କହିଛନ୍ତି। ଦୁତିଆଳର ଶିକ୍ଷାବିତ୍‌ ଅଜୟ କୁମାର ସାମଲ କୁହନ୍ତି, ଖରା ତାତି ସହିତ ଇଟାଭାଟିର ଧୂଅଁା ପରିଣତ ବୟସ ପାଇଁ ଅଭିଶାପ ପାଲଟିଛି। ଶ୍ୱାସ ରୋଗୀ ଏହାର ଧୂଆଁରେ ଅଣନିଃଶ୍ୱାସୀ ହେଉଛନ୍ତି। ଜିଲାରେ ଏବେ ମାଟିଇଟା ବ୍ୟବସାୟ ବଢ଼ିଚାଲିଛି। ଜିଲାରେ ପ୍ରବାହିତ ନଦୀ ପଠା ସେମାନଙ୍କ ବ୍ୟବସାୟ ପାଇଁ ମୂଳଧନ ହୋଇଛି। ମାଟିଇଟାକୁ ଜିଲାର ବିଭିନ୍ନ ଅଞ୍ଚଳ ସହିତ କଟକ, ଭୁବନେଶ୍ୱର, ଜଗତସିଂହପୁର, ପାରାଦୀପ, କଳିଙ୍ଗନଗର ଆଦିକୁ ଚାଲାଣ କରାଯାଉଛି। ସେହିପରି ଇଟାଭାଟି ନିର୍ମାତା ଶିଶୁ ଶ୍ରମିକ ସହିତ ବାହାର ରାଜ୍ୟର ଲୋକଙ୍କୁ ନିୟୋଜିତ କରୁଛନ୍ତି। ଡେରାବିଶର ବିଜୟ ପରିଡା କହିଛନ୍ତି, ନକଲି ଖାଦ୍ୟ, ସିମେଣ୍ଟ ପରି ଏବେ ପରିବହନରେ ହେରାଫେରି ବଢ଼ିଯାଇଛି। କୌଣସି କ୍ରେତା ଭାଟିରୁ ଇଟା ଆଣିବା ପାଇଁ ବ୍ୟବସାୟୀଙ୍କ ସହିତ ମୂଲଚାଲ କରି ଅର୍ଥ ପ୍ରଦାନ କରୁଛନ୍ତି। ତେବେ ନିର୍ଦ୍ଧାରିତ ଇଟା ପହଞ୍ଚତ୍ବା ପୂର୍ବରୁ ଗାଡ଼ି ଚାଳକ ସେଥିରୁ କିଛି କାଢ଼ି ଜାତୀୟ ରାଜପଥରେ କେତେଜଣ ବ୍ୟକ୍ତିଙ୍କୁ ବିକ୍ରି କରୁଛନ୍ତି। ଏହି ଚୋରି ରୋକିବା ପାଇଁ କ୍ରେତା ଇଟା ଅନ୍‌ଲୋଡ୍‌ ପରେ ଗଣି ନେବା ଉଚିତ୍‌। ମାଟି ଇଟା ନିର୍ମାଣ ସମ୍ପର୍କରେ ଜଣେ ଭାଟି ମାଲିକ କହିଛନ୍ତି, ମାଟି ଘର ବଦଳରେ ସମସ୍ତେ କୋଠା ଘରେ ରହିବାକୁ ଚାହୁଁଛନ୍ତି। ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଆବାସ ଯୋଜନାରେ ଘର ଯୋଗାଉଛନ୍ତି। ଜିଲାରେ ଫ୍ଲାଏ ଆସ୍‌ ଶିଳ୍ପ କମ ଥିବାରୁ ଏହାର ଚାହିଦା ପୂରଣ ପାଇଁ ମାଟି ଇଟାକୁ କ୍ରେତା ଆଗ୍ରହ ପ୍ରକାଶ କରୁଛନ୍ତି। ଆଇନଜୀବୀ ସରୋଜରାଜ ସିଂହ କହିଛନ୍ତି, ମାଟି ଇଟା ନିର୍ମାଣ ବନ୍ଦ ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ୧୯୮୬ରେ ନିର୍ଦ୍ଦେଶନାମା ଜାରି କରିଥିଲେ। ସେହିପରି ନଦୀ ପଠାର ୫୦୦ ମିଟର ପର୍ଯ୍ୟନ୍ତ ମାଟି ନ ଉଠାଇବାକୁ ୨୦୦୫ରେ ନିର୍ଦ୍ଦେଶ ଦେଇଛନ୍ତି। ମାଟି ଇଟା ନିର୍ମାଣ ସମୟରେ ପରିବେଶ ଉପରେ ପ୍ରଭାବ ପକାଉଥିବାରୁ ତାହା ବନ୍ଦ ରହିଛି ବୋଲି ସେ ମତ ଦେଇଛନ୍ତି। ଉପଜିଲାପାଳ ନିରଞ୍ଜନ ବେହେରା କହିଛନ୍ତି, ନଦୀପଠାରୁ ବେଆଇନ ଭାବେ ବାଲି ଚାଲାଣ ଓ ମାଟି ଇଟା ନିର୍ମାଣ ଉପରେ ରୋକ୍‌ ଲଗାଯାଇଛି। ଏନେଇ ପ୍ରତ୍ୟେକ ତହସିଲସ୍ତରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri