ବିଷ ପିଇ ଆତ୍ମହତ୍ୟା କଲେ ନବବଧୂ, ଯୌତୁକ ନିର୍ଯାତନା ଦେଇ ମାରିଦେଇଥିବା ଅଭିଯୋଗ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ପାଦରୁ ଅଳତା ଲିଭି ନ ଥିବା ବେଳେ ଜୁଇରେ ଜଳିଲେ ନବବଧୂ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବା ମିଳିଛି ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ପୋଡ଼ାଗଡ଼ ଗ୍ରାମରେ l ତିନିମାସ ତଳେ ବିବାହ କରିଥିବା ବୋହୁ ଭାରସ୍ୟାମ ହରାଇ ବିଷ ପିଇ ଆତ୍ମହତ୍ୟା କରିଥିବା ଶାଶୁ ଘର କହୁଥିବା କହିଛନ୍ତି। କିନ୍ତୁ ଯୌତୁକ ନିର୍ଯାତନା ଦେଇ ତାଙ୍କୁ ଶାଶୁଘର ଲୋକେ ମାରିଦେଇଛନ୍ତି ବୋଲି ଝିଅର ପରିବାର ଲୋକେ ଅଭିଯୋଗ ଆଣିଛନ୍ତି l ଏନେଇ ବାପ ଘର ଲୋକେ ହୁମା ଫାଣ୍ଡିରେ ଏତଲା ଦେଇଛନ୍ତି l ଏତଲାକୁ ଭିତ୍ତି କରି ପୋଲିସ କେସ ନଂ ୫୬୭/୨୩ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ହୁମା ଫାଣ୍ଡି ଅଧିକାରୀ ଦେବଦତ୍ତ ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି l

ସୂଚନାଯୋଗ୍ୟ, ସାତୁଳୀ ଗ୍ରାମର ବନମାଳୀ ବାରିକିଙ୍କ ଝିଅ ଜ୍ୟୋତି ବାରିକି ଝିଅ ପୋଡ଼ାଗଡ଼ର ପବନା ପ୍ରଧାନଙ୍କ ପୁଅ ପିଣ୍ଟୁ ପ୍ରଧାନଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ l ବିବାହ ପର ଠାରୁ ଶାଶୁ ଘର ଲୋକେ ତାଙ୍କୁ ଅଧିକ ଯୌତୁକ ଆଣିବା ପାଇଁ ନିର୍ଯାତନା ଦେଇଥିଲେ l ଫଳରେ ବିବାହର ଦଶଦିନ ପରେ ନିଜ ବାପଘରକୁ ଯାଇ ଝିଅ ଆଉ ଶାଶୁଘରକୁ ଘରକୁ ଫେରି ନ ଥିଲେ। ବୁଝା ସୁଝା ପରେ ଗତ ଦୁଇ ଦିନ ତଳେ ସେ ନିଜ ଶାଶୁ ଘରକୁ ଆସିଥିଲେ l କିନ୍ତୁ ପୁଣି ଆରମ୍ଭ ହୋଇଯାଇଥିଲା ନିର୍ଯାତନା। ନିର୍ଯାତନା ସହି ନ ପାରି ଘରେ ଥିବା ପୋକମରା ଔଷଧକୁ ବୋହୁ ଖାଇଦେଇଥିଲେ l ଏହା ଦେଖି ଶାଶୁ ଘର ଲୋକେ ସଙ୍ଗେ ସଙ୍ଗେ ପ୍ରଥମେ ହୁମାର ଏକ ଘରୋଇ କ୍ଲିନିକକୁ ନେଇଥିଲେ। ସେଠାରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲ ନେବା ରାସ୍ତାରେ ତାଙ୍କର ମୃତ୍ୟୁ ହୋଇଥିବା ଗ୍ରାମର ଜଣେ ବ୍ୟକ୍ତି କହିଛନ୍ତି l ହୁମା ଫାଣ୍ଡି ଏସଆଇ ଦେବଦତ୍ତ ପ୍ରିୟଦର୍ଶୀ ଉକ୍ତ ଗ୍ରାମରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି l ଏଥିସହ ଗ୍ରାମରେ ସାଇଣ୍ଟିଫିକ ଟିମ ମଧ୍ୟ ପହଞ୍ଚି ଘଟଣା ଛାନଭିନ୍ନ ଆରମ୍ଭ କରିଛି l ଶାଶୁ ଘର ଲୋକ ଅଧିକ ଯୌତୁକ ଲୋଭରେ ତାଙ୍କୁ ନିର୍ଯାତନା ଦେଇ ଆତ୍ମହତ୍ୟା କରିବାକୁ ବାଧ୍ୟ କରିଥିବା ଅଭିଯୋଗ ହୋଇଛି l ଏଥିସହ ଛତ୍ରପୁର ଏସଡିପିଓ ଗୌରହରି ସାହୁ , ରମ୍ଭା ଥାନା ଓ ହୁମା ଫାଣ୍ଡି ପୋଲିସର ଉପସ୍ଥିତରେ ଝିଅ ନେଇଥିବା ସମସ୍ତ ଯୌତୁକ ସାମଗ୍ରୀ ଫେରସ୍ତ ପାଇଁ ବାହାର କରାଯାଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri