ଉନ୍ନତ ଭାରତ ଅଭିଯାନ ସହ ଏଲ୍‌ଏମ୍‌ଆଇର ସହଭାଗିତା

ନୂଆଦିଲ୍ଲୀ,୮।୩: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଆଇଭିଡି ଉତ୍ପାଦର ନିର୍ମାତା ଲର୍ଡସ ମାର୍କ ଇଣ୍ଡଷ୍ଟ୍ରିଜ (ଏଲ୍‌ଏମ୍‌ଆଇ) ଏବଂ ଭାରତ ସରକାରଙ୍କର ଜାତୀୟ ପ୍ରୋଗ୍ରାମ ଉନ୍ନତ ଭାରତ ଅଭିଯାନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ଦିଲ୍ଲୀ ବା ଆଇଆଇଟି ଦିଲ୍ଲୀର ଫାଉଣ୍ଡେଶନ ଫର୍‌ ଇନୋଭେଶନ ଆଣ୍ଡ ଟେକ୍ନୋଲୋଜି ଟ୍ରାନ୍ସଫର ବା ଫିଟର ଜରିଆରେ ଇ ସ୍ମାର୍ଟ କ୍ଲିନିକ ପ୍ରୋଜେକ୍ଟର କାର୍ଯ୍ୟକାରୀ ହେବ। ଏହି ପ୍ରକଳ୍ପ ସାରା ଦେଶରେ କାର୍ଯ୍ୟକାରୀ କରିବାକୁ ଯୋଜନା କରାଯାଉଛି।

ଉଲ୍ଲେଖଯୋଗ୍ୟ, ରାଜକୋଟ ଏମ୍ସ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଉକ୍ତ ପ୍ରକଳ୍ପର ଆନୁଷ୍ଠାନିକ ଶୁଭାରମ୍ଭ କରିଥିଲେ। ଏ ସମ୍ପର୍କରେ ଏଲ୍‌ଏମ୍‌ଆଇର ଇଡି ମାନବ ତେଲି କହିଛନ୍ତି, ସାରା ଦେଶରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇବା ଲକ୍ଷ୍ୟରେ ଇ ସ୍ମାର୍ଟ କ୍ଲିନିକ୍‌ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଉକ୍ତ ପ୍ରକଳ୍ପ ସହ ଜଡ଼ିତ ହୋଇଥିବାରୁ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଜାତୀୟ ପ୍ରୋଗ୍ରାମ ଉନ୍ନତ ଭାରତ ଅଭିଯାନରେ ସହଭାଗିତା କରି ଆମେ ଆନନ୍ଦିତ ହୋଇଛୁ। ସେହିଭଳି ଫିଟର ଜାତୀୟ କୋଡିନେଟର ତଥା ଆଇଆଇଟି ଦିଲ୍ଲୀର ଭିଜେନ୍ଦ୍ର କୁମାର ବିଜୟ କହିଥିଲେ, ଲର୍ଡସ ସହ ସହଭାଗିତା କରି ଆମେ ଏହି ମିଶନକୁ ସାରା ଦେଶରେ ପହଞ୍ଚାଇବାର ଲକ୍ଷ୍ୟ ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri