ଚୋରା କାଠ ବୋଝେଇ ଗାଡ଼ି ଜବତ

ନୀଳଗିରି,୩।୨(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଶୁକ୍ରବାର ଚଢ଼ାଉ କରି ଚୋରାକାଠ ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ କରିଛି। ଅଯୋଧ୍ୟାରୁ ସଜନାଗଡ଼କୁ ସଂଯୋଗ କରୁଥିବା ରାସ୍ତାର ଆନନ୍ଦପୁରଠାରେ ଏହି ଗାଡ଼ି ଜବତ କରାଯାଇଛି। ଚଢ଼ାଉ ବେଳେ ଗାଡ଼ି ଛାଡ଼ି ଡ୍ରାଇଭର ଓ ଅନ୍ୟମାନେ ଫେରାର ହୋଇଯାଇଥିଲେ। ଏହି ଗାଡ଼ିରେ ୬୦ ସିଫ୍ଟ ବାଲି ଶିଶୁ ଓ ନିମ ଗଣ୍ଡି ଥିବା ବନବିଭାଗ ପ୍ରକାଶ କରିଛି। ଚଢ଼ାଉରେ ନୀଳଗିରି ରେଞ୍ଜର ଆଇଶା ଅକତାରି ନିଶା, କୁଲଡ଼ିହା ରେଞ୍ଜର ଅନନ୍ତ କୁମାର ଜେନା, ଫରେଷ୍ଟର ରାମ ଲେଙ୍କା ଓ ସରୋଜ ପ୍ରଧାନ, ଫରେଷ୍ଟ ଗାର୍ଡ କବିତା ମହାକୁଡ଼ଙ୍କ ସମେତ ସ୍କ୍ବାଡ୍‌ ଏବଂ ଗଜ ସାଥୀ କର୍ମଚାରୀ ସାମିଲ୍‌ ଥିଲେ। ଉଲ୍ଲେଖଯୋଗ୍ୟ, ନୂତନ ରେଞ୍ଜର କାର୍ଯ୍ୟରେ ଯୋଗଦେବାର ଏକ ମାସ ମଧ୍ୟରେ ୩ କାଠ ବୋଝେଇ ଗାଡ଼ି ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri