ବିଓଏମ୍‌ ପକ୍ଷରୁ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୨।୨: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ପକ୍ଷରୁ ନିକଟରେ ଏକ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଶିଷ ପାଣ୍ଡେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବ୍ୟାଙ୍କର ସକ୍ଷମତା ଓ ସାମାଜିକ ଦାୟିତ୍ୱବୋଧତା ସମ୍ପର୍କରେ ବିସ୍ତୃତ ବର୍ଣ୍ଣନା କରିଥିଲେ। ଏପରିକି ସେ କହିଥିଲେ, ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭାବେ ରାଜ୍ୟର ଶିଳ୍ପ ଓ ବ୍ୟବସାୟିକ ଶ୍ରେଣୀକୁ ବିସ୍ତାରିତ ନେଟ୍‌ୱର୍କ ଓ ଶାଖା ମାଧ୍ୟମରେ ବ୍ୟାଙ୍କିଙ୍ଗ୍‌ ସେବା ଯୋଗାଇଦେବା ସହ ଦେଶର ସାଧାରଣ ଲୋକଙ୍କ ଅଭିବୃଦ୍ଧି ଓ ବିକାଶକୁ ମଧ୍ୟ ପୂରଣ କରିବାକୁ ପଡିବ ବୋଲି ପାଣ୍ଡେ ମତପ୍ରକାଶ କରିଥିଲେ। ସେହିଭଳି ଗତ ୨ବର୍ଷ ମଧ୍ୟରେ ବ୍ୟାଙ୍କ ବିଭିନ୍ନ କ୍ଷେତ୍ରରେ ନିଜର ଶ୍ରେଷ୍ଠତ୍ୱ ବଜାୟ ରଖିପାରିଛି। ବିଶେଷକରି ଡିଜିଟାଲ ବ୍ୟାଙ୍କିଙ୍ଗ୍‌ର ଗୁରୁତ୍ୱ ଉପରେ ସେ ବିସ୍ତୃତ ଆଲୋପାତ କରିଥିଲେ। ଏପରିକି ବ୍ୟାଙ୍କ ଓଡ଼ିଶାରେ ୫,୦୦୦କୋଟିରୁ ଊର୍ଦ୍ଧ୍ୱ ବ୍ୟବସାୟର ଲକ୍ଷ୍ୟ ରଖିଥିବା ସହ ବର୍ତ୍ତମାନ ରାଜ୍ୟରେ ୩୯ଟି ଶାଖା ଥିଲା ବେଳେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୨ଟି ନୂତନ ଶାଖା ଖୋଲିବା କାର୍ଯ୍ୟକ୍ରମ ରହିଛି। ଫଳରେ ରାଜ୍ୟର ବ୍ୟାଙ୍କ ଶାଖା ସଂଖ୍ୟା ମୋଟ ୫୧ରେ ପହଞ୍ଚତ୍ବ। ଏହି ପରିପ୍ରେକ୍ଷୀରେ ପାଣ୍ଡେ ୭୦ ଜଣ ଗ୍ରାହକଙ୍କୁ ୨୫କୋଟି ଟଙ୍କାର ଋଣ ମଞ୍ଜୁର କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିନୟ କୁମାର, ଅଞ୍ଚଳ ପ୍ରବନ୍ଧକ, ଶଶାଙ୍କ ଶେଖର ସାହୁ, ଉପ-ଅଞ୍ଚଳ ପ୍ରବନ୍ଧକ, ରବିଶଙ୍କର କୁମାର, ମୁଖ୍ୟ ପ୍ରବନ୍ଧକ, ସିପିସି ପ୍ରମୁଖ ଉପସ୍ଥିତ ରହି ଗ୍ରାହକମାନଙ୍କୁ ସମ୍ବୋଧିତ କରିଥିଲେ। ଗତ ୧ ବର୍ଷ ମଧ୍ୟରେ ଓଡ଼ିଶାରେ ବ୍ୟାଙ୍କର ୩୧ଟି ନୂତନ ଶାଖା ଖୋଲିଛି। ଉକ୍ତ କାର୍ଯ୍ୟକ୍ରମରେ ୧୦୦ରୁ ଊର୍ଦ୍ଧ୍ୱ ଗ୍ରାହକ ଉପସ୍ଥିତ ଥିଲେ। ବିଶେଷକରି ଗ୍ରାହକମାନେ ଉତ୍ତମ ବ୍ୟାଙ୍କିଙ୍ଗ୍‌ ସେବା ଓ ତୁରନ୍ତ ଋଣ ମଞ୍ଜୁରୀ ପାଇଁ ବ୍ୟାଙ୍କକୁ ଖୁବ୍‌ ପ୍ରଶଂସା କରିଥିଲେ। ସୂଚନାଯୋଗ୍ୟ, ଦେଶରେ ବର୍ତ୍ତମାନ ବ୍ୟାଙ୍କର ୨୧୦୦ରୁ ଊର୍ଦ୍ଧ୍ୱ ଶାଖା ରହିଥିବା ବେଳେ ୨୮ ମିଲିୟନ ଗ୍ରାହକଙ୍କୁ ବ୍ୟାଙ୍କିଙ୍ଗ୍‌ ସେବା ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri