ବିଓଏମ୍‌ ପକ୍ଷରୁ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୨।୨: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ପକ୍ଷରୁ ନିକଟରେ ଏକ ଋଣ ସଂଯୋଗୀକରଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଆଶିଷ ପାଣ୍ଡେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବ୍ୟାଙ୍କର ସକ୍ଷମତା ଓ ସାମାଜିକ ଦାୟିତ୍ୱବୋଧତା ସମ୍ପର୍କରେ ବିସ୍ତୃତ ବର୍ଣ୍ଣନା କରିଥିଲେ। ଏପରିକି ସେ କହିଥିଲେ, ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭାବେ ରାଜ୍ୟର ଶିଳ୍ପ ଓ ବ୍ୟବସାୟିକ ଶ୍ରେଣୀକୁ ବିସ୍ତାରିତ ନେଟ୍‌ୱର୍କ ଓ ଶାଖା ମାଧ୍ୟମରେ ବ୍ୟାଙ୍କିଙ୍ଗ୍‌ ସେବା ଯୋଗାଇଦେବା ସହ ଦେଶର ସାଧାରଣ ଲୋକଙ୍କ ଅଭିବୃଦ୍ଧି ଓ ବିକାଶକୁ ମଧ୍ୟ ପୂରଣ କରିବାକୁ ପଡିବ ବୋଲି ପାଣ୍ଡେ ମତପ୍ରକାଶ କରିଥିଲେ। ସେହିଭଳି ଗତ ୨ବର୍ଷ ମଧ୍ୟରେ ବ୍ୟାଙ୍କ ବିଭିନ୍ନ କ୍ଷେତ୍ରରେ ନିଜର ଶ୍ରେଷ୍ଠତ୍ୱ ବଜାୟ ରଖିପାରିଛି। ବିଶେଷକରି ଡିଜିଟାଲ ବ୍ୟାଙ୍କିଙ୍ଗ୍‌ର ଗୁରୁତ୍ୱ ଉପରେ ସେ ବିସ୍ତୃତ ଆଲୋପାତ କରିଥିଲେ। ଏପରିକି ବ୍ୟାଙ୍କ ଓଡ଼ିଶାରେ ୫,୦୦୦କୋଟିରୁ ଊର୍ଦ୍ଧ୍ୱ ବ୍ୟବସାୟର ଲକ୍ଷ୍ୟ ରଖିଥିବା ସହ ବର୍ତ୍ତମାନ ରାଜ୍ୟରେ ୩୯ଟି ଶାଖା ଥିଲା ବେଳେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୨ଟି ନୂତନ ଶାଖା ଖୋଲିବା କାର୍ଯ୍ୟକ୍ରମ ରହିଛି। ଫଳରେ ରାଜ୍ୟର ବ୍ୟାଙ୍କ ଶାଖା ସଂଖ୍ୟା ମୋଟ ୫୧ରେ ପହଞ୍ଚତ୍ବ। ଏହି ପରିପ୍ରେକ୍ଷୀରେ ପାଣ୍ଡେ ୭୦ ଜଣ ଗ୍ରାହକଙ୍କୁ ୨୫କୋଟି ଟଙ୍କାର ଋଣ ମଞ୍ଜୁର କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିନୟ କୁମାର, ଅଞ୍ଚଳ ପ୍ରବନ୍ଧକ, ଶଶାଙ୍କ ଶେଖର ସାହୁ, ଉପ-ଅଞ୍ଚଳ ପ୍ରବନ୍ଧକ, ରବିଶଙ୍କର କୁମାର, ମୁଖ୍ୟ ପ୍ରବନ୍ଧକ, ସିପିସି ପ୍ରମୁଖ ଉପସ୍ଥିତ ରହି ଗ୍ରାହକମାନଙ୍କୁ ସମ୍ବୋଧିତ କରିଥିଲେ। ଗତ ୧ ବର୍ଷ ମଧ୍ୟରେ ଓଡ଼ିଶାରେ ବ୍ୟାଙ୍କର ୩୧ଟି ନୂତନ ଶାଖା ଖୋଲିଛି। ଉକ୍ତ କାର୍ଯ୍ୟକ୍ରମରେ ୧୦୦ରୁ ଊର୍ଦ୍ଧ୍ୱ ଗ୍ରାହକ ଉପସ୍ଥିତ ଥିଲେ। ବିଶେଷକରି ଗ୍ରାହକମାନେ ଉତ୍ତମ ବ୍ୟାଙ୍କିଙ୍ଗ୍‌ ସେବା ଓ ତୁରନ୍ତ ଋଣ ମଞ୍ଜୁରୀ ପାଇଁ ବ୍ୟାଙ୍କକୁ ଖୁବ୍‌ ପ୍ରଶଂସା କରିଥିଲେ। ସୂଚନାଯୋଗ୍ୟ, ଦେଶରେ ବର୍ତ୍ତମାନ ବ୍ୟାଙ୍କର ୨୧୦୦ରୁ ଊର୍ଦ୍ଧ୍ୱ ଶାଖା ରହିଥିବା ବେଳେ ୨୮ ମିଲିୟନ ଗ୍ରାହକଙ୍କୁ ବ୍ୟାଙ୍କିଙ୍ଗ୍‌ ସେବା ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?