କାନାରା ବ୍ୟାଙ୍କ ପକ୍ଷରୁ ଋଣ ବଣ୍ଟନ

ଭୁବନେଶ୍ୱର,୧୬।୧୨: କାନାରା ବ୍ୟାଙ୍କ ପକ୍ଷରୁ ଏକ ମୋଗ ଋଣ ବଣ୍ଟନ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଗୋଟିଏ ଦିନରେ ୫୨୦ଟି ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ପ୍ରାୟ ୨୧ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଛି। ଅପରପକ୍ଷରେ ବ୍ୟାଙ୍କ ପକ୍ଷରୁ କୋଣାର୍କଠାରେ ଅନୁଷ୍ଠିତ ହୋଇଥିବା ଏକ ମେଗା ଏସ୍‌ଏଚ୍‌ଜି ଶିବିରରେ ମୁଖ୍ୟବକ୍ତା ଭାବେ ଯୋଗଦେଇ କାନାରା ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭବେନ୍ଦ୍ର କୁମାର ଏଭଳି ମତପ୍ରକାଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ କୁମାର ରାଜ୍ୟରେ ୧୯,୦୦୦ ଏସ୍‌ଏଚ୍‌ଜିଙ୍କୁ ୫୬୮କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଛି ବୋଲି ପ୍ରକାଶ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବ୍ୟାଙ୍କର ମଣ୍ଡଳ ମୁଖ୍ୟ ମହାପ୍ରବନ୍ଧକ ଜଗଦୀଶ ଚନ୍ଦର ସ୍ବାଗତ ଭାଷଣ ଦେଇ ମହିଳା ସଶକ୍ତୀକରଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ବିଭିନ୍ନ ଯୋଜନାରେ କାନାରା ବ୍ୟାଙ୍କର ଉଲ୍ଲେଖନୀୟ ଭୂମିକା ରହିଥିବା କଥା ଦର୍ଶାଇଥିଲେ। ସେହିଭଳି ମିଶନ ଶକ୍ତିର ଉପସଚିବ ଆଶିଷ ରଞ୍ଜନ ସାହୁ ତାଙ୍କ ବକ୍ତବ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏସ୍‌ଏଚ୍‌ଜିଙ୍କୁ ପ୍ରଦାନ କରାଯାଇଥିବା ଋଣର ସୁଧକୁ ପୁନର୍ବାର ସବ୍‌ସିଡି ଆକାରରେ ଫେରସ୍ତ କରାଯାଉଥିବା କଥା କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ଉପ-ମହାପ୍ରବନ୍ଧକ ଜି.ଏନ୍‌.ମୂର୍ତ୍ତି, ଡିଭିଜନାଲ ମ୍ୟାନେଜର ଅଶୋକ କୁମାର ମେହେର, ଜିଲା ଅଗ୍ରଣୀ ବ୍ୟାଙ୍କ ପ୍ରବନ୍ଧକ କିଶୋର ଆଚାର୍ଯ୍ୟ ଏବଂ ବ୍ୟାଙ୍କର କ୍ଷେତ୍ରୀୟ ମୁଖ୍ୟ ମହାମାୟା ପ୍ରସାଦ ରାଏ ପ୍ରମୁଖ ଯୋଗଦେଇ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?