ଷ୍ଟାର୍ଟଅପ୍‌ ଓ ଏମ୍‌ଏସ୍‌ଏମ୍‌ଇ ପାଇଁ ଲୋନ୍‌ ମେଳା

ଭୁବନେଶ୍ୱର,୨୦।୨(ଅନୁରାଧା ମହାରଣା): ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ସହଯୋଗରେ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପରିଷଦ (ଓସ୍ମେ) ପକ୍ଷରୁ ଷ୍ଟାର୍ଟଅପ୍‌ ଓ ଏମ୍‌ଏସ୍‌ଏମ୍‌ଇଗୁଡ଼ିକ ପାଇଁ ବୁଧବାର ଏକ ଲୋନ୍‌ ମେଳା ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଣ୍ଟରପ୍ରେନ୍ୟୋରଶିପ ଡେଭେଲପମେଣ୍ଟଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୧୦୦୦ରୁ ଅଧିକ ଷ୍ଟାର୍ଟଅପ୍‌, ଏମ୍‌ଏସ୍‌ଏମ୍‌ଇ ଏବଂ ଆଶାୟୀ ଉଦ୍ୟୋଗୀମାନେ ଅଂଶଗ୍ରହଣ କରିଥିଲେ।
ଆର୍ଥିକ ଅନୁଷ୍ଠାନ ଏବଂ ଉଦ୍ୟୋଗୀମାନଙ୍କ ମଧ୍ୟରେ ଥିବା ବ୍ୟବଧାନ ଦୂରକରିବା ପାଇଁ ଏହି ମେଳାର ଆୟୋଜନ କରାଯାଇଥିଲା। ପ୍ରମୁଖ ବ୍ୟାଙ୍କ ଗୁଡ଼ିକ ଆର୍ଥିକ ସେବା ପ୍ରଦାନକାରୀଙ୍କ ସହ ଅଂଶଗ୍ରହଣକରି କ୍ଷୁଦ୍ର ବ୍ୟବସାୟୀ ଏବଂ ଉଦୀୟମାନ ଉଦ୍ୟୋଗଗୁଡ଼ିକର ବିଭିନ୍ନ ଆର୍ଥିକ ସମାଧାନ ପ୍ରଦାନ କରିଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା କହିଥିଲେ, ଓଡ଼ିଶା ସରକାର ଷ୍ଟାର୍ଟଅପ୍‌ ଏବଂ ଏମ୍‌ଏସ୍‌ଏମ୍‌ଇଗୁଡ଼ିକର ବ୍ୟବସାୟ ବୃଦ୍ଧି ପାଇଁ ଆବଶ୍ୟକ ଆର୍ଥିକ ସହାୟତା ପ୍ରଦାନକରି ସେମାନଙ୍କୁ ସଶକ୍ତ କରିବା ପାଇଁ କାର୍ଯ୍ୟ କରୁଛନ୍ତି। ଓସ୍ମେର ମହାସଚବ ସାତ୍ୱିକ ସ୍ବାଇଁ କହିଛନ୍ତି, ଏମ୍‌ଏସ୍‌ଏମ୍‌ଇ ଏବଂ ଷ୍ଟାର୍ଟଅପ୍‌ ପାଇଁ ଋଣର ସୁବିଧା ପାଇଁ ଆମେ ସିଡ୍‌ବି ସହ ଏକ ବୁଝାମଣାପତ୍ର ସ୍ବାକ୍ଷର କରିଛୁ। ସିଡ୍‌ବି ଡେପୁଟି ଜେନେରାଲ ମ୍ୟାନେଜର ପ୍ରଦ୍ୟୁମ୍ନ ଚୌଧୁରୀ, ୟୁକୋ ବ୍ୟାଙ୍କର ଏସ୍‌ଏଲ୍‌ବିସି ମୁଖ୍ୟ ତଥା ମହାପ୍ରବନ୍ଧକ ଗୌତମ ପାତ୍ର, ଆଇଇଡିଏସ୍‌, କଟକ ଏମ୍‌ଏସ୍‌ଏମ୍‌ଇ ଡିଏଫ୍‌ଓର ଯୁଗ୍ମ ନିର୍ଦ୍ଦେଶକ ପି.କେ. ଗୁପ୍ତା, ଏମ୍‌ଏସ୍‌ଏମ୍‌ଇ ବିଭାଗର ସ୍ବତନ୍ତ୍ର ସଚିବ ବିଭୁଭୂଷଣ ଦାଶ, ଓଏଏସ୍‌ଏମ୍‌ଇ ମହିଳା ଶାଖା ଅଧ୍ୟକ୍ଷା ଜ୍ୟୋତିର୍ମୟୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri