ଷ୍ଟାର୍ଟଅପ୍‌ ଓ ଏମ୍‌ଏସ୍‌ଏମ୍‌ଇ ପାଇଁ ଲୋନ୍‌ ମେଳା

ଭୁବନେଶ୍ୱର,୨୦।୨(ଅନୁରାଧା ମହାରଣା): ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗ ସହଯୋଗରେ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପରିଷଦ (ଓସ୍ମେ) ପକ୍ଷରୁ ଷ୍ଟାର୍ଟଅପ୍‌ ଓ ଏମ୍‌ଏସ୍‌ଏମ୍‌ଇଗୁଡ଼ିକ ପାଇଁ ବୁଧବାର ଏକ ଲୋନ୍‌ ମେଳା ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଣ୍ଟରପ୍ରେନ୍ୟୋରଶିପ ଡେଭେଲପମେଣ୍ଟଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୧୦୦୦ରୁ ଅଧିକ ଷ୍ଟାର୍ଟଅପ୍‌, ଏମ୍‌ଏସ୍‌ଏମ୍‌ଇ ଏବଂ ଆଶାୟୀ ଉଦ୍ୟୋଗୀମାନେ ଅଂଶଗ୍ରହଣ କରିଥିଲେ।
ଆର୍ଥିକ ଅନୁଷ୍ଠାନ ଏବଂ ଉଦ୍ୟୋଗୀମାନଙ୍କ ମଧ୍ୟରେ ଥିବା ବ୍ୟବଧାନ ଦୂରକରିବା ପାଇଁ ଏହି ମେଳାର ଆୟୋଜନ କରାଯାଇଥିଲା। ପ୍ରମୁଖ ବ୍ୟାଙ୍କ ଗୁଡ଼ିକ ଆର୍ଥିକ ସେବା ପ୍ରଦାନକାରୀଙ୍କ ସହ ଅଂଶଗ୍ରହଣକରି କ୍ଷୁଦ୍ର ବ୍ୟବସାୟୀ ଏବଂ ଉଦୀୟମାନ ଉଦ୍ୟୋଗଗୁଡ଼ିକର ବିଭିନ୍ନ ଆର୍ଥିକ ସମାଧାନ ପ୍ରଦାନ କରିଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା କହିଥିଲେ, ଓଡ଼ିଶା ସରକାର ଷ୍ଟାର୍ଟଅପ୍‌ ଏବଂ ଏମ୍‌ଏସ୍‌ଏମ୍‌ଇଗୁଡ଼ିକର ବ୍ୟବସାୟ ବୃଦ୍ଧି ପାଇଁ ଆବଶ୍ୟକ ଆର୍ଥିକ ସହାୟତା ପ୍ରଦାନକରି ସେମାନଙ୍କୁ ସଶକ୍ତ କରିବା ପାଇଁ କାର୍ଯ୍ୟ କରୁଛନ୍ତି। ଓସ୍ମେର ମହାସଚବ ସାତ୍ୱିକ ସ୍ବାଇଁ କହିଛନ୍ତି, ଏମ୍‌ଏସ୍‌ଏମ୍‌ଇ ଏବଂ ଷ୍ଟାର୍ଟଅପ୍‌ ପାଇଁ ଋଣର ସୁବିଧା ପାଇଁ ଆମେ ସିଡ୍‌ବି ସହ ଏକ ବୁଝାମଣାପତ୍ର ସ୍ବାକ୍ଷର କରିଛୁ। ସିଡ୍‌ବି ଡେପୁଟି ଜେନେରାଲ ମ୍ୟାନେଜର ପ୍ରଦ୍ୟୁମ୍ନ ଚୌଧୁରୀ, ୟୁକୋ ବ୍ୟାଙ୍କର ଏସ୍‌ଏଲ୍‌ବିସି ମୁଖ୍ୟ ତଥା ମହାପ୍ରବନ୍ଧକ ଗୌତମ ପାତ୍ର, ଆଇଇଡିଏସ୍‌, କଟକ ଏମ୍‌ଏସ୍‌ଏମ୍‌ଇ ଡିଏଫ୍‌ଓର ଯୁଗ୍ମ ନିର୍ଦ୍ଦେଶକ ପି.କେ. ଗୁପ୍ତା, ଏମ୍‌ଏସ୍‌ଏମ୍‌ଇ ବିଭାଗର ସ୍ବତନ୍ତ୍ର ସଚିବ ବିଭୁଭୂଷଣ ଦାଶ, ଓଏଏସ୍‌ଏମ୍‌ଇ ମହିଳା ଶାଖା ଅଧ୍ୟକ୍ଷା ଜ୍ୟୋତିର୍ମୟୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri