ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗକୁ ମିଳୁନି ଋଣ

କେନ୍ଦ୍ରାପଡ଼ା ଅଫିସ/ ପଟ୍ଟାମୁଣ୍ଡାଇ,୨୦ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥ ଅଞ୍ଚଳକୁ ବିକଶିତ କରେ। ଏଥିତ୍ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଧରଣର ଶିଳ୍ପ ପାଇଁ ପ୍ରତ୍ୟେକ ଜିଲାରେ ପ୍ରଧାନମନ୍ତ୍ରୀ ନିଯୁକ୍ତି ସୃଜନ କାର୍ଯ୍ୟକ୍ରମ (ପିଏମ୍‌ଇଜିପି) ଚଳାଇବାକୁ ଗୁରୁତ୍ୱ ଦିଆଯାଇଛି। ହେଲେ ଜିଲାରେ ଏହି କାର୍ଯ୍ୟକ୍ରମ ସଫଳ ଭାବେ ରୂପାୟନ ହେଉନାହିଁ। ଅନାଦେୟ ଋଣ ଗ୍ରହୀତାଙ୍କ ସଂଖ୍ୟା ବଢ଼ୁଥିବା ଦର୍ଶାଇ ବ୍ୟାଙ୍କ କର୍ତ୍ତୃପକ୍ଷ ଏଥିରେ ବାଧା ସୃଷ୍ଟି କରୁଛନ୍ତି। ଫଳରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ଆଗ୍ରହୀ ଯୁବବର୍ଗ ନିରାଶ ହେଉଛନ୍ତି। ୨୦୨୧-୨୨ ଆର୍ଥିକ ବର୍ଷରେ ଏହି ଧରଣର ଶିଳ୍ପ ପାଇଁ ଧାର୍ଯ୍ୟଲକ୍ଷ୍ୟ ୨୧୨ ଥିବା ବେଳେ ଜିଲା ଶିଳ୍ପକେନ୍ଦ୍ର ପକ୍ଷରୁ ମାତ୍ର ୧୭୦ଟିକୁ ମଞ୍ଜୁରୀ ମିଳିଛି।
ପଟ୍ଟାମୁଣ୍ଡାଇ ବ୍ଲକ ପୋଖରିଆପଡ଼ା ଗଁାର ପବିତ୍ର ବେରା କହିଛନ୍ତି, ଥଣ୍ଡା ପାନୀୟର ଚାହିଦା ଅଛି। ଏଥିପାଇଁ ଜିଲା ଶିଳ୍ପକେନ୍ଦ୍ର ମାଧ୍ୟମରେ ବ୍ୟାଙ୍କରୁ ଋଣ ଆଣିବାକୁ ବାରମ୍ବାର ଯାଇଛି। କିନ୍ତୁ ବ୍ୟାଙ୍କ କର୍ତ୍ତୃପକ୍ଷ ଋଣ ପାଇଁ ସମ୍ପତ୍ତି ବନ୍ଧକ ଉପରେ ଗୁରୁତ୍ୱ ଦେଉଛନ୍ତି। ମାତ୍ର ବନ୍ଧକ ପାଇଁ ପର୍ଯ୍ୟାପ୍ତ ସମ୍ପତ୍ତି ନାହିଁ। ବାଧ୍ୟହୋଇ ଏହି କ୍ଷୁଦ୍ର ଶିଳ୍ପରୁ ଓହରି ଆସିବାକୁ ପଡ଼ିଲା। ଏ ନେଇ ପାଇଥିବା ତାଲିମ ବେକାର ଗଲା। ସମ୍ପତ୍ତି ବନ୍ଧକ ପିଏମ୍‌ଇଜିପି ପାଇଁ ବାଧକ ସାଜିଥିବା ସେ କହିଛନ୍ତି। ବ୍ଲକର କଷଣଅଣ୍ଟା ଗଁାର ରିତାରାଣୀ ବେହେରା କହିଛନ୍ତି, ଜିଲା ଶିଳ୍ପକେନ୍ଦ୍ର ମାଧ୍ୟମରେ ମସଲା ଶିଳ୍ପ ପାଇଁ ତାଲିମ ନେଇଛଛି। ୨୦୧୮ରେ ଏହି ପ୍ରକଳ୍ପ ପାଇଁ ୮ ଲକ୍ଷ ଟଙ୍କାର ଋଣ ଆବେଦନ କରିଥିଲି। ତେବେ ଏକ ରାଷ୍ଟ୍ରୀୟ ବ୍ୟାଙ୍କ ୨୦୧୯ରେ ମାତ୍ର ୩ ଲକ୍ଷ ଟଙ୍କାର ଋଣ ପ୍ରଦାନ କରିଥିଲା। କୋଭିଡ୍‌ ସଂକ୍ରମଣ ପାଇଁ ମସଲା ବିକ୍ରିରେ ଅସୁବିଧା ହୋଇଛି। ଏବେ ଏହାର ସ୍ଥିତି ସୁଧୁରିବାକୁ ବସିଥିବା ବେଳେ ଋଣ ଅର୍ଥ ଫେରସ୍ତ ଚିନ୍ତାର କାରଣ ହୋଇଛି। ଏକକାଳୀନ ୮ ଲକ୍ଷ ଟଙ୍କା ମିଳିଥିଲେ, ଏହି ଶିଳ୍ପରେ ଅନୂ୍ୟନ ୧୦ ଜଣ ନିଯୁକ୍ତି ପାଇଥାନ୍ତେ। ଜଣେ ରାଷ୍ଟ୍ରୀୟ ବ୍ୟାଙ୍କ ପରିଚାଳକ କହିଛନ୍ତି, ଋଣ ପ୍ରଦାନ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରବଳ ଚାପ ହେଉଛି। ଋଣ ପ୍ରଦାନ ପରେ ଅସୁଲ କରାଯାଇପାରୁ ନ ଥିବାରୁ ଅନାଦେୟ ଋଣ (ଏନ୍‌ପିଏ) ହିତାଧିକାରୀଙ୍କ ସଂଖ୍ୟା ବଢ଼ିଯାଉଛି। ମୁଦ୍ରା ଯୋଜନାରେ ଜିଲାର ବହୁ ଲୋକଙ୍କୁ ଋଣ ପ୍ରଦାନ କରାଯାଇଛି। ତେବେ ଏହି ଗ୍ରହୀତାମାନେ ଋଣ ନେଇ ଜିଲା ବାହାରକୁ ପଳାଇଛନ୍ତି। ସେମାନଙ୍କଠାରୁ ଋଣ ଆଦାୟ କରିବା କଷ୍ଟକର ହେଉଛି। ସେହିପରି ପିଏମ୍‌ଇଜିପିରେ ବହୁ ଆଶାୟୀ ଋଣ ପ୍ରଦାନ ପାଇଁ ଚାପ ପକାଉଛନ୍ତି। ତେବେ ସମ୍ପତ୍ତି ବନ୍ଧକ ଦେବାକୁ ପଛଘୁଞ୍ଚା ଦେଉଥିବାରୁ ସମ୍ପୃକ୍ତ ଗ୍ରହୀତା ଋଣ ଶୁଝିବା ନେଇ ଅନିଶ୍ଚିତତାରେ ବ୍ୟାଙ୍କ କର୍ତ୍ତୃପକ୍ଷ ରହିବା ସ୍ବାଭାବିକ କଥା। ସାମାଜିକ କର୍ମୀ ଅନନ୍ତ କୁମାର ଦାଶ କହିଛନ୍ତି, ଜିଲାରେ ଶିଳ୍ପ ଉଦ୍ୟୋଗ ପାଇଁ ପ୍ରଶାସନ ପକ୍ଷରୁ କୌଣସି ଚାପ ନାହିଁ। ବହୁ ଶିକ୍ଷିତ ଓ ତାଲିମ୍‌ପ୍ରାପ୍ତ ଶିଳ୍ପ ଉଦ୍ୟୋଗ ଆଶାୟୀ ବାରମ୍ବାର ଜିଲା ଶିଳ୍ପକେନ୍ଦ୍ର ମାଧ୍ୟମରେ ଏଥିପାଇଁ ଚେଷ୍ଟା କରୁଥିଲେ ମଧ୍ୟ ନିରାଶ ହେଉଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ପ୍ରତିବର୍ଷ ୨ଥର ସମୀକ୍ଷା ବୈଠକ ହେଉଛି। ବୈଠକ କେବଳ କାଗଜପତ୍ରରେ ସୀମିତ ରହିଯାଉଛି। ନିୟମ ଅନୁଯାୟୀ ବ୍ୟାଙ୍କ ଜମାର ୬୦ ପ୍ରତିଶତ ଋଣ ଦେବାକୁ ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ଗୋଟିଏ ଦୁଇଟିକୁ ଛାଡିଦେଲେ ଅବଶିଷ୍ଟ ବ୍ୟାଙ୍କ ଋଣ ପ୍ରଦାନ ହାର ୨୦ ପ୍ରତିଶତ ରହୁନାହିଁ। ସିଙ୍ଗଲ ୱିଣ୍ଡୋରେ ଶିଳ୍ପ ଉଦ୍ୟୋଗୀଙ୍କୁ ଋଣ ବ୍ୟବସ୍ଥା ହେଲେ ଜିଲାର ବିକାଶ ହୋଇପାରିବ। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ବ୍ୟାଙ୍କଗୁଡ଼ିକୁ ତାଗିଦା କରାଯାଇଛି। ଏ ନେଇ ଅଭିଯୋଗ ଆସିଲେ ଜିଲା ପ୍ରଶାସନ ପକ୍ଷରୁ ବ୍ୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri