ଲବାରସିଂ ବିଦ୍ୟାଳୟ: ୧୦୦ ପିଲାଙ୍କୁ ୨ ଶିକ୍ଷକ

ଆର୍‌.ଉଦୟଗିରି,୭।୮(ଡି.ଏନ୍‌.ଏ.): ଗଜପତି ଜିଲାରେ ଶିକ୍ଷା ବିଭାଗ ଏକପ୍ରକାର ପଙ୍ଗୁ ହୋଇ ପଡ଼ିଥିବା ଦେଖିବାକୁ ମିଳୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ ୧୯୫୩ ମସିହାରେ ମୋହନା ବ୍ଲକ ଅନ୍ତର୍ଗତ ଲବାରସିଂ ଗ୍ରାମରେ ଏକ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଥିଲା। ଏହାପରେ ୨୦୦୮ରେ ଏହି ବିଦ୍ୟାଳୟକୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମାନ୍ୟତା ମିଳିଲା। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୦୦ ଛାତ୍ରୀଛାତ୍ର ପାଠ ପଢୁଥିବା ବେଳେ ସେଥିରୁ ୪୪ ଛାତ୍ରୀ ଓ ୫୬ ଜଣ ଛାତ୍ର। ଆଠଟି ଶ୍ରେଣୀର ପିଲାଙ୍କୁ ପଢ଼ାଉଛନ୍ତି ମାତ୍ର ୨ ଶିକ୍ଷକ। ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ କାର୍ଯୀ ଓ ସହକାରୀ ଶିକ୍ଷକ ଅନ୍ତର୍ଯ୍ୟାମୀ ପାଇକ। ପ୍ରଧାନ ଶିକ୍ଷକ ବିଦ୍ୟାଳୟ କାର୍ଯ୍ୟରେ ବାହାରକୁ ଗଲେ କିମ୍ବା ଘରୋଇ କାମରେ ଛୁଟି ନେଇ ଅନୁପସ୍ଥିତ ରହିଲେ ସହକାରୀ ଶିକ୍ଷକ ଜଣକ ୮ଟି ଶ୍ରେଣୀରେ ଶିକ୍ଷାଦାନ କରନ୍ତି, ଯାହା ଗ୍ରହଣୀୟ ନୁହେଁ। ଶିକ୍ଷକ ଅଭାବଜନିତ ଅବ୍ୟବସ୍ଥା ଯୋଗୁ ହ୍ରାସପାଉଛି ପିଲାଙ୍କ ଶୈକ୍ଷିକ ଦକ୍ଷତା ଓ ଶିକ୍ଷାଦାନ। ସରକାର ସର୍ବଶିକ୍ଷା ଅଭିଯାନ, ନୂତନ ଶିକ୍ଷାନୀତି ଅଧିକାର ଅଧିନିୟମ, ମଧ୍ୟାହ୍ନ ଭୋଜନ ଆଦି ମାଳ ମାଳ ଯୋଜନା ଛାତ୍ରୀଛାତ୍ରମାନଙ୍କ ବୌଦ୍ଧିକ ଓ ମାନସିକ ବିକାଶର ଅଭିବୃଦ୍ଧି ନିମନ୍ତେ ପ୍ରଣୟନ କରିଛନ୍ତି। ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ରାଜକୋଷରୁ କୋଟି କୋଟି ଟଙ୍କା ପାଣିଭଳି ଖର୍ଚ୍ଚ ହେଉଛି। କିନ୍ତୁ ଛାତ୍ରୀଛାତ୍ରମାନେ ଏହାର ସୁଫଳ ପାଇବାରୁ ବଞ୍ଚିତ ହେଉଛନ୍ତି। ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳରେ ରହିଥିବା ବିଦ୍ୟାଳୟଗୁଡିକରେ ନିୟମିତ ଶିକ୍ଷକଙ୍କ ଅଭାବ ଯୋଗୁ ଛାତ୍ରୀଛାତ୍ରମାନେ ପାଠପଢ଼ା ପ୍ରତି ବିମୁଖ ହୋଇ ବାହାରେ ବିଭିନ୍ନ କାମରେ ନିୟୋଜିତ ହୋଇଥିବା ଦେଖିବାକୁ ମିଳୁଛି। ଲବାରସିଂ ପଞ୍ଚାୟତ ସରପଞ୍ଚ ଯମୁନା ରଇତ ଓ ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ କାର୍ଯୀ ବିଦ୍ୟାଳୟରେ ଶିକ୍ଷକ ନିୟୋଜିତ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅବଗତ କରିଆସୁଥିଲେ ମଧ୍ୟ ତାହା ପୂରଣ ହେଉନାହିଁ ବୋଲି କହିଛନ୍ତି। ଏଣୁ ପ୍ରଶାସନିକସ୍ତରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ବିଦ୍ୟାଳୟରେ ଖାଲିପଡ଼ିଥିବା ଶିକ୍ଷକ ପଦବୀ ତୁରନ୍ତ ପୂରଣ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବଦାସ ତାମରାପୁଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ ଶୀଘ୍ର ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri