Posted inଜାତୀୟ

ଏଲଓସିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଆତଙ୍କବାଦୀଙ୍କ ପାଖରୁ ପାକିସ୍ତାନୀ ମୁଦ୍ରା ଜବତ…

ଶ୍ରୀନଗର,୨୬।୧୦ : ସୁରକ୍ଷା ବାହିନୀ ଉତ୍ତର କଶ୍ମୀରର କୁପୱାରା ଜିଲାର ଏଲଓସି ନିକଟରେ ବୁଧବାର ଏକ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି। ଜିଲାର ତଙ୍ଗଧାର ସେକ୍ଟରରେ ଭାରତୀୟ ସୀମାରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ବିଦେଶୀ ଆତଙ୍କବାଦୀଙ୍କୁ ସତର୍କ ସୂଚନା ଜାରି ପରେ ସୁରକ୍ଷା ବାହିନୀ ଗୁଳି ଚଳାଇଥିଲେ।

ଜଣେ ସେନା ଅଧିକାରୀ କହିଛନ୍ତି ଯେ ତଙ୍ଗଧାର ଅଞ୍ଚଳରେ ଅସ୍ତ୍ରଶସ୍ତ୍ର ତଥା ନିଶା କାରବାରର ସମ୍ଭାବ୍ୟ ଉଦ୍ୟମ ସମ୍ପର୍କରେ ସେମାନେ ଗୁପ୍ତଚର ସୂଚନା ପାଇଛନ୍ତି। ଏହାକୁ ଆଧାର କରି ଏକ ସେନା ୟୁନିଟ ଅନୁପ୍ରବେଶ ବିରୋଧୀ ଅପରେଶନ ଆରମ୍ଭ କରିଛି। ମଙ୍ଗଳବାର-ବୁଧବାର ମଧ୍ୟରାତ୍ରିରେ ସାଦପୋରା ଅଞ୍ଚଳରେ ସନ୍ଦେହଜନକ କାର୍ଯ୍ୟକଳାପ ପରିଲକ୍ଷିତ ହୋଇଥିଲା।

ଏଠାରେ ଅନୁପ୍ରବେଶକାରୀ ସୁରକ୍ଷା ବାହିନୀଙ୍କ ଉପରେ ଗୁଳି ଚଳାଇଥିଲେ। ଏହାର ଜବାବରେ ଅନୁପ୍ରବେଶକାରୀଙ୍କ ଉପରେ ସୁରକ୍ଷା ବାହିନୀଙ୍କ ପକ୍ଷରୁ ପାଲଟା ଗୁଳି କରାଯାଇଥିଲା। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା। ନିହତ ଆତଙ୍କବାଦୀ ଲଶ୍କର-ଇ-ତୋଏବା ସହିତ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଛି। ଆତଙ୍କବାଦୀଙ୍କ ପାଖରୁ ଗୋଟିଏ ଏକେ ସିରିଜ ରାଇଫଲ ଏବଂ ପିସ୍ତଲ ଜବତ କରାଯାଇଛି। ତାଙ୍କଠାରୁ ପାକିସ୍ତାନୀ ମୁଦ୍ରା ମଧ୍ୟ ଜବତ କରାଯାଇଥିବା ଭାରତୀୟ ସେନା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?