ରାଜଧାନୀରେ କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ୨୪୦ରେ ପହଞ୍ଚତ୍ବା ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀରୁ ବର୍ତ୍ତମାନ ସୁଦ୍ଧା ୧୦,୯୨୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦,୪୮୬୯ ଜଣ ସୁସ୍ଥ ହୋଇଛନ୍ତି। ୧୦୦୯ ଜଣଙ୍କ ମୃତ୍ୟୁ ହୋଇଛି। ୩୩୪୧ ଜଣ ଚିକିତ୍ସିତ ହେଉଛନ୍ତି।