୩ ରଥ ଛେରା ପହଁରା କରିବେ ସ୍ଥାନୀୟ ଆଦିବାସୀ

କୋରାପୁଟ,୧।୬(ସ୍ବ.ପ୍ର.): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଚଳିତ ବର୍ଷ ୫୧ତମ ରଥଯାତ୍ରା ପାଳନ ନେଇ ବୁଧବାର ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲାପାଳ ରାମେଶ୍ୱର ପ୍ରଧାନଙ୍କ ଅଧକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶାବର ଶ୍ରୀକ୍ଷେତ୍ର ମନ୍ଦିର ପରିଚାଳନା କମିଟି ସଂପାଦକ ଡଃ ଜଗବନ୍ଧୁ ସାମଲ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନିପତି, କୋରାପୁଟ ମ୍ୟୁନିସପାଲଟି ଅଧ୍ୟ ଲଲାଟ ରଞ୍ଜନ ସେଠୀ, କୋରାପୁଟ ଉପଜିଲାପାଳ ବେଣୁଧର ଶବର, ଡିଆଇପିଆର୍‌ଓ ସ୍ବରାଜ୍ୟ ଶିଶା, ଜିଲା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଅରୁଣ କୁମାର ଦାସ, ଏସଡିପିଓ ମନୋଜ କୁମାର ପୁଜାରୀ, କୋରାପୁଟ ଟାଉନ ଥାନାଧିକାରୀ ଧୀରେନ ପଟ୍ଟନାୟକଙ୍କ ସମେତ ମନ୍ଦିର ପରିଚାଳନା କମିଟିା ସମସ୍ତ ସଦସ୍ୟ ଖବରଦାତା ସମସ୍ତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ମା ସୁଭଦ୍ରାଙ୍କ ରଥ କେବଳ ଝିଅ ଓ ମହିଳାମାନେ ଟାଣିବେ ବୋଲି ବୈଠକରେ ନିଷ୍ପତି ହୋଇଛି। ସେହିପରି ମହାପ୍ରଭୁ ଜଗନ୍ନାଥଙ୍କ ରଥକୁ ରଙ୍ଗବାଲି କୁମ୍ଭା ଗ୍ରାମର ଦାସୀ ନାୟକ ଛେରାପହଁରା କରିବେ। ସୁଭଦ୍ରା ଓ ବଳଭଦ୍ରଙ୍କ ରଥ ମଧ୍ୟ ସ୍ଥାନୀୟ ଅଦିବାସୀମାନେ ଛେରାପହଁରା କରିବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ସେହିପରି ପୁର୍ବରୁ ପ୍ରଚଳିତ ସମସ୍ତ ପାରମ୍ପରିକ ପୁଜା ପଦ୍ଧତି ଅନୁଯାୟୀ ଆସନ୍ତା ୪ ତାରିଖରେ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୁର୍ଣ୍ଣିମା, ଜୁନ ୧୯ରେ ନେତ୍ରୋତ୍ସବ ଓ ନବ ଯୌବନ ଦର୍ଶନ ଓ ଜୁନ ୨୦ରେ ରଥଯାତ୍ରା ହେବ। ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ବୈଠକରେ ଅତିରିକ୍ତ ଜିଲାପାଳ କହିଛନ୍ତି। ସେହିପରି ରଥଯାତ୍ରା ସମୟରେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ମହାପ୍ରସାଦ ମାନ ଉପରେ ବିଶେଷ ଧ୍ୟାନ ଦେବା ପାଇଁ ଜୟପୁର ବିଧାୟକ ବାହିନିପତି ପ୍ରକାଶ କରିଥିଲେ ା ଥଯାତ୍ରା ସମୟରେ ବଡଦାଣ୍ଡ ଓ ଗୁଣ୍ଡିଚା ମନ୍ଦିର ଅଞ୍ଚଳରେ ପରିମଳ, ସ୍ବଚ୍ଛତା ଅବଲମ୍ବନ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri