ସ୍ଥାନୀୟ ଯୁବତୀଯୁବକଙ୍କୁ ମିଳୁ ସ୍ଥାୟୀ ନିଯୁକ୍ତି: ଦାବି କଲା କଂଗ୍ରେସ, ପୂରଣ ନ ହେଲେ ଆଗାମୀ ଦିନରେ…

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ଉପକଣ୍ଠରେ ଥିବା ଆଇ. ଆର୍‌. ଇ. ଏଲ. ଓ ଗୋପାଳପୁର ବନ୍ଦର ଭଳି ପ୍ରତିଷ୍ଠିତ ଶିଳ୍ପରେ ସ୍ଥାନୀୟ ଯୁବତୀଯୁବକଙ୍କୁ ସ୍ଥାୟୀ ନିଯକ୍ତି ଏବଂ ଆର୍ଯ୍ୟପଲ୍ଲୀ ବେଳାଭୂମିରେ ଚାରାରୋପଣ ନିମନ୍ତେ ଛତ୍ରପୁର ପୌରପରିଷଦ କଂଗ୍ରେସ କମିଟି ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ପ୍ରଦାନ କରାଯାଇଛି। ପୌରପରିଷଦର ସଭାପତି କାଳିଆ ରାଉଳଙ୍କ ନେତୃତ୍ୱରେ ଦଳ ପକ୍ଷରୁ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ନାୟକଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।
ଦୀର୍ଘ ବର୍ଷ ଧରି ଆଇ. ଆର୍‌. ଇ. ଏଲ. ଶିଳ୍ପ କମ୍ପାନୀ ଏବଂ ଗୋପଲପୁର ବନ୍ଦର ଅନେକ ଦଶନ୍ଧି ଧରି କାର୍ଯ୍ୟ କରି ଆସୁଛନ୍ତି। ବିଗତ କିଛି ବର୍ଷ ହେଲା କମ୍ପାନୀ ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ନ ଦେଇ ବାହାର ଜିଲା ଓ ରାଜ୍ୟର ଲୋକଙ୍କୁ ସ୍ଥାୟୀ ନିଯୁକ୍ତି ଦିଆଯାଉଛି । ଯାହା ଫଳରେ ଦକ୍ଷତା ହାସଲ କରିଥିବା ସ୍ଥାନୀୟ ଯୁବତୀଯୁବକ ଏହି ସୁଯୋଗ ପାଇପାରୁନାହାଁନ୍ତି। ତେଣୁ ସ୍ଥାୟୀ ନିଯୁକ୍ତି ନିମନ୍ତେ ସ୍ଥାନୀୟ ଅଞ୍ଚଳର ଯୁବକଙ୍କୁ ପ୍ରାଧାନ୍ୟ ଦେବା ପାଇଁ ଦଳ ଦାବି କରିଛି। ଏହା ବ୍ୟତୀତ କମ୍ପାନୀ ପକ୍ଷରୁ ଅନୁମୋଦିତ ସି.ଏସ.ଆର୍‌. ପାଣ୍ଠିରୁ ଅଞ୍ଚଳରେ ଉନ୍ନତମୂଳକ କାର୍ଯ୍ୟ ପ୍ରତି କୌଣସି ତତ୍ପରତା ଦେଖାଯାଉ ନାହିଁ । ଲୋକଙ୍କ ଉପକାର ନିମନ୍ତେ କ୍ୟାନ୍ସର ହସ୍ପିଟାଲ ଖୋଲିବାକୁ ଦାବି ପତ୍ରରେ ଉଲ୍ଲେଖ କରାଯାଇଛି। ଭାଲିଆ ଝାଉଁ ଆଦି ବହୁମୂଲ୍ୟ ଗଛ କଟାଯାଇ ବାଲି ଖନନ କରାଯିବା ପରେ ସେହି ଜାଗାରେ ପୁନର୍ବାର ସେତିକି ପରିମାଣରେ ଚାରାରୋପଣ କରାଯାଉନାହିଁ ବୋଲି ଦଳ ଅଭିଯୋଗ କରିଛି। ଯାହା ଦ୍ୱାରା ବାତ୍ୟା ସୁନାମି ଭଲି ଭୟଙ୍କର ପ୍ରଳୟଙ୍କାରୀ ପ୍ରାକୃତିକ ବିପର୍ଯ୍ୟୟକୁ ସାମ୍‌ନା କରିବାକୁ ଆବଶ୍ୟକ ଅନୁସାରେ ନାହିଁ। ଦଳ ପକ୍ଷରୁ ଦାବି ହୋଇଛି ଯେ ପ୍ରଚୁର ପରିମାଣରେ ଚାରାରୋପଣ କରାଯାଇ ପ୍ରକୃତିକୁ ବଞ୍ଚାଇବା ପାଇଁ ପଦକ୍ଷେପ ଗ୍ରହଣ କରାଯାଉ।ଉକ୍ତ ଦାବି ଗୁଡ଼ିକ ଆଗାମୀ ଦିନରେ ପୂରଣ ନକଲେ ଆନ୍ଦୋଳନ ଜାରି ରହିବା ସହିତ ଆହୁରି ତୀବ୍ର କରାଯିବ ବୋଲି କମିଟି ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ଅବସରରେ ଗଞ୍ଜାମ ଜିଲ୍ଲା ଉପସଭାପତି ଅଶୋକ କୁମାର ପଟ୍ଟନାୟକ, ସରତ ବେହେରା,ଲିଙ୍ଗରାଜ ନାୟକ ଓ କାଳୁ ଚରଣ ତ୍ରିପାଠୀଙ୍କ ସମେତ ବହୁ କର୍ମୀମାନେ ଉପସ୍ଥିତ ଥିଲେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri